ବର୍ଷକରେ ୨୨ ମାମଲା, ୬୦ ଗିରଫ

ଭୁବନେଶ୍ୱର, ୨୮।୧୨ (ବ୍ୟୁରୋ): କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପକ୍ଷରୁ ମଙ୍ଗଳବାର ୨୦୨୨ର ବାର୍ଷିକ ରିପୋର୍ଟ ପ୍ରକାଶ ପାଇଛି। ବର୍ଷକରେ ଘର, ଜମି ଯୋଗାଣ, ଇନ୍‌କମ୍‌ ଟ୍ୟାକ୍ସ, ସାଇବର, ଚାକିରି, ଡିଜିଟାଲ ଲୋନ୍‌ ଠକେଇ ଆଦି ବଡ଼ ବଡ଼ ଘଟଣାକୁ ନେଇ ୨୨ଟି ମାମଲା ରୁଜୁ ହୋଇଥିବାବେଳେ ଏଥିରେ ୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ହୋଇଛି। ଏସବୁ ମାମଲାରେ ୬୦ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଉପରୋକ୍ତ ମାମଲାରେ ଚାଇନା, ହଂକଂ, ଥାଇଲାଣ୍ଡ, ମାଲେସିୟା, ସିଙ୍ଗାପୁର, ନେପାଳ, ଶ୍ରୀଲଙ୍କା ଆଦି ଦେଶରେ ଅଭିଯୁକ୍ତମାନେ ରହି ରାକେଟ ଚଳାଉଛନ୍ତି। ଇଓଡବ୍ଲ୍ୟୁ ଏସବୁ ମାମଲାରେ ତଦନ୍ତ କରିବା ସହ ବିଭିନ୍ନ ଲ’ ଏନ୍‌ଫୋର୍ସମେଣ୍ଟ ଏଜେନ୍‌ସି , ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି), ଇନ୍‌କମ୍‌ ଟ୍ୟାକ୍ସ, ଏଫ୍‌ଆଇୟୁ (ଫାଇନାନ୍‌ସିଆଲ୍‌ ଇଣ୍ଟେଲିଜେନ୍ସ ୟୁନିଟ), ଆର୍‌ବିଆଇ, ଇଣ୍ଟେଲିଜେନ୍ସ ବ୍ୟୁରୋ, ବ୍ୟୁରୋ ଅଫ୍‌ ଇମିଗ୍ରେସନ୍‌, ସିବିଆଇ, ସିଆଇଏସ୍‌ଏଫ୍‌, ଏକାଧିକ ବ୍ୟାଙ୍କ, ଜିଏସ୍‌ଟି କର୍ତ୍ତୃପକ୍ଷ, ମୁମ୍ବାଇ ପୋଲିସ, ଦିଲ୍ଲୀ ପୋଲିସ, କୋଲାକାତା ପୋଲିସ, ବାଙ୍ଗାଲୋର ପୋଲିସର ସହଯୋଗରେ କାର୍ଯ୍ୟ କରୁଛି। ଏଥିସହ ଗୁଗଲ, ଫେସ୍‌ବୁକ୍‌, ହ୍ବାଟ୍‌ସଆପ୍‌, ଗୋ-ଡାଡି ଆଦି ସହଯୋଗରେ କିଛି ମାମଲାରେ ତଦନ୍ତ ମଧ୍ୟ କରାଯାଉଛି। ତେବେ ସବୁଠୁ ବଡ଼ କଥା ହେଲା, ଡିଜିଟାଲ ଲୋନ ଆପ୍‌ ଠକେଇ ମାମଲାରେ ସାରା ଦେଶରେ ୧୦୮ଜଣ ଆତ୍ମହତ୍ୟା କରିଛନ୍ତି। ହେଲେ ଓଡ଼ିଶାରେ କେହି ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ଗ୍ରହଣ କରିନାହାନ୍ତି। ତେବେ ଇଓଡବ୍ଲ୍ୟୁ ପକ୍ଷରୁ ତଦନ୍ତ ସହ ଦୃଢ଼ ପଦକ୍ଷେପ ଗ୍ରହଣ କରାଯାଇଥିବାରୁ ଠକେଇର ଶିକାର ପୀଡିତଙ୍କ ଜୀବନ ବଞ୍ଚତ୍ୟାଇଥିବା ଇଓଡବ୍ଲ୍ୟୁ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri