ବରଗଡ଼ ଜିଲାରେ ପୁଣି ୨୧ କରୋନା ପଜିଟିଭ୍‌: ୧୩୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ,୩ା୭: ବରଗଡ଼ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜିଲାର କଣ୍ଟେନ୍‌ମେଣ୍ଟ ଜୋନ୍‌ କଟାପାଲିରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସେହିପରି ଗୋଟିଏ ଅଞ୍ଚଳକୁ ଏହା ଅନ୍ୟ ଅଞ୍ଚଳକୁ ବ୍ୟାପିବାରେ ଲାଗିଛି। ଶୁକ୍ରବାର ଜିଲାରେ ୨୧ ନୂଆ ଆକ୍ରାନ୍ତ ରହିଛନ୍ତି। ସେମାନଙ୍କ ମଧ୍ୟରୁ କଟାପାଲିରୁ ୧୯ ଏବଂ ବରଗଡ଼ ପୌର ପରିଷଦ ଅଧୀନ ଓ୍ବାର୍ଡ ନଂ-୧୨ କଟକିଆପଡ଼ା ଓ ଓ୍ବାର୍ଡ ନଂ- ୧୯ ଟିଟିଲାଗଡ଼ିଆ ପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତ। ଏମାନଙ୍କ ମଧ୍ୟରେ ୧୨ ଜଣ ମହିଳା, ୮ଜଣ ପୁରୁଷ ଏବଂ ଜଣେ ବାଳକ ଥିବାବେଳେ ସେଥିରୁ ଜଣେ କରୋନା ଯୋଦ୍ଧା ରହିଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ସମସ୍ତ ଆକ୍ରାନ୍ତଙ୍କୁ ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ ସଂକ୍ରମିତ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କରାଯାଇଛି। ନୂତନ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

SBIରେ ବାହାରିଲା ୮୦୦ରୁ ଅଧିକ ପଦବୀ ପାଇଁ ନିଯୁକ୍ତି: ଦରମା ୮୦,୦୦୦ ପର୍ଯ୍ୟନ୍ତ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ,୧୮।୫: ବ୍ୟାଙ୍କିଂ କ୍ଷେତ୍ରରେ ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଏକ ପ୍ରମୁଖ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। SBI ୮୨୧ଟି ଖାଲି…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ଆଶାକର୍ମୀଙ୍କ ବଢିଲା ଦରମା, ମହିଳାଙ୍କ ମାଗଣା ବସ୍‌ ଯାତ୍ରା…ସରକାରଙ୍କ ବଡ଼ ଘୋଷଣା

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ର ନୂତନ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ୟୁଡିଏଫ ସରକାର…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri