୨୧ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ବଲାଙ୍ଗୀର, ୩ ଗିରଫ

ବଲାଙ୍ଗୀର,୨୮ା୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ଟିମ୍‌ ଶୁକ୍ରବାର ୨ କୁଇଣ୍ଟାଲ ୧୦ କେଜି ଓଜନର ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୧ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ହେବ ବୋଲି ଜଣାପଡ଼ିଛି। ଏକ ଇନୋଭା ଗାଡ଼ିରେ ଏହି ଗଞ୍ଜେଇ ଚୋରା ଚାଲାଣ ହେଉଥିଲା। ବଲାଙ୍ଗୀର କଦମପଡ଼ା ରେଲଓ୍ବେ ଅଣ୍ଡରବ୍ରିଜ୍‌ ନିକଟରେ ଅବକାରୀ ଟିମ୍‌ ଏହି ଗାଡ଼ିକୁ ଅଟକାଇ ଯାଞ୍ଚ କରିଥିଲେ। ସେଥିରେ ଗଞ୍ଜେଇ ଥିବା ଜଣାପଡ଼ିଥିଲା। ଫୁଲବାଣୀ-ବୌଦ୍ଧ ମାତାକୁପା ଜଙ୍ଗଲ ଅଞ୍ଚଳରୁ ଉତ୍ତରପ୍ରଦେଶକୁ ଗଞ୍ଜେଇ ଚାଲାଣ ହେଉଥିବା ଜଣାପଡ଼ିଛ। ଉତ୍ତରପ୍ରଦେଶ ଜୋନପୁର ଜିଲାର ତିନିଜଣ ଅଭିଯୁକ୍ତ ଚନ୍ଦ୍ରକେଶ ଯାଦବ, ମୂଲଚାନ୍ଦ ଯାଦବ ଓ ସକିଲ ଅହମ୍ମଦଙ୍କୁ ଅବକାରୀ ବିଭାଗ ଗିରଫ କରିଛି। ବଲାଙ୍ଗୀର ଅବକାରୀ ଅଧୀକ୍ଷକ ସୀତାକାନ୍ତ ମୁଦୁଲିଙ୍କ ନେତୃତ୍ୱରେ ମୋବାଇଲ ଟିମ୍‌ ଏହି ଗଞ୍ଜେଇ ଜବତ କରିଥିଲେ। ଅବକାରୀ ବିଭାଗ ଇନୋଭା ଗାଡ଼ିକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ଶ୍ରାବଣ ଶେଷ ସୋମବାରରେ ୩ଟି ଶୁଭ ଯୋଗ, ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ପ୍ରଚୁର ଧନ-ସମ୍ପତ୍ତି

ଶ୍ରାବଣ ମାସର ଶେଷ ସୋମବାର ବ୍ରତ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ମନେକରାଯାଏ। ଏହି ଦିନ ଭଗବାନ ଶିବଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଏ। ଚଳିତ ଶ୍ରାବଣର…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

ଭାରତକୁ ପୁଣି ସାହାଯ୍ୟ ମାଗିଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୧୯।୮: ଗତ କିଛି ମାସ ଧରି ବାଂଲାଦେଶ ଏବଂ ଭାରତ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପ୍ରାରମ୍ଭରେ ତାରିକ ରହମାନ ସରକାରଙ୍କୁ ପଛକୁ ପକାଇ ଦେଇଥିଲା। ତଥାପି, ବାଂଲାଦେଶ…

ଗିରଫ ହେବେ ଟିଏମପି ଏମପି ମହୁଆ ମୋଇତ୍ରା? ହେଟ ସ୍ପିଚ ମାମଲାରେ…

ନୂଆଦିଲ୍ଲୀ,୧୯।୮: ପଶ୍ଚିମବଙ୍ଗର ରାଜନୈତିକ ଦୃଶ୍ୟପଟରୁ ଏକ ପ୍ରମୁଖ ଖବର ସାମ୍ନାକୁ ଆସିଛି। ନାଦିଆ ଜିଲାର ଏକ କୋର୍ଟ ହେଟ୍‌ ସ୍ପିଚ ମାମଲା ସମ୍ପର୍କରେ ଜାରି କରିଥିବା ସମନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri