୩୫୪୦ ମାମଲାରୁ ୨୧୮୨ ସମାଧାନ

ଭୁବନେଶ୍ୱର ୨୧।୯ (ବ୍ୟୁରୋ): କମିଶନରେଟ ପୋଲିସ ଓ ମହିଳା ସ୍ବେଚ୍ଛାସେବୀ ଅନୁଷ୍ଠାନ ଇନଷ୍ଟିଚ୍ୟୁଟ୍‌ ଫର୍‌ ସୋସିଆଲ୍‌ ଡେଭେଲପ୍‌ମେଣ୍ଟ (ଆଇ.ଏସ୍‌.ଡି.)ର ମିଳିତ ସହଯୋଗରେ ଆରମ୍ଭ ହୋଇଥିବା ମହିଳା ସହଯୋଗ କେନ୍ଦ୍ର ‘ମାଧ୍ୟମ’କୁ ୮ ବର୍ଷ ପୂରିଛି। ୨୦୧୪ ସେପ୍ଚେମ୍ବର ୪ରୁ ଭୁବନେଶ୍ୱର ଡିସିପି ଅଫିସ ଏବଂ କଟକ ମହିଳା ଥାନାରେ ଏହି କେନ୍ଦ୍ର ଜରିଆରେ ବହୁ ମହିଳାଙ୍କୁ ନ୍ୟାୟ ଦିଆଯାଉଛି। ‘ମାଧ୍ୟମ’ର ସଫଳତା ଏବଂ ୮ବର୍ଷ ପୂର୍ତ୍ତି ଅବସରରେ ମଙ୍ଗଳବାର ଭୁବନେଶ୍ୱରସ୍ଥିତ ପୋଲିସ କମିଶନରେଟ କାର୍ଯ୍ୟାଳୟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ୮ ବର୍ଷର ରିପୋର୍ଟ ଉପସ୍ଥାପନ କରିଥିଲେ।
ରିପୋର୍ଟ ଅନୁଯାୟୀ, ଗତ ୮ବର୍ଷ ମଧ୍ୟରେ କଟକ ଓ ଭୁବନେଶ୍ୱରରେ ଥିବା ୨ଟି ‘ମାଧ୍ୟମ’ କେନ୍ଦ୍ରରେ ମୋଟ ୪୬୨୧ ଜଣ ମହିଳା ଅଭିଯୋଗ କରିଥିଲେ। ସେଥିମଧ୍ୟରୁ ୩୫୪୦ଟି ଅଭିଯୋଗକୁ ପଞ୍ଜୀକରଣ କରାଯାଇ କାଉନସିଲିଂ କରାଯାଇଥିଲା। ୨୧୮୨ଟି ମାମଲା ଆପୋସ ବୁଝାମଣାରେ ସମାଧାନ କରାଯାଇଛି। ପଞ୍ଜୀକୃତ ମାମଲା ମଧ୍ୟରୁ ୩୧୯୭ଟି ପାରିବାରିକ ହିଂସା ସମ୍ପର୍କିତ ଥିଲା। ଅନ୍ୟାନ୍ୟ ଅଭିଯୋଗ ମଧ୍ୟରେ ୧୨୫ଟି ମିଥ୍ୟା ପ୍ରତିଶ୍ରୁତି ଦ୍ୱାରା ବିବାହ ସମ୍ବନ୍ଧୀୟ ହୋଇଥିବା ବେଳେ କର୍ମକ୍ଷେତ୍ରରେ ଯୌନ ନିର୍ଯାତନା, ସାଇବର କ୍ରାଇମ, ଅପହରଣ ଆଦି ଅଭିଯୋଗ ରହିଛି। ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି, ‘ମାଧ୍ୟମ’ ହିଂସା ପୀଡ଼ିତା ମହିଳାଙ୍କୁ ଉପଯୁକ୍ତ ନ୍ୟାୟ ଦେବାରେ ସଫଳ ହୋଇଛି। ଥାନା ଅପେକ୍ଷା ‘ମାଧ୍ୟମ’ରେ ମାମଲା ପଞ୍ଜିକୃତ କରିବା ଦ୍ୱାରା ଶୀଘ୍ର ନ୍ୟାୟ ମିଳିପାରୁଛି ବୋଲି ପ୍ରିୟଦର୍ଶୀ କହିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ପୋଲିସ କମିଶନର ଉମାଶଙ୍କର ଦାଶ, ଭୁବନେଶ୍ୱର ଡିସିପି ପ୍ରତୀକ ସିଂ, କଟକ ଡିସିପି ପୀନାକ ମିଶ୍ର, ଟୁଇନ୍‌ ସିଟିର ସମସ୍ତ ଥାନାଧିକାରୀ ଓ ‘ମାଧ୍ୟମ’ର କର୍ମକର୍ତ୍ତା ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri