ରାଜ୍ୟରେ ଚିହ୍ନଟ ହେଲେ ୨୧୮ କରୋନା ଆକ୍ରାନ୍ତ

 

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ୨୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୮ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୧ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୨ ହଜାର ୧୪୫ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୭ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ୱରରୁ ୧, ଭଦ୍ରକରୁ ୧, କଟକରୁ ୧୫, ଦେବଗଡ଼ରୁ ୨, ଗଞ୍ଜାମରୁ ୫, ଜଗତ୍‌ସିଂହପୁରରୁ ୨, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୩, କୋରାପୁଟରୁ ୧, ମୟୂରଭଞ୍ଜରୁ ୭, ନୟାଗଡ଼ରୁ ୨, ପୁରୀରୁ ୩, ଓ ରାୟଗଡ଼ାରୁ ୧ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୭ ଓ ସୁନ୍ଦରଗଡ଼ରୁ ୧୪ ଜଣ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୮ ଅଛନ୍ତି।