କ୍ଷୟକ୍ଷତି ଘଟାଉଛନ୍ତି ୨୨ ହାତୀ

ଅନୁଗୋଳ ଅଫିସ,୭ା୧୦: ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜକୁ ପଶି ଆସିଥିବା ଛତିଶଗଡ଼ର ୨୨ ହାତୀ ୨ ଦିନ ହେବ ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ଏହି ପଲରେ ଥିବା ୫ ଦନ୍ତା, ୧୨ ମାଈ ଓ ୫ ଛୁଆ ହାତୀ ଇଂକରବନ୍ଧ, ବସଲା, ନୂଆସାହି, ବଲାସିଂହା, ପଣ୍ଡପୁର ଆଦି ଅଞ୍ଚଳରେ ବୁଲି ଫସଲ ଖାଇବା ସହ ଦଳିଚକଟି ନଷ୍ଟ କରିଦେଉଛନ୍ତି। ଫଳରେ ୨ଶହରୁ ଅଧିକ ଚାଷୀ କ୍ଷତିଗ୍ରସ୍ତ ହୋଇଥିବା ଅଭିଯୋଗ ହୋଇଛି। ତୁରନ୍ତ ହାତୀ ପଲଙ୍କୁ ଘଉଡ଼ାଇବା ସହ କ୍ଷତିପୂରଣ ଯୋଗାଇ ଦେବାକୁ ଚାଷୀମାନେ ଦାବି କରିଛନ୍ତି।
ଚାଷୀମାନଙ୍କ କହିବା ଅନୁଯାୟୀ, ଏହି ହାତୀ ପଲ ବୁଧବାର ଇଂକରବନ୍ଧ ଠାକୁରାଣୀ ପିଢ଼ ନିକଟରେ ଥିଲେ। ରାତି ପ୍ରାୟ ୧୨ଟାରେ ବଲାସିଂହା, ପଣ୍ଡପୁର ଦେଇ ଆଗକୁ ବଢ଼ିଥିଲେ। ଭୋର ସମୟରେ ନୂଆସାହି ବସଲା ପାଖରେ ଏହି ହାତୀପଲଙ୍କୁ ଦେଖି ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ଗଁା ନିକଟରେ ହାତୀ ଚଳପ୍ରଚଳ ହେଉଥିବାରୁ ସେମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଲାଇନ୍‌ କାଟି ଦିଆଯାଇଥିଲା। ଫଳରେ ବୁଧବାର ରାତିରୁ ଗୁରୁବାର ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ବଲାସିଂହାବାସୀ ବିଦ୍ୟୁତ୍‌ ସେବାରୁ ବଞ୍ଚିତ ରହିଥିଲେ। ଏହି ହାତୀପଲ ଯେପରି ହିନ୍ଦୋଳ ରେଞ୍ଜକୁ ପଶି ନ ପାରନ୍ତି ସେଥିପାଇଁ ଉକ୍ତ ରେଞ୍ଜ କର୍ମଚାରୀମାନେ ବାଣ ଫୁଟାଉଛନ୍ତି। ଫଳରେ ହାତୀ ପଲଙ୍କୁ ଘଉଡ଼ାଇବାରେ ବନ୍ତଳା ରେଞ୍ଜ କର୍ମଚାରୀଙ୍କୁ ସଫଳତା ମିଳିପାରୁ ନାହିଁ। ଏ ସମ୍ପର୍କରେ ବନ୍ତଳା ରେଞ୍ଜ ଅଧିକାରୀ ମାଧବ ନାୟକ କହିଛନ୍ତି, ଏହି ଛତିଶଗଡ଼ ହାତୀପଲଙ୍କୁ ଘଉଡ଼ାଇବାକୁ ଉଦ୍ୟମ ଚାଲିଛି। କିନ୍ତୁ ସେମାନେ ଜଙ୍ଗଲ ମୁହଁା ହେଉନାହାନ୍ତି। ଗଁାରେ ଥିବା ବାଡ଼ି ବଗିଚା ଓ ଚାଷ ଜମିରେ ପଶି ଏମାନେ ଫସଲ ଖାଉଥିବାରୁ ଜଙ୍ଗଲକୁ ନ ଯାଇ ଗଁା ଆଖପାଖରେ ରହୁଛନ୍ତି। ତେବେ ଅନୁଧ୍ୟାନ ଶେଷ ପରେ କ୍ଷତିପୂରଣ ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri