ରଥଯାତ୍ରା ପାଇଁ ୨୧୦ ସ୍ବତନ୍ତ୍ର ଟ୍ରେନ

ପୁରୀ ଅଫିସ,୧୨।୪: ଜୁନ ୨୦ରେ ମହାପ୍ରଭୁଙ୍କ ରଥଯାତ୍ରା। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ରଥକାଠ ମଧ୍ୟ ପର୍ଯ୍ୟାୟକ୍ରମେ ପୁରୀରେ ପହଞ୍ଚତ୍ବାରେ ଲାଗିଛି। ତେବେ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ମଙ୍ଗଳବାର କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆର୍‌ଡିସି) ସୁରେଶ ଚନ୍ଦ୍ର ଦଳାଇଙ୍କ ଅଧ୍ୟକ୍ଷତାରେ ପ୍ରଥମ ସମନ୍ବୟ ବୈଠକ ଟାଉନ୍‌ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ମହାପ୍ରଭୁଙ୍କ ଶୃଙ୍ଖଳିତ ନୀତି, ଜନଗହଳି ନିୟନ୍ତ୍ରଣ, ସ୍ବାସ୍ଥ୍ୟ, ରଥକାଠ, ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ ଓ ବିଦ୍ୟୁତ୍‌ ଯୋଗାଣ ନେଇ ଆଲୋଚନା କରାଯାଇଛି। ରଥଯାତ୍ରା ସମୟରେ ୨୦୫ରୁ ୨୧୦ଟି ସ୍ବତନ୍ତ୍ର ଟ୍ରେନ ଚଳାଚଳ କରିବ। ଦିବ୍ୟାଙ୍ଗଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡର ୫ରୁ ୭ ସ୍ଥାନରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ସେହିପରି ଶ୍ରୀଜଗନ୍ନାଥ ବନ ପ୍ରକଳ୍ପ ପାଇଁ ଡାଟାବେସ୍‌ ପ୍ରସ୍ତୁତ କରାଯାଉଛି ବୋଲି ଆର୍‌ଡିସି ଦଳାଇ ବୈଠକରେ ସୂଚନା ଦେଇଛନ୍ତି। ରଥ ନିର୍ମାଣ ଗୁଜରାଟର ଅହମ୍ମଦାବାଦରୁ ୩୦୦୦ ମିଟର ରଥକନା ଆସିବ। ୨୦୦ କେଜି ଝୁଣା ମହଜୁଦ୍‌ ଅଛି। ସେହିପରି ତାମିଲନାଡୁରୁ ୩୦୦ କେଜି ଚନ୍ଦନ କାଠ ଆସିବ। ୧୪ଟି ରଥଟଣା ଓ ୬ଟି ଇନର ଓ ଆଉଟର କର୍ଡନ ଦଉଡ଼ି ପାଇଁ କୁହାଯାଇଛି। ଅନ୍ୟପଟେ ରଥଯାତ୍ରା ସମୟରେ ୩୦ଜଣ ଭକ୍ତଙ୍କ ପାଇଁ ୫ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟବୀମା ଘୋଷଣା କରାଯାଇଛି। ସେହିପରି ପହଣ୍ଡି ଓ ଗୁଣ୍ଡିଚା ମନ୍ଦିରରେ ୯ଦିନ ମହାପ୍ରଭୁ ରହିବା ସମୟରେ ସେବାୟତଙ୍କ ପାଇଁ ବୀମା କରାଯିବ ବୋଲି ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ ସୂଚନା ଦେଇଥିଲେ। ଅପରପକ୍ଷେ ବୈଠକରେ ସଦର ମୁଖ୍ୟ ଚିକିତ୍ସାଳୟରେ ୨୯ଟି ଆମ୍ବୁଲାନ୍ସ ଓ ଜିଲାରେ ୫୦ଟି ୧୦୮ଆମ୍ବୁଲାନ୍ସ ଥିବା ସିଡିଏମ୍‌ଓ କହିଥିଲେ। ପୂର୍ବତଟ ରେଳବାଇ ପକ୍ଷରୁ ଟ୍ରେନର ସୂଚନା ପ୍ରଦାନ ପାଇଁ ଭିଡିଓ ୱାଲ୍‌, ୩୫ଟି ଟିକେଟ ବୁକିଂ କାଉଣ୍ଟର ସହ ୬ଟି ଅଟୋମେଟିକ୍‌ ଟିକେଟ ଭେଣ୍ଡିଂ ମେଶିନ୍‌ ଲଗାଯିବ। ବୈଠକରେ ଜିଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲାପାଳ ପ୍ରଦୀପ ସାହୁ, ଉପଜିଲାପାଳ ଭବତାରଣ ସାହୁ, କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ, ଏସ୍‌ପି କେ. ବିଶାଲ ସିଂହ, ବିଧାୟକ ଜୟନ୍ତ ଷଡଙ୍ଗୀ, ପୁରୀ ଏମ୍‌ପିଙ୍କ ପ୍ରତିନିଧି ଗୌରହରି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri