ମତ୍ସ୍ୟଜୀବୀ ପରିବାରଙ୍କୁ ୨୨ କୋଟିର ଜୀବିକା ସହାୟତା

ଭୁବନେଶ୍ୱର,୧।୩(ଅସମାପିକା ସାହୁ):ଅଲିଭ୍‌ ରିଡ୍‌ଲେ କଇଁଛର ସୁରକ୍ଷା ନିମନ୍ତେ ମାଛଧରା କଟକଣା ଯୋଗୁ ପ୍ରଭାବିତ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କୁ ରାଜ୍ୟ ଯୋଜନାରେ ଜୀବିକା ସହାୟତା ପ୍ରଦାନ କରାଯାଇଛି। ଗୁରୁବାର କୃଷି ଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଡିବିଟି ମାଧ୍ୟମରେ ଏହି ସହାୟତା ପ୍ରଦାନ କରିଛନ୍ତି ା ଏହାଦ୍ୱାରା ୧୫,୦୩୭ ପ୍ରଭାବିତ ମତ୍ସ୍ୟଜୀବୀ ପରିବାର ଉପକୃତ ହୋଇଛନ୍ତି ା ହିତାଧିକାରୀଙ୍କ ମଧ୍ୟରେ ଜଗତ୍‌ସିଂହପୁର ଜିଲାର ୪୨୩ , କେନ୍ଦ୍ରାପଡ଼ାର ୬,୭୭୩, ପୁରୀର ୩,୪୫୦, ଗଞ୍ଜାମର ୩,୬୩୮ ଏବଂ ବାଲେଶ୍ୱର ଜିଲାର ୭୫୩ ମତ୍ସ୍ୟଜୀବୀ ପରିବାର ରହିଛନ୍ତି। ପରିବାର ପିଛା ୧୫ହଜାର ଟଙ୍କା ହିସାବରେ ମୋଟ ୨୨ କୋଟି ୫୫ଲକ୍ଷ ୫୫ଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ସମ୍ବୋଧିତ କରି ମନ୍ତ୍ରୀ କହିଲେ, ଓଡ଼ିଶାରୁ ଉତ୍ପାଦିତ ସାମୁଦ୍ରିକ ମାଛ, ଚିଙ୍ଗୁଡ଼ି ଓ ଅନ୍ୟାନ୍ୟ ସାମୁଦ୍ରିକ ଖାଦ୍ୟର ଚାହିଦା ବିଦେଶରେ ଅଧିକ ଥିବା ଦୃଷ୍ଟିରୁ ଓଡ଼ିଶାର ଉପକୂଳରୁ ଅଧିକ ମାଛ ଉତ୍ପାଦନର ପର୍ଯ୍ୟାପ୍ତ ସୁଯୋଗ ରହିଛି। ଓଡ଼ିଶା ସମୁଦ୍ର ଉପକୂଳରେ ୨୨ ହଜାରରୁ ଊର୍ଦ୍ଧ୍ୱ ମାଛଧରା ଡଙ୍ଗା ମଧ୍ୟରେ ୧,୭୪୧ଟି ଟ୍ରଲର, ୧୨,୨୫୦ଟି ଯନ୍ତ୍ରଚାଳିତ ଡଙ୍ଗା ଓ ୮,୧୬୭ଟି ମାନବଚାଳିତ ଡଙ୍ଗା ରହିଛି ା ରାଜ୍ୟରେ ପ୍ରାୟ ୧୬ ଲକ୍ଷ ମତ୍ସ୍ୟଜୀବୀ ଓ ମତ୍ସ୍ୟଚାଷୀଙ୍କ ମଧ୍ୟରୁ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କ ସଂଖ୍ୟା ୫ ଲକ୍ଷରୁ ଊର୍ଦ୍ଧ୍ୱ ା ଓଡ଼ିଶା ଉପକୂଳରେ ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷିତ ଅଣ୍ଡାଦାନ ପ୍ରତି ରାଜ୍ୟ ସରକାର ଯେତିକି ସଚେତନ, ଅନୁରୂପ ଭାବରେ ମାଛଧରା କଟକଣା ଯୋଗୁ ପ୍ରଭାବିତ ମତ୍ସ୍ୟଜୀବୀଙ୍କ ଜୀବିକା ଓ କଲ୍ୟାଣ ପ୍ରତି ସେତିକି ପ୍ରତିବଦ୍ଧ ବୋଲି ମନ୍ତ୍ରୀ କହିଛନ୍ତି। ଭିଡିଓ କନ୍‌ଫରେନ୍ସିଂରେ ମନ୍ତ୍ରୀଙ୍କ ସହ ଆଲୋଚନା ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଜୀବିକା ସହାୟତା ରାଶି ୭,୫୦୦ ଟଙ୍କାରୁ ୧୫ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବାରୁ ମତ୍ସ୍ୟଜୀବୀମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ। କାର୍ଯ୍ୟକ୍ରମରେ ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀମାନେ ଯୋଗଦେଇଥିବାବେଳେ ଜିଲାସ୍ତରୀୟ ଅଧିକାରୀ ଓ ମତ୍ସ୍ୟଜୀବୀମାନେ ଭିଡିଓ କନ୍‌ଫରେନ୍ସିଂରେ ଯୋଗଦେଇଥିଲେ।
ସୂଚନାଯୋଗ୍ୟ, ଓଡ଼ିଶାର ସାମୁଦ୍ରିକ ଉପକୂଳ ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଭାବେ ପରିଚିତ। ପ୍ରତିବର୍ଷ ହଜାର ହଜାର ମାଇଲ ଦୂରରୁ ଓଡ଼ିଶା ଉପକୂଳକୁ ସେମାନେ ଅଣ୍ଡାଦାନ ପାଇଁ ଆସିଥାନ୍ତି। ସେମାନଙ୍କ ଅଣ୍ଡାଦାନ ପ୍ରକ୍ରିୟାକୁ ସୁରକ୍ଷିତ କରିବା ନିମନ୍ତେ ଗଞ୍ଜାମ ଜିଲାର ଋଷିକୁଲ୍ୟା ନଦୀ ମୁହାଣ, ଭଦ୍ରକର ଧାମରା ନଦୀ ମୁହାଣ, ପୁରୀ ଓ ଜଗତ୍‌ସିଂପୁରର ଦେବୀନଦୀ ମୁହାଣ ଅଞ୍ଚଳରେ ନଭେମ୍ବର ୧ରୁ ମେ’ ୩୧ ପର୍ଯ୍ୟନ୍ତ ଓ କେନ୍ଦ୍ରାପଡ଼ା ଜିଲାର ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବର୍ଷସାରା ମାଛଧରା କଟକଣା ଲାଗୁ କରାଯାଇଥାଏ। ଏଥିପାଇଁ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ତରଫରୁ ମାଛଧାରା ନିଷେଧ ସମୟରେ ପ୍ରଭାବିତ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କୁ ଜୀବିକା ସହାୟତା ମାଧ୍ୟମରେ ଆର୍ଥିକ ସହାୟତା ପ୍ରଦାନର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri