୩୧୮ ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ ପରୀକ୍ଷା ଦେଉଛନ୍ତି ୨୧,୦୩୭ ଛାତ୍ରୀଛାତ୍ର

ଭଦ୍ରକ ଅଫିସ,୧୦ା୩: ଶୁକ୍ରବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା ବା ସମେଟିଭ୍‌-୨ ପରୀକ୍ଷା। ଜିଲାର ମୋଟ୍‌ ୩୧୮ଟି ଉଚ୍ଚ ବିଦ୍ୟାଳୟର ୨୧୦୩୭ ଜଣ ପରୀକ୍ଷାର୍ଥୀ ମାଟ୍ରିକ ପରୀକ୍ଷା ଦେଉଛନ୍ତି। ୭ଟି ବ୍ଳକରେ ମୋଟ୍‌ ୧୧୫ଟି ପରୀକ୍ଷା କେନ୍ଦ୍ର କରାଯାଇଥିବା ବେଳେ ଚାନ୍ଦବାଲି ବ୍ଲକରେ ସର୍ବାଧିକ ୨୦ଟି ପରୀକ୍ଷା କେନ୍ଦ୍ର ରହିଛି। ସେହିପରି ଭଦ୍ରକ ବ୍ଲକରେ ୧୯ଟି, ବାସୁଦେବପୁରରେ ୨୨ଟି, ଭଣ୍ଡାରିପୋଖରୀରେ ୧୦ଟି, ବନ୍ତରେ ୧୩ଟି, ଧାମନଗରରେ ୧୭ଟି ଓ ତିହିଡିରେ ୧୪ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା ରହିଛି। ୧୧ଟି ପରୀକ୍ଷା କେନ୍ଦ୍ରକୁ ନୋଡାଲ ସେଣ୍ଟର ମାନ୍ୟତା ଦିଆଯାଇଛି। ନୋଡାଲ ସେଣ୍ଟରଗୁଡ଼ିକରେ କଡ଼ା ନିରାପତ୍ତା ମଧ୍ୟରେ ପ୍ରଶ୍ନପତ୍ର ରଖାଯିବାର ବ୍ୟବସ୍ଥା ହୋଇଛି। ସେଠାରୁ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ପ୍ରଶ୍ନପତ୍ର ପଠାଇବାର ସମସ୍ତ ବ୍ୟବସ୍ଥା କରାଯାଇଥିବା ଜିଲା ଶିକ୍ଷାଧିକାରୀ କପିଳେନ୍ଦ୍ର ମିଶ୍ର ସୂଚନା ଦେଇଛନ୍ତି। ଜିଲା ତମାମ ପଞ୍ଚାୟତ ନିର୍ବାହୀ ଅଧିକାରୀ, ଅଙ୍ଗନଓ୍ବାଡି ସୁପରଭାଇଜର ଓ ଅନ୍ୟ ସରକାରୀ କର୍ମଚାରୀଙ୍କୁ ପରୀକ୍ଷା କେନ୍ଦ୍ରର ପର୍ଯ୍ୟବେକ୍ଷକ ଭାବେ ନିୟୋଜିତ କରାଯାଇଛି। ଅନୁରୂପ ଭାବେ ବିଡିଓ ଏବଂ ତହସିଲଦାରଙ୍କୁ ପରୀକ୍ଷା କେନ୍ଦ୍ରଗଡ଼ିକର ତଦାରଖ କରିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri