Posted inଜାତୀୟ

୧୦ ଲକ୍ଷ ଲୋକରେ ୨୧ ବିଚାରପତି

ନୂଆଦିଲ୍ଲୀ,୧୧।୨(ପି.ଟି.):ଭାରତରେ ପ୍ରତି ୧୦ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୨୧ ଜଣ ବିଚାରପତି ରହିଛନ୍ତି। ଗୁରୁବାର ରାଜ୍ୟ ସଭାରେ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏକ ପ୍ରଶ୍ନର ଲିଖିତ ଉତ୍ତର ଦେଇ ଆଇନ ମନ୍ତ୍ରୀ କିରେନ ରିଜିଜୁ କହିଥିଲେ, ୨୦୧୧ ଜନଗଣନା ଅନୁଯାୟୀ ଦେଶର ଲୋକସଂଖ୍ୟା ଏବଂ ଏକ ନିର୍ଦ୍ଦିଷ୍ଟ ବର୍ଷରେ ବିଭିନ୍ନ ଅଦାଲତର ବିଚାରପତି ସଂଖ୍ୟାକୁ ହିସାବକୁ ନିଆଯାଇ ବିଚାରପତି ଜନସଂଖ୍ୟା ଅନୁପାତ ପ୍ରସ୍ତୁତ ହୋଇଛି। ଗତବର୍ଷ ଡିସେମ୍ବର ୩୧ରେ ପ୍ରତି ନିୟୁତ ଜନସଂଖ୍ୟାରେ ବିଚାରପତିଙ୍କ ସଂଖ୍ୟା ୨୧.୩ ରହିଥିବା ମନ୍ତ୍ରୀ କହିଛନ୍ତି। ସୁପ୍ରିମକୋର୍ଟର ବିଚାରପତି ସଂଖ୍ୟା ୩୪ ରହିଥିବାବେଳେ ୨୫ ହାଇକୋର୍ଟର ବିଚାରପତି ସଂଖ୍ୟା ୧,୦୯୮ ରହିଛି। ଅଦାଲତଗୁଡ଼ିକରେ ବିଚାରାଧୀନ ମାମଲା ସଂଖ୍ୟା ବଢ଼ୁଥିବା ସମ୍ପର୍କିତ ପ୍ରଶ୍ନର ଉତ୍ତରରେ ରିଜିଜୁ କହିଥିଲେ, ଫାଷ୍ଟ ଟ୍ରାକ୍‌ କୋର୍ଟ ସମେତ ଅନ୍ୟାନ୍ୟ ସବ୍‌ଅର୍ଡିନେଟ କୋର୍ଟ ସ୍ଥାପନ କରିବା ରାଜ୍ୟ ସରକାରଙ୍କ ଦାୟିତ୍ୱ। ରାଜ୍ୟ ସରକାର ସମ୍ପୃକ୍ତ ହାଇକୋର୍ଟଙ୍କ ସହ ପରାମର୍ଶକ୍ରମେ ଅଧିକ ସବ୍‌ଅର୍ଡିନେଟ କୋର୍ଟ ଖୋଲିପାରିବେ। ତ୍ୱରିତ୍‌ ନ୍ୟାୟ ପ୍ରଦାନ ଲାଗି ଚତୁର୍ଦ୍ଦଶ ଅର୍ଥ କମିଶନ ୨୦୧୫-୨୦୨୦ ସୁଦ୍ଧା ୧,୮୦୦ ଫାଷ୍ଟ ଟ୍ରାକ୍‌ କୋର୍ଟ ସ୍ଥାପନ ଲାଗି ସୁପାରିସ କରିଥିଲେ। ଟିକସ ହସ୍ତାନ୍ତରଣ ଜରିଆରେ ମିଳୁଥବା ଅଧିକ ଆର୍ଥତ୍କ ସହାୟତାକୁ ଏଥିରେ ବିନିଯୋଗ କରିବାକୁ ଅର୍ଥ କମିଶନ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଥିଲେ। ଦେଶର ୨୨ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ମୋଟ ୮୯୮ ଫାଷ୍ଟଟ୍ରାକ୍‌ କୋର୍ଟ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri