ଇଞ୍ଜିନିୟରିଂ ସ୍କୁଲରୁ ୨୧ କରୋନା ପଜିଟିଭ୍‌

ଝାରସୁଗୁଡ଼ା,୨୭।୩: ଝାରସୁଗୁଡ଼ା ଜିଲା ବଢେଇମୁଣ୍ଡା ଇଞ୍ଜିନିୟରିଂ ସ୍କୁଲରୁ ଶନିବାର ୨୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ସେଥିମଧ୍ୟରୁ ୧୩ ଶିକ୍ଷକ ଏବଂ ୮ଜଣ ଛାତ୍ର ଥିବା ଜଣାପଡିଛି। ଏହା ଜଣାପଡିବା ପରେ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ତହସିଲଦାର ଦିଲୀପ ପ୍ରଧାନ, ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଯୋଗେନ୍ଦ୍ର ମାଝି ପ୍ରମୁଖ ସ୍କୁଲରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। କରୋନା ଆକ୍ରାନ୍ତଙ୍କୁ ସଙ୍ଗରୋଧରେ ରଖାଯିବା ସହ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚିକିତ୍ସା ବ୍ୟବସ୍ଥା ଆରମ୍ଭ ହୋଇଛି। ଅନ୍ୟପକ୍ଷେ ପ୍ରଶାସନ ପକ୍ଷରୁ କଣ୍ଟାକ୍‌ ଟ୍ରେସିଂ ଆରମ୍ଭ ହୋଇଛି।  ସୂଚନା ଯୋଗ୍ୟ, ବିଦ୍ୟାଳୟର ଜଣେ ଶିକ୍ଷକ ବାହାର ରାଜ୍ୟକୁ ଯାଇ ଫେରିଥିଲେ। ପରେ ତାଙ୍କର କୋଭିଡ୍‌ ପରୀକ୍ଷା କରାଯାଇଥିଲା। ଏଥିରେ ତାଙ୍କର ପଜିଟିଭ୍‌ ଆସିଥିଲା। ଏନେଇ ସ୍କୁଲର ୧୦୦ଜଣଙ୍କ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା। ସେଥିମଧ୍ୟରୁ ୨୧ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୋଟିଏ ଶିକ୍ଷାନୁଷ୍ଠାନର ୨୧ଜଣ ପଜିଟିଭ୍‌ ଚିହ୍ନଟ ହେବା ପ୍ରଶାସନ ପାଇଁ ଚିନ୍ତାର କାରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୨ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri