ଆଜି ରାଜ୍ୟରୁ ୨୧୪ କରୋନା ଆକ୍ରାନ୍ତ ଚିହ୍ନଟ, ଟୁଇନ୍‌ ସିଟିରୁ ସର୍ବାଧିକ

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୧୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୧,୩୫୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨୯ ଜଣ ଚିହ୍ନଟ ହୋଇଥିବା ବେଳେ ୮୫ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୩୦ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୮ ଏବଂ ସୁନ୍ଦରଗଡ଼ରୁ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୩, ବଲାଙ୍ଗୀର ୧୦, ବୌଦ୍ଧ ୩, ଦେବଗଡ଼ ୨, ଢେଙ୍କାନାଳ ୬, ଗଜପତି ୨, ଗଞ୍ଜାମ ୨, ଜଗତସିଂହପୁର ୬, ଯାଜପୁର ୩, କଳାହାଣ୍ଡି ୧୧, କନ୍ଧମାଳ ୨ କେନ୍ଦ୍ରାପଡ଼ା ୭, କେନ୍ଦୁଝର ୩, କୋରାପୁଟ ୨,ମୟୂରଭଞ୍ଜ ୩, ନୟାଗଡ଼ ୫, ନୂଆପଡ଼ା ୮, ପୁରୀ ୩, ରାୟଗଡ଼ା ୨, ସମ୍ବଲପୁରରୁ ୯ ଏବଂ ସୋନପୁରରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୯।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୧,୩୫୩ରେ ପହଞ୍ଚିଥିବା ବେଳେ ୧୩,୨୦,୪୫୦ ଜଣ ସୁସ୍ଥ ହୋଇଛନ୍ତି। ୧୬୬୪ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଇସ୍ରାଏଲ, ନେତାନ୍ୟାହୁ କରିବେ ଏମିତି କାମ, ଇରାନ କାବା

ନୂଆଦିଲ୍ଲୀ,୧।୪: ଇରାନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନୂତନ ଏବଂ ପ୍ରମୁଖ ରଣନୈତିକ ପଦକ୍ଷେପର ସଙ୍କେତ ଦେଇଛନ୍ତି। ନେତାନ୍ୟାହୁ କହିଛନ୍ତି…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri