Posted inଜାତୀୟ

୧୦ ଲକ୍ଷ ଲୋକରେ ୨୧ ବିଚାରପତି

ନୂଆଦିଲ୍ଲୀ,୧୧।୨(ପି.ଟି.):ଭାରତରେ ପ୍ରତି ୧୦ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୨୧ ଜଣ ବିଚାରପତି ରହିଛନ୍ତି। ଗୁରୁବାର ରାଜ୍ୟ ସଭାରେ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏକ ପ୍ରଶ୍ନର ଲିଖିତ ଉତ୍ତର ଦେଇ ଆଇନ ମନ୍ତ୍ରୀ କିରେନ ରିଜିଜୁ କହିଥିଲେ, ୨୦୧୧ ଜନଗଣନା ଅନୁଯାୟୀ ଦେଶର ଲୋକସଂଖ୍ୟା ଏବଂ ଏକ ନିର୍ଦ୍ଦିଷ୍ଟ ବର୍ଷରେ ବିଭିନ୍ନ ଅଦାଲତର ବିଚାରପତି ସଂଖ୍ୟାକୁ ହିସାବକୁ ନିଆଯାଇ ବିଚାରପତି ଜନସଂଖ୍ୟା ଅନୁପାତ ପ୍ରସ୍ତୁତ ହୋଇଛି। ଗତବର୍ଷ ଡିସେମ୍ବର ୩୧ରେ ପ୍ରତି ନିୟୁତ ଜନସଂଖ୍ୟାରେ ବିଚାରପତିଙ୍କ ସଂଖ୍ୟା ୨୧.୩ ରହିଥିବା ମନ୍ତ୍ରୀ କହିଛନ୍ତି। ସୁପ୍ରିମକୋର୍ଟର ବିଚାରପତି ସଂଖ୍ୟା ୩୪ ରହିଥିବାବେଳେ ୨୫ ହାଇକୋର୍ଟର ବିଚାରପତି ସଂଖ୍ୟା ୧,୦୯୮ ରହିଛି। ଅଦାଲତଗୁଡ଼ିକରେ ବିଚାରାଧୀନ ମାମଲା ସଂଖ୍ୟା ବଢ଼ୁଥିବା ସମ୍ପର୍କିତ ପ୍ରଶ୍ନର ଉତ୍ତରରେ ରିଜିଜୁ କହିଥିଲେ, ଫାଷ୍ଟ ଟ୍ରାକ୍‌ କୋର୍ଟ ସମେତ ଅନ୍ୟାନ୍ୟ ସବ୍‌ଅର୍ଡିନେଟ କୋର୍ଟ ସ୍ଥାପନ କରିବା ରାଜ୍ୟ ସରକାରଙ୍କ ଦାୟିତ୍ୱ। ରାଜ୍ୟ ସରକାର ସମ୍ପୃକ୍ତ ହାଇକୋର୍ଟଙ୍କ ସହ ପରାମର୍ଶକ୍ରମେ ଅଧିକ ସବ୍‌ଅର୍ଡିନେଟ କୋର୍ଟ ଖୋଲିପାରିବେ। ତ୍ୱରିତ୍‌ ନ୍ୟାୟ ପ୍ରଦାନ ଲାଗି ଚତୁର୍ଦ୍ଦଶ ଅର୍ଥ କମିଶନ ୨୦୧୫-୨୦୨୦ ସୁଦ୍ଧା ୧,୮୦୦ ଫାଷ୍ଟ ଟ୍ରାକ୍‌ କୋର୍ଟ ସ୍ଥାପନ ଲାଗି ସୁପାରିସ କରିଥିଲେ। ଟିକସ ହସ୍ତାନ୍ତରଣ ଜରିଆରେ ମିଳୁଥବା ଅଧିକ ଆର୍ଥତ୍କ ସହାୟତାକୁ ଏଥିରେ ବିନିଯୋଗ କରିବାକୁ ଅର୍ଥ କମିଶନ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଥିଲେ। ଦେଶର ୨୨ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ମୋଟ ୮୯୮ ଫାଷ୍ଟଟ୍ରାକ୍‌ କୋର୍ଟ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri