୨୧ ମୋ ସ୍କୁଲର ବିକାଶ କରିବ ବେଦାନ୍ତ ଲାଞ୍ଜିଗଡ଼

ଭୁବନେଶ୍ୱର,୩।୭: ଦେଶର ପ୍ରମୁଖ ଶିଳ୍ପ ସଂସ୍ଥା ତଥା ଭାରତର ଅଗ୍ରଣୀ ମେଟାଲର୍ଜିକାଲ ଗ୍ରେଡ ଆଲୁମିନା ଉତ୍ପାଦନକାରୀ ବେଦାନ୍ତ ଲାଞ୍ଜିଗଡ଼ ଏବଂ କଳାହାଣ୍ଡି ଜିଲା ପ୍ରଶାସନ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ହୋଇଥିବା ଜଣାପଡିଛି। ଏପରିକି ଓଡ଼ିଶା ସରକାରଙ୍କ ଦ୍ୱାରା ପରିଚାଳିତ ମୋ ସ୍କୁଲର ଅଂଶ ବିଶେଷ (ମୋ ସ୍କୁଲ ଅଭିଯାନ) ଅନୁସାରେ କଳାହାଣ୍ଡି ଜିଲାର ୨୧ଟି ମୋ ସ୍କୁଲର ବିକାଶ ପାଇଁ ଉଭୟ କଳାହାଣ୍ଡି ଜିଲା ପ୍ରଶାସନ ଓ ବେଦାନ୍ତ ଲାଞ୍ଜିଗଡ଼ ମଧ୍ୟରେ ଏକ ବୁଝାମଣା ପତ୍ର (ଏମଓୟୁ) ସ୍ବାକ୍ଷର ହୋଇଯାଇଛି। ଏ ସମ୍ପର୍କରେ ଜିଲା ମୁଖ୍ୟ ବିକାଶ ଅଧିକାରୀ ପାୱାର ସଚିନ ପ୍ରକାଶ କହିଛନ୍ତି, ମୋ ସ୍କୁଲ ଅଭିଯାନର ଏଭଳି ଏକ ସୁନ୍ଦର ପଦକ୍ଷେପ ପାଇଁ ବେଦାନ୍ତ ଜିଲା ପ୍ରଶାସନ ସହିତ ସହଭାଗୀ ହୋଇଥିବାରୁ ଆମେ ବେଶ୍‌ ଉତ୍ସାହିତ ଅଛୁ। ବିଶେଷ କରି ବେଦାନ୍ତ ଜିଲାର ୨୧ଟି ସ୍କୁଲର ନବୀକରଣ କାର୍ଯ୍ୟ କରିବ। ଏପରିକି ଆମେ ଆଶା କରୁଛୁ ଏହାଦ୍ୱାରା ଛୋଟ ଛୋଟ ପିଲାମାନେ ବହୁ ଉପକୃତ ହେବେ। ବେଦାନ୍ତର ଏଭଳି ଏକ ମହତ କାର୍ଯ୍ୟକୁ ମୁଁ ପୂର୍ଣ୍ଣ ସମର୍ଥନ କରୁଛି। ସେହିଭଳି ବେଦାନ୍ତ ଲିମିଟେଡର ସିଇଓ (ଆଲୁମିନା ବିଜ୍‌ନେସ) ଜି.ଜି.ପାଲ କହିଛନ୍ତି, ମୋ ସ୍କୁଲ କାର୍ଯ୍ୟକ୍ରମ ପାଇଁ ଆମେ ଓଡ଼ିଶା ସରକାରଙ୍କ ସହିତ ଭାଗୀଦାରି ହୋଇ ବେଶ୍‌ ଆନନ୍ଦିତ। କମ୍ପାନୀର ଏଭଳି ଏକ ମହତ ପଦକ୍ଷେପ ଶିକ୍ଷାକୁ ସଶକ୍ତ କରିବ। ଫଳରେ ସରକାରଙ୍କ ସହିତ ମିଳିତ ହୋଇ ଆମେ ଏହି ବିକାଶ କାର୍ଯ୍ୟରେ ସାମିଲ ହେବା ସହିତ ୨୧ଟି ବିଦ୍ୟାଳୟର ଉନ୍ନତିକୁ ନିଶ୍ଚିତ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri