Posted inଜାତୀୟ

କାନ୍ଦାହାର ବିମାନ ଅପହରଣ ଘଟଣାକୁ ୨୧ ବର୍ଷ: ମାସୁଦ -ଓମର-ଅହମ୍ମଦ ଏବେ ବି ଅପହଞ୍ଚ

ନୂଆଦିଲ୍ଲୀ,୨୪।୧୨: କାନ୍ଦାହାର ବିମାନ ଅପହରଣ ଘଟଣାକୁ ଇତିମଧ୍ୟରେ ୨୧ ବର୍ଷ ପୂରଣ ହୋଇଛି। ୧୯୯୯ ଡିସେମ୍ବର ୨୪ରେ କାଠମାଣ୍ଡୁରୁ ଦିଲ୍ଲୀ ଉଡ଼ାଣ କରୁଥିବା ଇଣ୍ଡିଆନ୍‌ ଏୟାରଲାଇନ୍ସ୍‌ର ଆଇସି-୮୧୪ ବିମାନକୁ ଆତଙ୍କବାଦୀମାନେ ଅପହରଣ କରିନେଇଥିଲେ। ବିମାନକୁ ଅମୃତସର, ଲାହୋର, ଦୁବାଇ ବାଟ ଦେଇ ଆଫଗାନିସ୍ତାନର କନ୍ଧାହାରକୁ ନିଆଯାଇଥିଲା। ବିମାନରେ ୧୭୬ ଯାତ୍ରୀ ଏବଂ ୧୫ ଜଣ କର୍ମଚାରୀ ଥିଲେ। ଯାତ୍ରୀଙ୍କ ଜୀବନ ରକ୍ଷା ପାଇଁ ଭାରତ ସରକାରଙ୍କୁ ମାସୁଦ ଆଝାର, ଓମର ଶେଖ୍‌ ଏବଂ ମହମ୍ମଦ ଜରଗରଙ୍କୁ ଜେଲ୍‌ରୁ ମୁକ୍ତ କରିବାକୁ ପଡ଼ିଥିଲା। ଏବେ ଏହି ୩ ଆତଙ୍କବାଦୀ ନିର୍ଭୟରେ ଜୀବନ ବିତାଉଛନ୍ତି। ମାସୁଦ  କାନ୍ଦାହାର ଘଟଣା ପରେ ପାକିସ୍ତାନରେ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ ସ୍ଥାପନା କରିଥିଲେ। ମୁମ୍ବାଇ ଆକ୍ରମଣ, ପଠାଣକୋଟ ଆତଙ୍କବାଦୀ ଆକ୍ରମଣ ଏବଂ ପୁଲଓ୍ବାମା ଘଟଣାରେ ମାସୁଦଙ୍କ ହାତ ରହିଛି। ସେହିପରି ଓମର ୨୦୦୨ରେ ଓ୍ବାଲ ଷ୍ଟ୍ରିଟ୍‌ ଜର୍ନାଲର ଗଣମାଧ୍ୟମ ପ୍ରତିନିଧି ଡେନିୟଲ ପର୍ଲଙ୍କୁ ହତ୍ୟା କରିଥିଲେ। ଏବେ ଏହି ମାମଲାର ଶୁଣାଣି ଜାରି ରହିଛି। ଅହମ୍ମଦଙ୍କ ନିଦ୍ଦେର୍ଶରେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ  ଘଟୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri