Posted inଖେଳ

୨୧ କି.ମି. ସନ୍ତରଣ କରି ଜିୟାଙ୍କ ରେକର୍ଡ

ବାଲୁଗଁ।,୧୪।୧୧(ଡି.ଏନ୍‌.ଏ.): ଏସିଆ ମହାଦେଶର ସର୍ବବୃହତ୍‌ ଲବଣାକ୍ତ ହ୍ରଦ ଚିଲିକାରେ ରବିବାର ୧୩ ବର୍ଷୀୟା ଦିବ୍ୟାଙ୍ଗ ସନ୍ତରଣକାରୀ ଜିୟା ରାୟ ୨୧ କିଲୋମିଟର ସନ୍ତରଣ କରି ରେକର୍ଡ ସୃଷ୍ଟି କରିଛନ୍ତି ା ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ର କାଳିଜାଈ ମନ୍ଦିର ନିକଟରୁ ଏହି ଯାତ୍ରା ଆରମ୍ଭ କରି ୩ ଘଣ୍ଟା ୫୭ ମିନିଟ୍‌ରେ ସେ ବାଲୁଗାଁରେ ପହଞ୍ଚିଥିଲେ। ସେନାର ଅବସରପ୍ରାପ୍ତ କର୍ମଚାରୀଙ୍କୁ ନେଇ ଗଠିତ ଭେଟେରାନ୍ସ କ୍ଲବ୍‌, ଓଡ଼ିଶା ଆନୁକୂଲ୍ୟରେ ଏହି ସନ୍ତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଭୋର୍‌ ୫ଟା ୩୦ରେ ଭାରତୀୟ ନୌସେନା ପ୍ରଶିକ୍ଷଣ କେନ୍ଦ୍ରର କମାଣ୍ଡିଂ ଅଫିସର କମୋଡର ଏନ୍‌. ପ୍ରଦୀପ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ। ଜିୟାଙ୍କ ସୁରକ୍ଷା ପାଇଁ ଉଭୟ ପାର୍ଶ୍ୱରେ ଦୁଇଟି ବୋଟ୍‌ରେ ନୌସେନା କର୍ମଚାରୀ ଉପସ୍ଥିତ ଥିଲେ। କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, କମୋଡର ଏନ୍‌. ପ୍ରଦୀପ ଯୋଗଦେଇ ଜିୟାଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଭେଟେରାନ୍ସ କ୍ଲବ ସଭାପତି ବିଦ୍ୟାଧର ନାୟକ ମଞ୍ଚ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବହୁ ନେତୃବୃନ୍ଦ ଓ ଜିୟାଙ୍କୁ ଉତ୍ସାହିତ କରିବା ନିମନ୍ତେ ବିଭିନ୍ନ ମହାବିଦ୍ୟାଳୟରୁ ୮ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର, ନୌସେନା କର୍ମଚାରୀ ଏବଂ ଭେଟେରାନ୍ସ କ୍ଲବର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।

ଭାରତୀୟ ନୌସେନାରେ କାର୍ଯ୍ୟରତ ମଦନ ରାୟଙ୍କ ଝିଅ ଜିୟା ୨ ବର୍ଷ ବୟସରେ ବାକ୍‌ଶକ୍ତି ହରାଇଥିଲେ। ପିଲାଦିନରୁ ସନ୍ତରଣ ପ୍ରଶିକ୍ଷଣ ନେବା ସହିତ ସର୍ବକନିଷ୍ଠ ସନ୍ତରଣକାରୀ ଭାବେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ହାସଲ କରିଥିଲେ। ବିଗତ ୩ ବର୍ଷ ମଧ୍ୟରେ ଜିୟା ଦେଶ ଓ ରାଜ୍ୟସ୍ତରୀୟ ଓପନ୍‌ ୱାଟର ସୁଇମିଂ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ୨୬ ସ୍ବର୍ଣ୍ଣ ସହିତ ଗୋଟିଏ ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ପଦକ ହାସଲ କରି ଇଣ୍ଡିଆ, ଏସିଆ ଏବଂ ଲିମ୍‌କା ବୁକ୍‌ ଅଫ୍‌ ରେକର୍ଡରେ ନିଜ ନାମ ସ୍ଥାନିତ କରିଛନ୍ତି।

୨୦୨୧ରେ ଜିୟା ଶ୍ରୀଲଙ୍କାର ତାଲାଇମୋନାରୁ ଭାରତର ଧନୁଶକୋଡ଼ି ପର୍ଯ୍ୟନ୍ତ ଦୀର୍ଘ ୨୯ କିଲୋମିଟର ଜଳପଥକୁ ୧୩ ଘଣ୍ଟା ୧୦ ମିନିଟ୍‌ରେ ଅତିକ୍ରମ କରି ବିଶ୍ୱ ରେକଡର୍ର୍ ସୃଷ୍ଟି କରିଥିଲେ ା ଆରବ ସାଗରରେ ମୁମ୍ବାଇ ନିକଟ ବାନ୍ଦ୍ରା ଓ୍ବର୍ଲିଠାରୁ ଗେଟ୍‌ଓ୍ବେ ଅଫ୍‌ ଇଣ୍ଡିଆ ପର୍ଯ୍ୟନ୍ତ ୩୬ କିଲୋମିଟରକୁ ୮ଘଣ୍ଟା ୪୦ ମିନିଟ୍‌ରେ ଅତିକ୍ରମ କରି ଆଉ ଏକ ରେକର୍ଡର ଅଧିକାରୀ ହୋଇପାରିଥିଲେ। ୧୩ ବର୍ଷ ବୟସର ଜଣେ ଦିବ୍ୟାଙ୍ଗ ବାଳିକାଙ୍କ ଏପରି ସଫଳତା ଅନ୍ୟମାନଙ୍କ ଲାଗି ପ୍ରେରଣାର ଉତ୍ସ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri