୨୧ରେ ୯ମ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା

ଭୁବନେଶ୍ୱର,୨୦।୬: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଏକ ୧୧ଦିନିଆ ଭୁବନେଶ୍ୱର ଇଣ୍ଟରନ୍ୟାଶନାଲ ଟ୍ରେଡ୍‌ ଫେୟାର (ବିଆଇଟିଏଫ୍‌)ର ଆୟୋଜନ କରାଯାଉଛି। ଏହି ମେଳା ୨୦୨୪ ଜୁନ୍‌ ୨୧ରୁ ଜୁଲାଇ ୧ ପର୍ଯ୍ୟନ୍ତ ଭୁବନେଶ୍ୱରର ଜୟଦେବ ବିହାର ନିକଟସ୍ଥ ଜନତା ମଇଦାନଠାରେ ଆୟୋଜନ ହେବ ବୋଲି ଆୟୋଜକଙ୍କ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ୨୦୨୪ ଜୁନ୍‌ ୨୧ରେ ୯ମ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା (୯ମ ବିଆଇଟିଏଫ୍‌)ର ଆୟୋଜନ ଭୁବନେଶ୍ୱରର ଜୟଦେବ ବିହାର ନିକଟସ୍ଥ ଜନତା ମଇଦାନଠାରେ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଭୁବନେଶ୍ୱରର ରୋଟାରି ଭବନଠାରେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏହି ସମ୍ମିଳନୀରେ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପ୍ରାଇଭେଟ ଲିମିଟେଡ୍‌ର ଏମ୍‌ଡି ସୁଜିତ କୁମାର ଗୁପ୍ତା ଏବଂ ପାୟଲ ଆଚାର୍ଯ୍ୟ ଗୁପ୍ତାଙ୍କ ସମେତ ଦୀପକ କୁମାର ମହାନ୍ତି, ଡ. ନିବେଦିତା ମହାନ୍ତି ଓ କାଜଲ ମିଶ୍ର ପ୍ରମୁଖ ଉପସ୍ଥିତ ରହି ମେଳା ଆଭିମୁଖ୍ୟ ଓ ଅନ୍ୟାନ୍ୟ କାର୍ଯ୍ୟସୂଚୀ ବିଷୟରେ ବିସ୍ତୃତ ଭାବେ ସୂଚନା ଦେଇଥିଲେ।

ଅପରପକ୍ଷରେ ଏହି ୧୧ ଦିନିଆ ବାଣିଜ୍ୟ ମେଳାରେ ୨୨ ରାଜ୍ୟ ଓ ୧୦ ଦେଶର ବ୍ୟବସାୟୀ ଓ ବ୍ୟବସାୟିକ ସଂସ୍ଥା ଅଂଶ ଗ୍ରହଣ କରୁଥିଲାବେଳେ ପ୍ରତିଦିନ ସନ୍ଧ୍ୟାରେ ଉଭୟ କ୍ରେତା ଓ ବିକ୍ରେତାଙ୍କ ପାଇଁ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।

ସେହିଭଳି ଏହି ମେଳା ବିଭିନ୍ନ ଜୋନ୍‌ ଯଥା ଫର୍ନଚର, ଇଣ୍ଟେରିଅର ଆଣ୍ଡ ଇଲେକ୍ଟ୍ରେନିକ, ରିଅଲ ଇଷ୍ଟେଟ, ହେଲ୍‌ଥ ଆଣ୍ଡ ବିୟୁଟି ପ୍ରଡକ୍ଟସ, କଞ୍ଜୁମର, ଇଣ୍ଟରନ୍ୟାଶନାଲ ଆଣ୍ଡ ଲାଇଫ ଷ୍ଟାଇଲ, ଅଟୋମୋବାଇଲ, ଶିକ୍ଷା, ହ୍ୟାଣ୍ଡଲୁମ ଆଣ୍ଡ ହ୍ୟାଣ୍ଡିକ୍ରାଫ୍ଟ, ମାନ୍ୟୁଫାକଚର, ଖାଦ୍ୟ ଏବଂ ସ୍ମଲ ସ୍କେଲ୍‌ ଇଣ୍ଟଷ୍ଟ୍ରି ଭଳି ଜୋନ୍‌ ରହିଛି ବୋଲି ଆୟୋଜକଙ୍କ ପକ୍ଷରୁ କୁହାଯାଇଛି। ସେହିପରି ଏହି ମେଳା ଏମ୍‌ଏସ୍‌ଏମ୍‌ଇ ଆଣ୍ଡ ଟ୍ରାଇବସ ଇଣ୍ଡିଆର ମିଳିତ ସହଯୋଗରେ ଆୟୋଜନ କରାଯାଉଛି। ଏହି ମେଳା ପ୍ରତିଦିନ ଅପରାହ୍ନ ୨ ଘଟିକାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ସବୁ ବର୍ଗର ଲୋକଙ୍କ ପାଇଁ ଖୋଲା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

କିଟ୍‌ ଦେଶର ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ, ଶିକ୍ଷାଦାନର ମାନ…

ଭୁବନେଶ୍ୱର, ୧।୧୦: ଟାଇମ୍ସ ହାୟର ଏଜୁକେଶନ ବିଶ୍ୱ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ୍‌-୨୦୨୭ରେ କିଟ୍‌ ବିଶ୍ୱବିଦ୍ୟାଳୟ ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି । ଉକ୍ତ ର଼୍ୟାଙ୍କିଙ୍ଗ୍‌ରେ କିଟ୍‌…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?