ଗ୍ରାହକଙ୍କଠାରୁ ଆଦାୟ ୨୧ ଲକ୍ଷ ଟଙ୍କା ଚଳୁ: କମ୍ପାନୀର ଆସିଷ୍ଟାଣ୍ଟ ମ୍ୟାନେଜର ବିହାରରୁ ଗିରଫ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଗ୍ରାହକଙ୍କଠାରୁ ବାକି ଥିବା ପ୍ରାୟ ୨୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆଦାୟ କରି ଅଫିସ୍‌ ଆକାଉଣ୍ଟରେ ଡିପୋଜିଟ୍‌ ନ କରି ହଡ଼ପ କରିବା ଅଭିଯୋଗରେ ମଞ୍ଚେଶ୍ୱର ଥାନା ପୋଲିସ ଏକ କମ୍ପାନୀର ଆସିଷ୍ଟାଣ୍ଟ ମ୍ୟାନେଜରଙ୍କୁ ବିହାରସ୍ଥିତ ପଟେଲନଗର ଥାନା ଅଞ୍ଚଳରୁ ଗିରଫ କରିଛି। ଅଭିଯୁକ୍ତ ହେଲେ ଉତ୍ତରପ୍ରଦେଶ ବାରାଣସୀ ଜିଲାର ରତେନଶ ସିଂ ଓରଫ ପିଣ୍ଟୁ। ଏନେଇ ପୋଲିସ ପିଣ୍ଟୁଙ୍କ ନାମରେ ମାମଲା (ନଂ.୨୧/୨୦୨୩) ରୁଜୁ କରି ଗୁରୁବାର କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ, ଅଭିଯୁକ୍ତ ପିଣ୍ଟୁ ପ୍ରିଜିମ ଜନ୍‌ଶନ ଆର୍‌ସିଏମ୍‌-ଇଣ୍ଡିଆ କମ୍ପାନୀର ଆସିଷ୍ଟାଣ୍ଟ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିଲେ। ଉକ୍ତ କମ୍ପାନୀରୁ ଅଧିକାଂଶ ଲୋକ ଘର ଛାତ ପାଇଁ କଂକ୍ରିଟ ସାମଗ୍ରୀ ବାକିରେ ନେଇଥାନ୍ତି। ଫଳରେ ଗ୍ରାହକଙ୍କ ଉପରେ ଲକ୍ଷ ଲକ୍ଷ ଟଙ୍କାର ବାକି ପଡିଥାଏ। କିନ୍ତୁ ପିଣ୍ଟୁ ଗ୍ରାହକଙ୍କଠାରୁ ଆଦାୟ କରିଥିବା ୨୧ ଲକ୍ଷ ୩୧ ହଜାର ୭୨୦ ଟଙ୍କାକୁ ଅଫିସରେ ଡିପୋଜିଟ୍‌ ନ କରି ନିଜେ ହଡ଼ପ କରିଥିଲେ। କମ୍ପାନୀ ପକ୍ଷରୁ ବକେୟା ଟଙ୍କା ଜମା କରିବାକୁ ଫୋନ୍‌ କଲ୍‌ କରାଯିବା ପରେ ଗ୍ରାହକମାନେ ଟଙ୍କା ଦେଇଥିବା କହିଥିଲେ। ଆସିଷ୍ଟାଣ୍ଟ୍‌ ମ୍ୟାନେଜର ପିଣ୍ଟୁ ଟଙ୍କା ହଡ଼ପ କରିଥିବା ଜଣାପଡିବା ପରେ ଏନେଇ ଉକ୍ତ କମ୍ପାନୀର ଅଧିକାରୀ ପ୍ରଣୟ ମହାନ୍ତି ମଞ୍ଚେଶ୍ୱର ଥାନାରେ ଅଭିଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri