ରାଜଧାନୀରୁ ପୁଣି ଚିହ୍ନଟ ହେଲେ ୨୨ କରୋନା ପଜିଟିଭ୍‌: ଅଛନ୍ତି ୧୬ ବେସରକାରୀ ହସ୍ପିଟାଲ୍‌ କର୍ମଚାରୀ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜଧାନୀରେ ବୁଧବାର ଆଉ ୨୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୨୦କୁ ବୃଦ୍ଧି ପାଇଛି। ସେଥିରୁ ୧୧୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦୩ ଆକ୍ଟିଭ୍‌ କେସ୍‌ ରହିଛି। ସେହିଭଳି ୩ଜଣଙ୍କ ମୃତ୍ୟୁ ଘଟିଥିବା ଅପରାହ୍ନରେ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ତେବେ ନୂତନ ୨୨ ଆକ୍ରାନ୍ତଙ୍କ ମଧ୍ୟରୁ ୩ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୧୯ ଲୋକାଲ୍‌ କେସ୍‌ ରହିଛି। ହୋମ୍‌ କ୍ୱାରାଣ୍ଟାଇନ୍‌ ଆକ୍ରାନ୍ତଙ୍କ ମଧ୍ୟରୁ ଚନ୍ଦ୍ରଶେଖରପୁର ମୈତ୍ରୀ ବିହାରର ୨୮ ବର୍ଷୀୟ ପୁରୁଷ(କୋଲକାତା ଫେରନ୍ତା), ୨୯ ବର୍ଷୀୟ ପୁରୁଷ ତଥା ରେଳ କର୍ମଚାରୀ(ଦିଲ୍ଲୀ ଫେରନ୍ତା), ଭିଏସ୍‌ଏସ୍‌ ନଗର ଅଞ୍ଚଳର ୨୪ ବର୍ଷୀୟ ପୁରୁଷ(ଦିଲ୍ଲୀ ଫେରନ୍ତା ଏବଂ ଜଣେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ)। ସେହିଭଳି ୧୬ଜଣ ବେସରକାରୀ ହସ୍ପିଟାଲର କର୍ମଚାରୀ, ନିଳାଦ୍ରିବିହାର ଚନ୍ଦ୍ରଶେଖରପୁରର ଗୋଟିଏ ପରିବାରର ୨ଜଣ(ପୂର୍ବ ଆକ୍ରାନ୍ତଙ୍କ ସମ୍ପର୍କୀୟ), ଶୈଳଶ୍ରୀବିହାର ଚିଲିକାଫ୍ରେସ୍‌ ଅଞ୍ଚଳରେ ଥିବା ୬୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ହୋଇଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ସମସ୍ତଙ୍କୁ କୋଭିଡ୍‌ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri