Posted inଜାତୀୟ

୨୨ ଭାରତୀୟ ଥିବା ଜାହାଜକୁ ମିଶାଇଲ ମାଡ଼

ନୂଆଦିଲ୍ଲୀ,୨୮।୧: ୨୨ ଭାରତୀୟ ଓ ଜଣେ ବାଂଲାଦେଶୀଙ୍କୁ ନେଇ ଲୋହିତ ସାଗରରେ ଯାଉଥିବା ବ୍ରିଟିଶ୍‌ ତୈଳ ଟ୍ୟାଙ୍କର ଏମ୍‌ଭି ମାର୍ଲିନ୍‌ ଲୁଆଣ୍ଡାକୁ ୟେମେନ୍‌ର ହୁଟି ଆତଙ୍କବାଦୀମାନେ ମିଶାଇଲ ମାଡ଼ କରିଛନ୍ତି। ଏହି ଆକ୍ରମଣରେ ଜାହାଜରେ ନିଅଁା ଲାଗିଥିବାବେଳେ ଭାରତୀୟ ନୌସେନାର କ୍ଷେପଣାସ୍ତ୍ର ବିଧ୍ୱଂସକ ଆଇଏନ୍‌ଏସ୍‌ ବିଶାଖାପଟନମ୍‌କୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯାଇଛି।
ଗଣମାଧ୍ୟମର ରିପୋର୍ଟ ଅନୁସାରେ ଇରାନ୍‌ ସମର୍ଥତ୍ତ ହୁଟି ଆତଙ୍କବାଦୀ ଜାହାଜ ଚଳାଚଳର ପ୍ରମୁଖ ପଥ ଏଡେନ୍‌ ଉପସାଗରରେ ଏମ୍‌ଭି ମାର୍ଲିନ୍‌ ଲୁଆଣ୍ଡାକୁ ଟାର୍ଗେଟ କରିଥିଲେ। ମର୍ଚ୍ଚାଣ୍ଟ ଶିପ୍‌ରେ ଥିବା ଭାରତୀୟ ନାବିକମାନେ ସହାୟତା ମାଗିବାରୁ ଆଇଏନ୍‌ଏସ୍‌ ବିଶାଖାପଟନମ୍‌କୁ ସେଠାକୁ ପଠାଯାଇଥିଲା। ଭାରତୀୟମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି ରହିଥିବା ଭାରତୀୟ ନୌସେନା ପକ୍ଷରୁ ସୂଚନା ଦିଆଯାଇଛି। ବ୍ରିଟିଶ୍‌ ତୈଳ ଟ୍ୟାଙ୍କର ଅପରେଟର କହିଛନ୍ତି, ଜାହାଜ ଉପରେ ମିଶାଇଲ ଆକ୍ରମଣ ହୋଇଥିବାରୁ ସେଥିରେ ନିଅଁା ଲାଗିଛି।
ପୂର୍ବରୁ ୨୦୨୩ ଡିସେମ୍ବର ୨୩ରେ ୨୧ ଭାରତୀୟ ଥିବା ଏମ୍‌ଭି ଚେମ୍‌ ପ୍ଲୁଟୋକୁ ଗୁଜରାଟ ଉପକୂଳରେ ଡ୍ରୋନ୍‌ ଆକ୍ରମଣ କରାଯାଇଥିଲା। ଜାନୁଆରୀ ୫ରେ ଆରବ ସାଗରରେ ଲିବର୍ନିଆ ପତାକା ଲାଗିଥିବା ଏମ୍‌ଭି ଲିଲା ନର୍‌ଫୋକ୍‌କୁ ଅପହରଣ ଉଦ୍ୟମକୁ ଭାରତୀୟ ନୌସେନା ପଣ୍ଡ କରିଥିଲା। ସେହିପରି ଗତ ୧୭ ତାରିଖ ରାତିରେ ଏଡେନ୍‌ ଉପସାଗରରେ ଏମ୍‌ଭି ଜେନ୍‌କୋ ପିକାର୍ଡି ଉପରେ ମଧ୍ୟ ହୁଟି ବିଦ୍ରୋହୀମାନେ ଡ୍ରୋନ୍‌ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri