ମତ୍ସ୍ୟଜୀବୀ ପରିବାରଙ୍କୁ ୨୨ କୋଟିର ଜୀବିକା ସହାୟତା

ଭୁବନେଶ୍ୱର,୧।୩(ଅସମାପିକା ସାହୁ):ଅଲିଭ୍‌ ରିଡ୍‌ଲେ କଇଁଛର ସୁରକ୍ଷା ନିମନ୍ତେ ମାଛଧରା କଟକଣା ଯୋଗୁ ପ୍ରଭାବିତ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କୁ ରାଜ୍ୟ ଯୋଜନାରେ ଜୀବିକା ସହାୟତା ପ୍ରଦାନ କରାଯାଇଛି। ଗୁରୁବାର କୃଷି ଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଡିବିଟି ମାଧ୍ୟମରେ ଏହି ସହାୟତା ପ୍ରଦାନ କରିଛନ୍ତି ା ଏହାଦ୍ୱାରା ୧୫,୦୩୭ ପ୍ରଭାବିତ ମତ୍ସ୍ୟଜୀବୀ ପରିବାର ଉପକୃତ ହୋଇଛନ୍ତି ା ହିତାଧିକାରୀଙ୍କ ମଧ୍ୟରେ ଜଗତ୍‌ସିଂହପୁର ଜିଲାର ୪୨୩ , କେନ୍ଦ୍ରାପଡ଼ାର ୬,୭୭୩, ପୁରୀର ୩,୪୫୦, ଗଞ୍ଜାମର ୩,୬୩୮ ଏବଂ ବାଲେଶ୍ୱର ଜିଲାର ୭୫୩ ମତ୍ସ୍ୟଜୀବୀ ପରିବାର ରହିଛନ୍ତି। ପରିବାର ପିଛା ୧୫ହଜାର ଟଙ୍କା ହିସାବରେ ମୋଟ ୨୨ କୋଟି ୫୫ଲକ୍ଷ ୫୫ଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ସମ୍ବୋଧିତ କରି ମନ୍ତ୍ରୀ କହିଲେ, ଓଡ଼ିଶାରୁ ଉତ୍ପାଦିତ ସାମୁଦ୍ରିକ ମାଛ, ଚିଙ୍ଗୁଡ଼ି ଓ ଅନ୍ୟାନ୍ୟ ସାମୁଦ୍ରିକ ଖାଦ୍ୟର ଚାହିଦା ବିଦେଶରେ ଅଧିକ ଥିବା ଦୃଷ୍ଟିରୁ ଓଡ଼ିଶାର ଉପକୂଳରୁ ଅଧିକ ମାଛ ଉତ୍ପାଦନର ପର୍ଯ୍ୟାପ୍ତ ସୁଯୋଗ ରହିଛି। ଓଡ଼ିଶା ସମୁଦ୍ର ଉପକୂଳରେ ୨୨ ହଜାରରୁ ଊର୍ଦ୍ଧ୍ୱ ମାଛଧରା ଡଙ୍ଗା ମଧ୍ୟରେ ୧,୭୪୧ଟି ଟ୍ରଲର, ୧୨,୨୫୦ଟି ଯନ୍ତ୍ରଚାଳିତ ଡଙ୍ଗା ଓ ୮,୧୬୭ଟି ମାନବଚାଳିତ ଡଙ୍ଗା ରହିଛି ା ରାଜ୍ୟରେ ପ୍ରାୟ ୧୬ ଲକ୍ଷ ମତ୍ସ୍ୟଜୀବୀ ଓ ମତ୍ସ୍ୟଚାଷୀଙ୍କ ମଧ୍ୟରୁ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କ ସଂଖ୍ୟା ୫ ଲକ୍ଷରୁ ଊର୍ଦ୍ଧ୍ୱ ା ଓଡ଼ିଶା ଉପକୂଳରେ ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷିତ ଅଣ୍ଡାଦାନ ପ୍ରତି ରାଜ୍ୟ ସରକାର ଯେତିକି ସଚେତନ, ଅନୁରୂପ ଭାବରେ ମାଛଧରା କଟକଣା ଯୋଗୁ ପ୍ରଭାବିତ ମତ୍ସ୍ୟଜୀବୀଙ୍କ ଜୀବିକା ଓ କଲ୍ୟାଣ ପ୍ରତି ସେତିକି ପ୍ରତିବଦ୍ଧ ବୋଲି ମନ୍ତ୍ରୀ କହିଛନ୍ତି। ଭିଡିଓ କନ୍‌ଫରେନ୍ସିଂରେ ମନ୍ତ୍ରୀଙ୍କ ସହ ଆଲୋଚନା ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଜୀବିକା ସହାୟତା ରାଶି ୭,୫୦୦ ଟଙ୍କାରୁ ୧୫ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବାରୁ ମତ୍ସ୍ୟଜୀବୀମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ। କାର୍ଯ୍ୟକ୍ରମରେ ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀମାନେ ଯୋଗଦେଇଥିବାବେଳେ ଜିଲାସ୍ତରୀୟ ଅଧିକାରୀ ଓ ମତ୍ସ୍ୟଜୀବୀମାନେ ଭିଡିଓ କନ୍‌ଫରେନ୍ସିଂରେ ଯୋଗଦେଇଥିଲେ।
ସୂଚନାଯୋଗ୍ୟ, ଓଡ଼ିଶାର ସାମୁଦ୍ରିକ ଉପକୂଳ ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଭାବେ ପରିଚିତ। ପ୍ରତିବର୍ଷ ହଜାର ହଜାର ମାଇଲ ଦୂରରୁ ଓଡ଼ିଶା ଉପକୂଳକୁ ସେମାନେ ଅଣ୍ଡାଦାନ ପାଇଁ ଆସିଥାନ୍ତି। ସେମାନଙ୍କ ଅଣ୍ଡାଦାନ ପ୍ରକ୍ରିୟାକୁ ସୁରକ୍ଷିତ କରିବା ନିମନ୍ତେ ଗଞ୍ଜାମ ଜିଲାର ଋଷିକୁଲ୍ୟା ନଦୀ ମୁହାଣ, ଭଦ୍ରକର ଧାମରା ନଦୀ ମୁହାଣ, ପୁରୀ ଓ ଜଗତ୍‌ସିଂପୁରର ଦେବୀନଦୀ ମୁହାଣ ଅଞ୍ଚଳରେ ନଭେମ୍ବର ୧ରୁ ମେ’ ୩୧ ପର୍ଯ୍ୟନ୍ତ ଓ କେନ୍ଦ୍ରାପଡ଼ା ଜିଲାର ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବର୍ଷସାରା ମାଛଧରା କଟକଣା ଲାଗୁ କରାଯାଇଥାଏ। ଏଥିପାଇଁ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ତରଫରୁ ମାଛଧାରା ନିଷେଧ ସମୟରେ ପ୍ରଭାବିତ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କୁ ଜୀବିକା ସହାୟତା ମାଧ୍ୟମରେ ଆର୍ଥିକ ସହାୟତା ପ୍ରଦାନର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?