୨୨ କୋଟିର ରାସ୍ତା ବର୍ଷେ ଗଲାନାହିଁ

ଚଣ୍ଡିଖୋଲ,୧୫ା୭(ପ୍ରଦୀପ୍ତ କୁମାର ପୃଷ୍ଟି): ବାଲିଚନ୍ଦ୍ରପୁରଠାରୁ ବେଣୀପୁର ପର୍ଯ୍ୟନ୍ତ ନିର୍ମାଣ ହୋଇଥିବା ରାସ୍ତାରେ ଏବେ ମରାମତି କାର୍ଯ୍ୟ ଆରମ୍ଭ ହୋଇଗଲାଣି। କଟକ ଚାର୍‌ବାଟିଆ ପୂର୍ତ୍ତ ବିଭାଗ ଡିଭିଜନ ଅଧୀନ ବଡ଼ଚଣା ଉପଖଣ୍ଡରେ ରହିଛି ଏହି ରାସ୍ତା। ବାଲିଚନ୍ଦ୍ରପୁରଠାରୁ ବେଣୀପୁର ପର୍ଯ୍ୟନ୍ତ ମାତ୍ର ୧୦ କି.ମି. ୫୦୦ ମିଟର ରାସ୍ତାପାଇଁ ଖର୍ଚ୍ଚ ହୋଇଛି ୨୨କୋଟି ଟଙ୍କା। ଗତ ମାର୍ଚ୍ଚରେ କାମ ଶେଷ ହେବାପରେ ରାସ୍ତାର ବିଭିନ୍ନସ୍ଥାନରେ ଦବିବା ଆରମ୍ଭ ହୋଇଛି। ଏହି ରାସ୍ତାକୁ ପୂର୍ତ୍ତ ବିଭାଗ ତରଫରୁ ୨ ଭାଗରେ ବିଭକ୍ତ କରି ଟେଣ୍ଡର କରାଯାଇଥିଲା। ବାଲିଚନ୍ଦ୍ରପୁରଠାରୁ କଳାଶ୍ରୀ ପର୍ଯ୍ୟନ୍ତ ୫ କି.ମି. ୫୦୦ ମିଟର ପାଇଁ ୯ କୋଟି ୯୭ ଲକ୍ଷ ଟଙ୍କା ବ୍ୟୟବରାଦ କରାଯାଇଥିବାବେଳେ କଳାଶ୍ରୀଠାରୁ ବେଣୀପୁର ପର୍ଯ୍ୟନ୍ତ ୫ କି.ମି. ୫୦୦ ମିଟର ରାସ୍ତା ପାଇଁ ୧୨ କୋଟି ୮୦ଲକ୍ଷ ଟଙ୍କା ବ୍ୟୟ ବରାଦ ହୋଇଥିଲା। ବାଲିଚନ୍ଦ୍ରପୁରଠାରୁ କଳାଶ୍ରୀ ପର୍ଯ୍ୟନ୍ତ କାମ କରିଥିବା ଠିକା ସଂସ୍ଥା ଉନ୍ନତମାନ କାମ କରିଥିବାବେଳେ କଳାଶ୍ରୀଠାରୁ ବେଣୀପୁର ପର୍ଯ୍ୟନ୍ତ କାମ କରିଥିବା ଠିକା ସଂସ୍ଥା ଅତ୍ୟନ୍ତ ନିମ୍ନମାନର କାମ କରିଥିଲା, ଯାହାକୁ ନେଇ ସେତେବେଳେ ସାଧାରଣ ଲୋକଙ୍କ ମଧ୍ୟରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ନିମ୍ନମାନର କାମ ଯୋଗୁ ଲୋକେ ରାସ୍ତା କାମ ବନ୍ଦ କରିଥିଲେ। ଏହାପରେ ବିଭାଗ ତରଫରୁ ଉନ୍ନତମାନର କାମ କରାଯିବ ବୋଲି ପ୍ରତିଶ୍ରୁତି ଦେବାପରେ କାମ ପୁଣି ଆରମ୍ଭ ହୋଇଥିଲା। କଳାଶ୍ରୀଠାରୁ ବେଣୀପୁର ପର୍ଯ୍ୟନ୍ତ ରାସ୍ତା କାମ ଗତ ମାର୍ଚ୍ଚରେ ଶେଷ ହୋଇଥିବାବେଳେ ଏହାର ଠିକ୍‌ ମାସକ ପରେ ଗଜେନ୍ଦ୍ରପୁର, କଳାଶ୍ରୀ, ଖଡ଼ଗପୁର ଓ ଦେକୁଡ଼ିଠାରେ ରାସ୍ତା ଦବିବା ଆରମ୍ଭ ହୋଇଥିଲା। ସେଥିପାଇଁ ଠିକାଦାର ଏଥିରେ ତାଳିପକା କାର୍ଯ୍ୟ କରିଥିଲେ। ଏବେ ପୁନର୍ବାର ବିଭିନ୍ନସ୍ଥାନରେ ରାସ୍ତା ଦବିବା ସହିତ ଭାଙ୍ଗିବା ଆରମ୍ଭ ହୋଇଥିବାରୁ ତାଳି ପକା କାର୍ଯ୍ୟ ଆରମ୍ଭ ହୋଇଛି। ଏକ କିଲୋମିଟରକୁ ୨ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇଥିବାବେଳେ କିପରି ଏଭଳି ନିମ୍ନମାନର ରାସ୍ତା ତିଆରି ହୋଇଛି ତାକୁ ନେଇ ଅଞ୍ଚଳବାସୀ ପ୍ରଶ୍ନ ଉଠାଇଛନ୍ତି। ତେଣୁ ତୁରନ୍ତ ଏହାର ଭିଜିଲାନ୍ସ ତଦନ୍ତ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ପ୍ରଦୀପ କୁମାର ମହାନ୍ତିଙ୍କୁ ଫୋନ୍‌ ଦ୍ୱାରା ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ୍‌ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri