କଳାହାଣ୍ଡିରେ ବଜ୍ରପାତରେ ୨୨ ଛେଳି ମୃତ, ଅଳ୍ପକେ ବର୍ତ୍ତିଲେ ଚରାଳି

ମଦନପୁର, ୨୦।୧୦((ଜଗଦୀଶ ପ୍ରସାଦ ରଣା ): କଳାହାଣ୍ଡି ଜିଲାର ଏମ୍. ରାମପୁର ବ୍ଲକ୍ ଅନ୍ତର୍ଗତ ମଦନପୁର ଅଲାତରା ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରପାତ ହୋଇ ୨୨ଟି ଛେଳି ମରିଛନ୍ତି। ଛେଳି ଚରାଉଥିବା ଚରାଳି ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଗ୍ରାମର ଜନକ ଭୋଇ ଓ ବିରଞ୍ଚି ମାଝୀ ଛେଳିଗୁଡ଼ିକୁ ସୁନାମୁଖି ଜଙ୍ଗଲକୁ ଚରାଇବାକୁ ନେଇଯାଇଥିଲେ। ଅଚାନକ ଘଡ଼ଘଡ଼ି ସହ ବଜ୍ରପାତ ହେବାରୁ ଛେଳିଗୁଡ଼ିକ ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଥିଲେ।

ମୃତ ଛେଳିଙ୍କ ମଧ୍ୟରେ ବିରଞ୍ଚି ମାଝୀଙ୍କ ୫ଟି, ସୁରେନ୍ଦ୍ର ଭୋଇଙ୍କ ୪ଟି, ଜଗନ୍ନାଥ ଭୋଇଙ୍କ ୪ଟି, କିଶୋର ପଟେଲଙ୍କ ୨ଟି, ମାଗସିର ନାଗଙ୍କ ୨ଟି, ହରିଶ୍ଚନ୍ଦ୍ର ଭୋଇଙ୍କ ୨ଟି ଓ ଜଗବନ୍ଧୁ ଭୋଇ, ସାଧୁ ରଣା, ଚୈତନ୍ୟ ପଟେଲଙ୍କ ଗୋଟିଏ ଲେଖାଏଁ। ଖବର ପାଇ ପ୍ରାଣୀ ଚିକିତ୍ସା ବିଭାଗର ଜିତେନ୍ଦ୍ର ନାଗ ପହଞ୍ଚି ମୃତ ଛେଳିଙ୍କ ବ୍ୟବଚ୍ଛେଦ କରିଛନ୍ତି। ଗ୍ରାମବାସୀ ମୃତ ପଶୁ ମାଲିକଙ୍କୁ ସହାୟତା ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri