ଡେଲି ମାର୍କେଟରେ ସାମାଜିକ ଦୂରତ୍ୱକୁ ମାନୁ ନାହାନ୍ତି ଅମାନିଆ: ପୋଲିସ ପ୍ରଶାସନ ଉପସ୍ଥିତ ରହିବାକୁ ସାଧାରଣରେ ଦାବି

ବିଜେପୁର,୧୦।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୁଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ କଟକଣାକୁ ୩୦ଯାଏ ବଢ଼ାଇ ଦେଇଛନ୍ତି। ସାମାଜିକ ଦୂରତ୍ୱ ଓ ମୁହଁରେ ମାକ୍ସ ଲଗାଇବାକୁ ସଚେତନତା ସୃଷ୍ଟି କରାଯାଉଛି। ହେଲେ ବରଗଡ଼ ଜିଲା ବିଜେପୁର ଏନ୍‌ଏସି ସଦର ମହକୁମାସ୍ଥିତ ଡେଲି ମାର୍କେଟରେ ଅମାନିଆ ଏହାକୁ ମାନୁ ନ ଥିବା ଦେଖିବାକୁ ମିଳୁଛି। ସାମାଜିକ ଦୂରତ୍ୱ ରକ୍ଷା ପାଇଁ ପ୍ରଶାସନପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆକୁ ଡେଲି ମାର୍କେଟକୁ ସ୍ଥାନାନ୍ତର କରାଯାଇଛି। ଏନ୍‌ଏସି ପକ୍ଷରୁ ନିର୍ଦ୍ଧାରିତ ଭାବେ ବେପାରୀମାନଙ୍କ ପାଇଁ ସ୍ଥାନ ଯୋଗାଇ ଦିଆଯାଇଛି। ଶୁକ୍ରବାର ସକାଳୁ ତହସିଲଦାର କୁଳମଣି ରଣବିଡା, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରୁକ୍ମଣ ମେହେର, ପୋଲିସ କର୍ମଚାରୀଙ୍କ ସହ ଡେଲି ମାର୍କେଟ ପରିଦର୍ଶନ କରିଥିଲେ। ପୋଲିସ କର୍ମଚାରୀ ରହଥିବା ଯାଏ ଡେଲି ମାର୍କେଟରେ ସାମାଜିକ ଦୂରତ୍ୱ ରକ୍ଷା ହେଉଥିଲା। ମାତ୍ର ପୋଲିସ କର୍ମଚାରୀ ଯିବାପରେ ସାମାଜିକ ଦୂରତ୍ୱକୁ ଅମାନିଆମାନେ ଆଉ ମାନି ନ ଥିଲେ। ବିଭିନ୍ନ ବେପାରୀଙ୍କୁ ଘେରିଯାଇ ପରିବା କିଣୁଥିବା ଦେଖିବାକୁ ମିଳିଛି। ଅପରପକ୍ଷେ କେତେକ ଆମାନିଆ ମୁହଁରେ ମାସ୍କ ଲଗାଇ ନ ଥିବା ପରିଲକ୍ଷିତ ହୋଇଛି। ତେବେ ଏହି ଡେଲି ମାର୍କେଟ ସପ୍ତାହକୁ ତିନିଦିନ ବସୁଥିବାବେଳେ ଉକ୍ତ ସମୟରେ ପୋଲିସ ପ୍ରଶାସନ ଉପସ୍ଥିତ ରହି ଅମାନିଆଙ୍କ ଉପରେ ନଜର ରଖିବାକୁ ସାଧାରଣରେ ଦାବି ହେଉଛି। ଏ ନେଇ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରୁକ୍ମଣ ମେହେର କୁହନ୍ତି, ଏ ଦିଗରେ ପଦକ୍ଷେପ ନିଆଯିବ। ଲୋକଙ୍କୁ ମାସ୍କ ଲଗାଇବାକୁ ସଚେତନତା ସୁଷ୍ଟି କରାଯାଉଛି। ଶନିବାରଠାରୁ ସର୍ବସାଧାରଣ ସ୍ଥାନରେ ଯିଏ ମାକ୍ସ ନ ଲଗାଇବ ତାଙ୍କୁ ଦୁଇ ଶହ ଟଙ୍କା ଜୋରିମାନା କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା…

ଏକାଠି ଖେଳିବେ ସଞ୍ଜୁ ସାମସନ-ବୈଭବ ସୂର୍ଯ୍ୟବଂଶୀ? ଜଣେ ଖେଳାଳିଙ୍କୁ ଦେବାକୁ ପଡିବ ‘ବଳିଦାନ’

ନୂଆଦିଲ୍ଲୀ,୮।୭: ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ସଂଘର୍ଷ କରୁଛି, ପ୍ରଥମ ତିନୋଟି ମ୍ୟାଚରେ ବିଜୟ ହାସଲ କରିପାରି ନାହିଁ। ମଙ୍ଗଳବାର ରାତିରେ ଇଂଲଣ୍ଡ ଭାରତକୁ…

ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ

ଚୌଦ୍ବାର,୮।୭: ବିଜେଡିରୁ ଇସ୍ତଫା ଦେଲେ ଚୌଦ୍ୱାର ୧୨ନଂ ୱାର୍ଡ କାଉନସିଲର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁବ୍ରତ ସାମଲ ଇସ୍ତଫା ପତ୍ର ପଠାଇଛନ୍ତି । ତାଙ୍କର…

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା…

‘ରିସେଟ’ର ମୂଲ୍ୟ ଦେଉଛି ଟିମ ଇଣ୍ଡିଆ? ଲଗାତାର ପରାଜୟ ଉପରେ ନୀରବତା ଭାଙ୍ଗିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୭: ଇଂଲଣ୍ଡ ବିପକ୍ଷରେ ୧୨୫ ରନର ଦମ ଦାର ପରାଜୟ ପରେ ଏହା କ୍ରମାଗତ ଚତୁର୍ଥ ଟି-୨୦ ପରାଜୟ, ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର…

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri