ପଞ୍ଚୁବରାହୀ ପୀଠ ଉନ୍ନତି ପାଇଁ ଖର୍ଚ୍ଚ ହେବ ୨୨ କୋଟି

କେନ୍ଦ୍ରାପଡ଼ା ଅଫିସ/ଆଳି/ରାଜକନିକା/ ରାଜନଗର,୨୯।୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ବିକାଶର ସମୀକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତଗିତ ସଚିବ (୫-ଟି) ଭି.କେ. ପାଣ୍ଡିଆନଙ୍କ ୨ଦିନିଆ ଗସ୍ତ ଶୁକ୍ରବାର ଶେଷ ହୋଇଛି। ପାଣ୍ଡିଆନଙ୍କୁ ଜିଲାବାସୀ ଉଚ୍ଛ୍ବସିତ ସମ୍ବର୍ଦ୍ଧନା ଦେଇଛନ୍ତି। ସେ ଆଳିର ଲକ୍ଷ୍ମୀବରାହ ଜୀଉ, ରାଜନଗରର କେରଡ଼ାଗଡ଼ସ୍ଥିତ ଜଗନ୍ନାଥ ମନ୍ଦିର, ବାୟାବାବାଙ୍କ ଜନ୍ମସ୍ଥାନ ଆଦି ପରିଦର୍ଶନ କରିଛନ୍ତି। ସାତଭାୟାରେ ସମୁଦ୍ର ତଟକ୍ଷୟ ଯୋଗୁ ଗୁପ୍ତିର ବଗପାଟିଆରେ ହୋଇଥିବା ଥଇଥାନସ୍ଥଳର ସେ ସମୀକ୍ଷା କରିଛନ୍ତି। ସାତଭାୟାରୁ ବଗପାଟିଆକୁ ସ୍ଥାନାନ୍ତର ପ୍ରତ୍ୟକ୍ଷ ଦେବୀ ପଞ୍ଚୁବରାହୀ ପୀଠର ଉନ୍ନୟନ ଓ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ପୀଠର ଉନ୍ନତି ପାଇଁ ୨୨ କୋଟି ଟଙ୍କାର ପ୍ରକଳ୍ପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିବେ ବୋଲି ପାଣ୍ଡିଆନ କହିଛନ୍ତି।
ସକାଳ ୬ଟା ୪୦ରେ ଆଳିର ଲକ୍ଷ୍ମୀବରାହ ଜୀଉଙ୍କ ପୀଠରେ ସଚିବ ପାଣ୍ଡିଆନ୍‌ ପହଞ୍ଚତ୍ଥିଲେ। ପୀଠର ଉନ୍ନତି ସମ୍ପର୍କରେ ଆଳି ରାଜା ବ୍ରଜକିଶୋର ଦେବ, ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ। ଫୁଟ୍‌ବଲ ଷ୍ଟାଡିୟମ କାର୍ଯ୍ୟର ସମୀକ୍ଷା ପରେ ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଚାଳନା ସମ୍ପର୍କରେ ଅବଗତ ହୋଇଥିଲେ। ମା’ ମଙ୍ଗଳା ଏସ୍‌ଏସ୍‌ଜି ଦ୍ୱାରା ପରିଚାଳିତ କ୍ୟାଣ୍ଟିନରେ ଜଳଖିଆ କରିବା ସହ ଖାଦ୍ୟ ସାମଗ୍ରୀର ବେପାର ବୃଦ୍ଧି ନେଇ ଆଲୋଚନା ହୋଇଥିଲା। ଏଠାରେ ଅନ୍ୟ ଏସ୍‌ଏଚ୍‌ଜି ସଦସ୍ୟାଙ୍କ ସହ ମଧ୍ୟ ଆଲୋଚନା ହୋଇଥିଲା। ବିଭିନ୍ନ ସଂଘ ପକ୍ଷରୁ ସେତୁ, ଅଡିଟୋରିୟମ, ପ୍ରାଣୀ ଚିକିତ୍ସା କେନ୍ଦ୍ରର ଆବଶ୍ୟକତା ସମ୍ପର୍କରେ ସ୍ମାରକପତ୍ର ଦିଆଯାଇଥିଲା। ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସହ ସରାସ ଓ ବଡପାଲି ହାଇସ୍କୁଲ ପରିଦର୍ଶନ କରି ସ୍କୁଲର ୫-ଟି ରୂପାନ୍ତରଣ ପରେ ଅନ୍ୟ ସମସ୍ୟା ସମ୍ପର୍କରେ ଶିକ୍ଷାର୍ଥୀ ଓ ଶିକ୍ଷକଙ୍କ ମତାମତ ନେଇଥିଲେ। ସାମାଜିକ କର୍ମୀ ବିଧାନ ଦାସ ରାଜକନିକାର ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଆଦି ମୌଳିକ ସମସ୍ୟା ଉପସ୍ଥାପନ କରିଥିଲେ। ଏହି ଗସ୍ତ କାର୍ଯ୍ୟକ୍ରମରେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ, ଜିଲାପାଳ ଅମୃତ ଋତୁରାଜ, ଏସ୍‌ପି ମଡକର ସମ୍ବିତ ସମ୍ପଦ ସାମିଲ ହୋଇଥିଲେ।

କେରଡ଼ାଗଡ଼ ଜଗନ୍ନାଥ ମନ୍ଦିରରେ ଆଳତି କଲେ ସଚିବ ପାଣ୍ଡିଆନ

୨୦୦୭ରୁ ଜାତିଗତ ବିବାଦ ଯୋଗୁ ସାଧାରଣ ଲୋକଙ୍କୁ ରାଜନଗରର କେରଡ଼ାଗଡ଼ ଜଗନ୍ନାଥ ମନ୍ଦିର ପ୍ରବେଶ ନିଷେଧ ହୋଇଥିଲା। ଦୀର୍ଘ ୧୬ ବର୍ଷ ପରେ ୫-ଟି ସଚିବ ଭି.କେ. ପାଣ୍ଡିଆନ, ରାଜନଗର ବିଧାୟକ ଧ୍ରୁବ ସାହୁ, ମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ସେବାୟତମାନେ ମନ୍ଦିର ମଧ୍ୟକୁ ପ୍ରବେଶ କରିଥିଲେ। ପାଣ୍ଡିଆନ ଏଠାରେ ଶ୍ରୀଜଗନ୍ନାଥଙ୍କୁ ଆଳତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri