ଅଂଶଗ୍ରହଣ କରିବେ ୨୧ ଦଳ

ଭୁବନେଶ୍ୱର, ୨୮।୮ (ତପନ ସ୍ବାଇଁ): ୟୁନିଟ-୬ ଆଥ୍‌ଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ଜୟନ୍ତ ମହାପାତ୍ର ସ୍ମାରକୀ ଆନ୍ତଃ-ସ୍କୁଲ ଫୁଟବଲ ଟୁର୍ନାମେଣ୍ଟ ଚଳିତ ମାସ ୨୯ ତାରିଖରେ ଆରମ୍ଭ ହେବ। ୟୁନିଟ-୬ସ୍ଥିତ ସରକାରୀ ହାଇସ୍କୁଲ ପଡ଼ିଆରେ ଏହା ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଚାଲିବ।

ଏଥିରେ ମୋଟ ୨୧ଟି ଦଳ ଅଂଶଗ୍ରହଣ କରିବେ। ସେଗୁଡ଼ିକ ହେଲା ସେଣ୍ଟ ଜାଭିଅର ସ୍କୁଲ କେଦାରଗୌରୀ, ୟୁନିଟ-୬ ସରକାରୀ ବାଳକ ହାଇସ୍କୁଲ, ଓଡିଏମ୍‌ ଗ୍ଲୋବାଲ ସ୍କୁଲ, ଆଇଆରସି ଭିଲେଜ ସରକାରୀ ହାଇସ୍କୁଲ, ଦିଲ୍ଲୀ ପବ୍ଲିକ୍‌ ସ୍କୁଲ, ୟୁନିଟ-୧ ସରକାରୀ ହାଇସ୍କୁଲ, ଚନ୍ଦ୍ରଶେଖରପୁର ଡିଏଭି, କଳିଙ୍ଗ ନଗର ଡିଏଭି, କଣ୍ଟାବାଡ଼ ହାଇସ୍କୁଲ, ବିଜେଇଏମ୍‌ ସ୍କୁଲ, କିସ୍‌ ସ୍କୁଲ, ଓଡିଏମ୍‌ ପବ୍ଲିକ୍‌ ସ୍କୁଲ, ଲୟୋଲା ଓଡ଼ିଆ ସ୍କୁଲ, ସେଣ୍ଟ ଜାଭିଅର ସ୍କୁଲ ଖଣ୍ଡଗିରି, ପୋଖରୀପୁଟ ଡିଏଭି, ୟୁନିଟ-୩ ସରକାରୀ ହାଇସ୍କୁଲ, ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ, ଟିଏସ୍‌ଜି ଗୁରୁକୂଳ, ସାଇ ରେସିଡେନ୍ସି, ରାମକୃଷ୍ଣ ଶିକ୍ଷାକେନ୍ଦ୍ର ଓ ବିକାଶ ସ୍କୁଲ। ଭାଗ ନେଉଥିବା ଦଳ ଗୁଡ଼ିକୁ ୪ଟି ଗ୍ରୁପ୍‌ରେ ବିଭକ୍ତ କରାଯାଇଛି।

ଏବର୍ଷ ଟୁର୍ନାମେଣ୍ଟ ନକ୍‌ଆଉଟ ଭିତ୍ତିରେ ଅନୁଷ୍ଠିତ ହେବ। ଏହା ବ୍ୟତୀତ ଚଳିତ ବର୍ଷ ରାଜ୍ୟ ବାହାରୁ କେତେକ ଦଳକୁ ମିଶାଇ ଏକ ସର୍ବଭାରତୀୟ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନର ଯୋଜନା ରହିଛି ବୋଲି ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଆୟୋଜକ ଆସୋସିଏଶନ ସମ୍ପାଦକ ଦିଲୀପ ଦାସ ପ୍ରକାଶ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ସଭାପତି ତପନ ମହାନ୍ତି, କୋଷାଧ୍ୟକ୍ଷ ଚିତ୍ତରଞ୍ଜନ ପାତ୍ର, ଯୁଗ୍ମ ସମ୍ପାଦକ ଗିରଜା ଶଙ୍କର ଦାସ, ଏମ୍‌.ଏସ. ରେଡ୍ଡୀ ଓ ଜିତେନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର...

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri