ପଞ୍ଚୁବରାହୀ ପୀଠ ଉନ୍ନତି ପାଇଁ ଖର୍ଚ୍ଚ ହେବ ୨୨ କୋଟି

କେନ୍ଦ୍ରାପଡ଼ା ଅଫିସ/ଆଳି/ରାଜକନିକା/ ରାଜନଗର,୨୯।୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ବିକାଶର ସମୀକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତଗିତ ସଚିବ (୫-ଟି) ଭି.କେ. ପାଣ୍ଡିଆନଙ୍କ ୨ଦିନିଆ ଗସ୍ତ ଶୁକ୍ରବାର ଶେଷ ହୋଇଛି। ପାଣ୍ଡିଆନଙ୍କୁ ଜିଲାବାସୀ ଉଚ୍ଛ୍ବସିତ ସମ୍ବର୍ଦ୍ଧନା ଦେଇଛନ୍ତି। ସେ ଆଳିର ଲକ୍ଷ୍ମୀବରାହ ଜୀଉ, ରାଜନଗରର କେରଡ଼ାଗଡ଼ସ୍ଥିତ ଜଗନ୍ନାଥ ମନ୍ଦିର, ବାୟାବାବାଙ୍କ ଜନ୍ମସ୍ଥାନ ଆଦି ପରିଦର୍ଶନ କରିଛନ୍ତି। ସାତଭାୟାରେ ସମୁଦ୍ର ତଟକ୍ଷୟ ଯୋଗୁ ଗୁପ୍ତିର ବଗପାଟିଆରେ ହୋଇଥିବା ଥଇଥାନସ୍ଥଳର ସେ ସମୀକ୍ଷା କରିଛନ୍ତି। ସାତଭାୟାରୁ ବଗପାଟିଆକୁ ସ୍ଥାନାନ୍ତର ପ୍ରତ୍ୟକ୍ଷ ଦେବୀ ପଞ୍ଚୁବରାହୀ ପୀଠର ଉନ୍ନୟନ ଓ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ପୀଠର ଉନ୍ନତି ପାଇଁ ୨୨ କୋଟି ଟଙ୍କାର ପ୍ରକଳ୍ପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିବେ ବୋଲି ପାଣ୍ଡିଆନ କହିଛନ୍ତି।
ସକାଳ ୬ଟା ୪୦ରେ ଆଳିର ଲକ୍ଷ୍ମୀବରାହ ଜୀଉଙ୍କ ପୀଠରେ ସଚିବ ପାଣ୍ଡିଆନ୍‌ ପହଞ୍ଚତ୍ଥିଲେ। ପୀଠର ଉନ୍ନତି ସମ୍ପର୍କରେ ଆଳି ରାଜା ବ୍ରଜକିଶୋର ଦେବ, ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ। ଫୁଟ୍‌ବଲ ଷ୍ଟାଡିୟମ କାର୍ଯ୍ୟର ସମୀକ୍ଷା ପରେ ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଚାଳନା ସମ୍ପର୍କରେ ଅବଗତ ହୋଇଥିଲେ। ମା’ ମଙ୍ଗଳା ଏସ୍‌ଏସ୍‌ଜି ଦ୍ୱାରା ପରିଚାଳିତ କ୍ୟାଣ୍ଟିନରେ ଜଳଖିଆ କରିବା ସହ ଖାଦ୍ୟ ସାମଗ୍ରୀର ବେପାର ବୃଦ୍ଧି ନେଇ ଆଲୋଚନା ହୋଇଥିଲା। ଏଠାରେ ଅନ୍ୟ ଏସ୍‌ଏଚ୍‌ଜି ସଦସ୍ୟାଙ୍କ ସହ ମଧ୍ୟ ଆଲୋଚନା ହୋଇଥିଲା। ବିଭିନ୍ନ ସଂଘ ପକ୍ଷରୁ ସେତୁ, ଅଡିଟୋରିୟମ, ପ୍ରାଣୀ ଚିକିତ୍ସା କେନ୍ଦ୍ରର ଆବଶ୍ୟକତା ସମ୍ପର୍କରେ ସ୍ମାରକପତ୍ର ଦିଆଯାଇଥିଲା। ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସହ ସରାସ ଓ ବଡପାଲି ହାଇସ୍କୁଲ ପରିଦର୍ଶନ କରି ସ୍କୁଲର ୫-ଟି ରୂପାନ୍ତରଣ ପରେ ଅନ୍ୟ ସମସ୍ୟା ସମ୍ପର୍କରେ ଶିକ୍ଷାର୍ଥୀ ଓ ଶିକ୍ଷକଙ୍କ ମତାମତ ନେଇଥିଲେ। ସାମାଜିକ କର୍ମୀ ବିଧାନ ଦାସ ରାଜକନିକାର ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଆଦି ମୌଳିକ ସମସ୍ୟା ଉପସ୍ଥାପନ କରିଥିଲେ। ଏହି ଗସ୍ତ କାର୍ଯ୍ୟକ୍ରମରେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ, ଜିଲାପାଳ ଅମୃତ ଋତୁରାଜ, ଏସ୍‌ପି ମଡକର ସମ୍ବିତ ସମ୍ପଦ ସାମିଲ ହୋଇଥିଲେ।

କେରଡ଼ାଗଡ଼ ଜଗନ୍ନାଥ ମନ୍ଦିରରେ ଆଳତି କଲେ ସଚିବ ପାଣ୍ଡିଆନ

୨୦୦୭ରୁ ଜାତିଗତ ବିବାଦ ଯୋଗୁ ସାଧାରଣ ଲୋକଙ୍କୁ ରାଜନଗରର କେରଡ଼ାଗଡ଼ ଜଗନ୍ନାଥ ମନ୍ଦିର ପ୍ରବେଶ ନିଷେଧ ହୋଇଥିଲା। ଦୀର୍ଘ ୧୬ ବର୍ଷ ପରେ ୫-ଟି ସଚିବ ଭି.କେ. ପାଣ୍ଡିଆନ, ରାଜନଗର ବିଧାୟକ ଧ୍ରୁବ ସାହୁ, ମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ସେବାୟତମାନେ ମନ୍ଦିର ମଧ୍ୟକୁ ପ୍ରବେଶ କରିଥିଲେ। ପାଣ୍ଡିଆନ ଏଠାରେ ଶ୍ରୀଜଗନ୍ନାଥଙ୍କୁ ଆଳତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?