ରଥଯାତ୍ରା ପାଇଁ ୨୧୦ ସ୍ବତନ୍ତ୍ର ଟ୍ରେନ

ପୁରୀ ଅଫିସ,୧୨।୪: ଜୁନ ୨୦ରେ ମହାପ୍ରଭୁଙ୍କ ରଥଯାତ୍ରା। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ରଥକାଠ ମଧ୍ୟ ପର୍ଯ୍ୟାୟକ୍ରମେ ପୁରୀରେ ପହଞ୍ଚତ୍ବାରେ ଲାଗିଛି। ତେବେ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ମଙ୍ଗଳବାର କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆର୍‌ଡିସି) ସୁରେଶ ଚନ୍ଦ୍ର ଦଳାଇଙ୍କ ଅଧ୍ୟକ୍ଷତାରେ ପ୍ରଥମ ସମନ୍ବୟ ବୈଠକ ଟାଉନ୍‌ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ମହାପ୍ରଭୁଙ୍କ ଶୃଙ୍ଖଳିତ ନୀତି, ଜନଗହଳି ନିୟନ୍ତ୍ରଣ, ସ୍ବାସ୍ଥ୍ୟ, ରଥକାଠ, ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ ଓ ବିଦ୍ୟୁତ୍‌ ଯୋଗାଣ ନେଇ ଆଲୋଚନା କରାଯାଇଛି। ରଥଯାତ୍ରା ସମୟରେ ୨୦୫ରୁ ୨୧୦ଟି ସ୍ବତନ୍ତ୍ର ଟ୍ରେନ ଚଳାଚଳ କରିବ। ଦିବ୍ୟାଙ୍ଗଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡର ୫ରୁ ୭ ସ୍ଥାନରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ସେହିପରି ଶ୍ରୀଜଗନ୍ନାଥ ବନ ପ୍ରକଳ୍ପ ପାଇଁ ଡାଟାବେସ୍‌ ପ୍ରସ୍ତୁତ କରାଯାଉଛି ବୋଲି ଆର୍‌ଡିସି ଦଳାଇ ବୈଠକରେ ସୂଚନା ଦେଇଛନ୍ତି। ରଥ ନିର୍ମାଣ ଗୁଜରାଟର ଅହମ୍ମଦାବାଦରୁ ୩୦୦୦ ମିଟର ରଥକନା ଆସିବ। ୨୦୦ କେଜି ଝୁଣା ମହଜୁଦ୍‌ ଅଛି। ସେହିପରି ତାମିଲନାଡୁରୁ ୩୦୦ କେଜି ଚନ୍ଦନ କାଠ ଆସିବ। ୧୪ଟି ରଥଟଣା ଓ ୬ଟି ଇନର ଓ ଆଉଟର କର୍ଡନ ଦଉଡ଼ି ପାଇଁ କୁହାଯାଇଛି। ଅନ୍ୟପଟେ ରଥଯାତ୍ରା ସମୟରେ ୩୦ଜଣ ଭକ୍ତଙ୍କ ପାଇଁ ୫ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟବୀମା ଘୋଷଣା କରାଯାଇଛି। ସେହିପରି ପହଣ୍ଡି ଓ ଗୁଣ୍ଡିଚା ମନ୍ଦିରରେ ୯ଦିନ ମହାପ୍ରଭୁ ରହିବା ସମୟରେ ସେବାୟତଙ୍କ ପାଇଁ ବୀମା କରାଯିବ ବୋଲି ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ ସୂଚନା ଦେଇଥିଲେ। ଅପରପକ୍ଷେ ବୈଠକରେ ସଦର ମୁଖ୍ୟ ଚିକିତ୍ସାଳୟରେ ୨୯ଟି ଆମ୍ବୁଲାନ୍ସ ଓ ଜିଲାରେ ୫୦ଟି ୧୦୮ଆମ୍ବୁଲାନ୍ସ ଥିବା ସିଡିଏମ୍‌ଓ କହିଥିଲେ। ପୂର୍ବତଟ ରେଳବାଇ ପକ୍ଷରୁ ଟ୍ରେନର ସୂଚନା ପ୍ରଦାନ ପାଇଁ ଭିଡିଓ ୱାଲ୍‌, ୩୫ଟି ଟିକେଟ ବୁକିଂ କାଉଣ୍ଟର ସହ ୬ଟି ଅଟୋମେଟିକ୍‌ ଟିକେଟ ଭେଣ୍ଡିଂ ମେଶିନ୍‌ ଲଗାଯିବ। ବୈଠକରେ ଜିଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲାପାଳ ପ୍ରଦୀପ ସାହୁ, ଉପଜିଲାପାଳ ଭବତାରଣ ସାହୁ, କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ, ଏସ୍‌ପି କେ. ବିଶାଲ ସିଂହ, ବିଧାୟକ ଜୟନ୍ତ ଷଡଙ୍ଗୀ, ପୁରୀ ଏମ୍‌ପିଙ୍କ ପ୍ରତିନିଧି ଗୌରହରି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri