ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ଆଉ ୨୨ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୧୧କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୭ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଓ କଟକ ଜିଲାରୁ ୩ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦୁଝର ଜିଲାରୁ ୨, ସୋନପୁର, ନବରଙ୍ଗପୁର, ନୟାଗଡ଼, ବୌଦ୍ଧ, ଜଗତସିଂହପୁର, ଗଞ୍ଜାମ, ବାଲେଶ୍ୱର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତି ।