୩୫୪୦ ମାମଲାରୁ ୨୧୮୨ ସମାଧାନ

ଭୁବନେଶ୍ୱର ୨୧।୯ (ବ୍ୟୁରୋ): କମିଶନରେଟ ପୋଲିସ ଓ ମହିଳା ସ୍ବେଚ୍ଛାସେବୀ ଅନୁଷ୍ଠାନ ଇନଷ୍ଟିଚ୍ୟୁଟ୍‌ ଫର୍‌ ସୋସିଆଲ୍‌ ଡେଭେଲପ୍‌ମେଣ୍ଟ (ଆଇ.ଏସ୍‌.ଡି.)ର ମିଳିତ ସହଯୋଗରେ ଆରମ୍ଭ ହୋଇଥିବା ମହିଳା ସହଯୋଗ କେନ୍ଦ୍ର ‘ମାଧ୍ୟମ’କୁ ୮ ବର୍ଷ ପୂରିଛି। ୨୦୧୪ ସେପ୍ଚେମ୍ବର ୪ରୁ ଭୁବନେଶ୍ୱର ଡିସିପି ଅଫିସ ଏବଂ କଟକ ମହିଳା ଥାନାରେ ଏହି କେନ୍ଦ୍ର ଜରିଆରେ ବହୁ ମହିଳାଙ୍କୁ ନ୍ୟାୟ ଦିଆଯାଉଛି। ‘ମାଧ୍ୟମ’ର ସଫଳତା ଏବଂ ୮ବର୍ଷ ପୂର୍ତ୍ତି ଅବସରରେ ମଙ୍ଗଳବାର ଭୁବନେଶ୍ୱରସ୍ଥିତ ପୋଲିସ କମିଶନରେଟ କାର୍ଯ୍ୟାଳୟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ୮ ବର୍ଷର ରିପୋର୍ଟ ଉପସ୍ଥାପନ କରିଥିଲେ।
ରିପୋର୍ଟ ଅନୁଯାୟୀ, ଗତ ୮ବର୍ଷ ମଧ୍ୟରେ କଟକ ଓ ଭୁବନେଶ୍ୱରରେ ଥିବା ୨ଟି ‘ମାଧ୍ୟମ’ କେନ୍ଦ୍ରରେ ମୋଟ ୪୬୨୧ ଜଣ ମହିଳା ଅଭିଯୋଗ କରିଥିଲେ। ସେଥିମଧ୍ୟରୁ ୩୫୪୦ଟି ଅଭିଯୋଗକୁ ପଞ୍ଜୀକରଣ କରାଯାଇ କାଉନସିଲିଂ କରାଯାଇଥିଲା। ୨୧୮୨ଟି ମାମଲା ଆପୋସ ବୁଝାମଣାରେ ସମାଧାନ କରାଯାଇଛି। ପଞ୍ଜୀକୃତ ମାମଲା ମଧ୍ୟରୁ ୩୧୯୭ଟି ପାରିବାରିକ ହିଂସା ସମ୍ପର୍କିତ ଥିଲା। ଅନ୍ୟାନ୍ୟ ଅଭିଯୋଗ ମଧ୍ୟରେ ୧୨୫ଟି ମିଥ୍ୟା ପ୍ରତିଶ୍ରୁତି ଦ୍ୱାରା ବିବାହ ସମ୍ବନ୍ଧୀୟ ହୋଇଥିବା ବେଳେ କର୍ମକ୍ଷେତ୍ରରେ ଯୌନ ନିର୍ଯାତନା, ସାଇବର କ୍ରାଇମ, ଅପହରଣ ଆଦି ଅଭିଯୋଗ ରହିଛି। ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି, ‘ମାଧ୍ୟମ’ ହିଂସା ପୀଡ଼ିତା ମହିଳାଙ୍କୁ ଉପଯୁକ୍ତ ନ୍ୟାୟ ଦେବାରେ ସଫଳ ହୋଇଛି। ଥାନା ଅପେକ୍ଷା ‘ମାଧ୍ୟମ’ରେ ମାମଲା ପଞ୍ଜିକୃତ କରିବା ଦ୍ୱାରା ଶୀଘ୍ର ନ୍ୟାୟ ମିଳିପାରୁଛି ବୋଲି ପ୍ରିୟଦର୍ଶୀ କହିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ପୋଲିସ କମିଶନର ଉମାଶଙ୍କର ଦାଶ, ଭୁବନେଶ୍ୱର ଡିସିପି ପ୍ରତୀକ ସିଂ, କଟକ ଡିସିପି ପୀନାକ ମିଶ୍ର, ଟୁଇନ୍‌ ସିଟିର ସମସ୍ତ ଥାନାଧିକାରୀ ଓ ‘ମାଧ୍ୟମ’ର କର୍ମକର୍ତ୍ତା ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?