Posted inଜାତୀୟ

୨୧ ବର୍ଷର ସମ୍ପତ୍ତି ବିବାଦ ଶେଷ, ଯୋଗୀ-ଧାମିଙ୍କ ସମାଧାନ ସୂତ୍ର…

ଲକ୍ଷ୍ନୌ/ଡେରାଡୁନ୍‌, ୫।୫ : ଉତ୍ତରପ୍ରଦେଶ ଏବଂ ଉତ୍ତରାଖଣ୍ଡ ମଧ୍ୟରେ ଗତ ୨୧ ବର୍ଷ ଧରି ଚାଲିଥିବା ସମ୍ପତ୍ତି ବିବାଦ ଶେଷରେ ସମାପ୍ତ ହୋଇଛି। ତାଙ୍କର ଉତ୍ତରାଖଣ୍ଡ ଗସ୍ତ ସମୟରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରତିପକ୍ଷ ପୁଷ୍କର ସିଂ ଧାମିଙ୍କୁ ଭେଟି ବିବାଦର ସମାଧାନ କରିଛନ୍ତି। ପ୍ରାୟ ଅଢ଼େଇ ବର୍ଷ ପୂର୍ବେ ଯୋଗୀ ତତ୍କାଳୀନ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତଙ୍କ ସହ ଏହି ସମସ୍ୟାର ସମାଧାନ ପାଇଁ ଆଲୋଚନା ଆରମ୍ଭ କରିଥିଲେ।

୨୦୦୦ମସିହାରେ ଉତ୍ତରପ୍ରଦେଶଠାରୁ ଅଲଗା ହୋଇ ଉତ୍ତରାଖଣ୍ଡ ରାଜ୍ୟ ଗଠନ ହେବା ପରଠାରୁ ଏହି ସମ୍ପତ୍ତି ବିବାଦ ଜାରି ରହିଥିଲା। ହରିଦ୍ୱାରର ଗଙ୍ଗା କୂଳରେ ଥିବା ଏକ ହୋଟେଲ ଅଲକନନ୍ଦାର ମାଲିକାନାକୁ ନେଇ ବିବାଦ ଦେଖାଦେଇଥିଲା। ଉତ୍ତରପ୍ରଦେଶ ଟୁରିଜିମ କର୍ପୋରେଶନ ଦ୍ୱାରା ଏହି ହୋଟେଲ ପରିଚାଳିତ ହେଉଛି। ତେବେ ଉତ୍ତରାଖଣ୍ଡ ଏହି ହୋଟେଲ ଉପରେ ନିଜର ଅଧିକାର ଚାହୁଁଥିଲା।

ଅଢ଼େଇ ବର୍ଷ ପୂର୍ବେ, ନିଷ୍ପତ୍ତି ନିଆଯାଇଥିଲା ଯେ ଅଲକନନ୍ଦା ହୋଟେଲ ଉତ୍ତରାଖଣ୍ଡ ନିକଟରେ ରହିବା ଉଚିତ୍‌। ଏଥିସହ ଏହାର ସଂଲଗ୍ନ ଜମି ଉତ୍ତରପ୍ରଦେଶକୁ ଦିଆଯାଉ। ସେଠାରେ ଉତ୍ତରପ୍ରଦେଶ ସରକାର ନିଜ ଖର୍ଚ୍ଚରେ ହୋଟେଲ ନିର୍ମାଣ କରିବେ।

ସମ୍ପତ୍ତି ବିବାଦର ସମାଧାନ ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ଅଲକନନ୍ଦା ନିକଟରେ ଉତ୍ତରପ୍ରଦେଶ ସରକାରଙ୍କ ପର୍ଯ୍ୟଟନ ବିଭାଗ ଦ୍ୱାରା ନିର୍ମିତ ଏକ ରିସୋର୍ଟ ଭାଗୀରଥୀକୁ ଲୋକାର୍ପିତ କରିବେ। ଏହି ଅବସରରେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଉପସ୍ଥିତ ରହିବେ। ଏହି ହୋଟେଲର ଲୋକାର୍ପଣ ସହିତ ଉଭୟ ରାଜ୍ୟର ସମ୍ପତ୍ତି ବିଭାଜନର ସମାଧାନ ଆନୁଷ୍ଠାନିକ ଭାବେ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri