Posted inଖେଳ

ମୁମ୍ବାଇ ଆଗରେ ୨୧୫ ରନ୍‌ର ବିଜୟ ଟାର୍ଗେଟ୍‌

ମୁମ୍ବାଇ,୨୨।୪: ମୁମ୍ବାଇସ୍ଥିତ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୩୧ତମ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ପଞ୍ଜାବ କିଙ୍ଗ୍ସ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୨୧୪ ରନ୍‌ କରିଛି। ଫଳରେ ମୁମ୍ବାଇ ଆଗରେ ୨୧୫ ରନ୍‌ର ବିଶାଳ ବିଜୟ ଟାର୍ଗେଟ ରଖିଛି ପଞ୍ଜାବ।

ପଞ୍ଜାବର ଦୁଇ ଓପ୍‌ନର ମାଥ୍ୟୁ ସର୍ଟ ଏବଂ ପ୍ରଭାସୀମନ୍‌ ସିଂ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲେ। ହେଲେ ଦଳକୁ ପ୍ରାରମ୍ଭିକ ଝଟ୍‌କା ଲାଗିଥିଲା। ଦଳୀୟ ସ୍କୋର ୧୮ ରନ୍‌ରେ ମାଥ୍ୟୁ ସର୍ଟ ୧୧ ରନ୍‌ କରି ଆଉଟ୍‌ ହୋଇଯାଇଥିଲେ। ପରେ ପ୍ରଭାସୀମନ୍‌ ଏବଂ ଅଟାର୍ଭା ଟାଇଡ୍‌ କିଛି ସମୟ ପାଇଁ ଦଳକୁ ଆଗକୁ ନେଇଥିଲେ। ପ୍ରଭାସୀମନ୍‌ ୨୬ ରନ୍‌ କରିଥିବା ବେଳେ ଅଟାର୍ଭା ୨୯ ରନ୍‌ କରିଥିଲେ। ଲିଆମ୍‌ ଲିଭିଙ୍ଗ୍‌ଷ୍ଟୋନ ୧୦ ରନ୍‌ କରି ଆଉଟ୍‌ ହୋଇଥିଲେ। ଏଭଳି ସ୍ଥିତିରେ ହରପ୍ରୀତ ସିଂ ଭାଟିଆ ଏବଂ ଅଧିନାୟକ ସାମ୍‌ କୁରାନ ଧୈର୍ଯ୍ୟର ସହ ବ୍ୟାଟିଂକରି ଦଳକୁ ମଜଭୁତ ସ୍ଥିତିକୁ ଆଣିଥିଲେ। ହରପ୍ରୀତ ସିଂ ୨୮ ବଲ୍‌ରେ ୪୧ ରନ୍‌ (୪ ଚୌକା ଏବଂ ୨ ଛକ୍କା)ର ପ୍ରଭାବୀ ବ୍ୟାଟିଂ କରିଥିଲେ। ସେହିପରି ଅଧିନାୟକ ସାମ୍‌ କୁରାନ ୨୯ ବଲ୍‌(୫ ଚୌକା ଏବଂ ୪ ଛକା)ରେ ୫୫ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ଶେଷବେଳକୁ ଜିତେଶ ଶର୍ମା ୭ ବଲ୍‌ରେ ବିସ୍ଫୋରକ ୨୭(୪ ଛକା)ରନ୍‌ କରିଥିଲେ। ଫଳରେ ପଞ୍ଜାବ ୨୧୪ ରନ୍‌ କରିବାରେ ସକ୍ଷମ ହୋଇଥିଲା। ମୁମ୍ବାଇର କାମେରନ୍‌ ଗ୍ରୀନ ଏବଂ ପୀୟୂଷ ଚାୱଲା ୨ଟି ଲେଖାଏ ଉଇକେଟ ନେଇଥିବା ବେଳେ ଅର୍ଜୁନ ତେନ୍ଦୁଲକର, ଜେସନ ବେହେରେଣ୍ଡଫ୍‌ ଏବଂ ଜୋଫ୍ରା ଗୋଟିଏ ଲେଖାଏ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri