୧୩,୩୧୧ କୋଟିରେ ୨୨ ଶିଳ୍ପ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୨୦ ଶିଳ୍ପଭିତ୍ତିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିବାବେଳେ ୨ଟି ପ୍ରକଳ୍ପକୁ ଶୁଭାରମ୍ଭ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ମେଟାଲ, ଡାଉନ୍‌ଷ୍ଟ୍ରିମ, ପର୍ଯ୍ୟଟନ, ବୟନ ଶିଳ୍ପ, ସିମେଣ୍ଟ, ପ୍ଲାଷ୍ଟିକ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଆଦି ଅନ୍ତର୍ଭୁକ୍ତ। ମେକ୍‌ ଇନ୍‌ ଓଡ଼ିଶାର କାର୍ଯ୍ୟକ୍ରମରେ ପ୍ରସ୍ତାବିତ ଏହି ୨୨ ପ୍ରକଳ୍ପରେ ୧୩,୩୧୧.୫୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବା ସହ ୧୦, ୬୭୭ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମାନୁଫାକ୍ଚରିଂ ପୁଞ୍ଜିନିବେଶ କ୍ଷେତ୍ରରେ ଓଡ଼ିଶା ଭାରତୀୟ ମାନୁଫାକ୍ଚରିଂ ହବ୍‌ରେ ନିଜର ସ୍ଥିତି ଦୃଢ଼ କରିପାରିଛି। ରାଜ୍ୟ ସରକାରଙ୍କ ନିରନ୍ତର ଉଦ୍ୟମ ଏବଂ ଏକ ଶାନ୍ତିପୂର୍ଣ୍ଣ ସାମାଜିକ ବାତାବରଣ ଯୋଗୁ ରାଜ୍ୟରେ ପୁଞ୍ଜିନିବେଶ କ୍ଷେତ୍ରରେ ଦ୍ରୁତ ଅଗ୍ରଗତି ହୋଇପାରିଛି। ୫-ଟି ଏବଂ ମୋ ସରକାର ଅଭିନବ ପ୍ରୟାସ ଯୋଗୁ ରାଜ୍ୟରେ ପୁଞ୍ଜିନିବେଶ ଏବଂ ବ୍ୟବସାୟ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଲ୍ୟାଣ୍ଡ ବ୍ୟାଙ୍କ ସୂଚନା ବ୍ୟବସ୍ଥା ‘ଗୋ ପ୍ଲସ୍‌’ ମୋବାଇଲ ଆପ୍‌ର ଶୁଭାରମ୍ଭ କରିଛନ୍ତି। ଏହା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀଙ୍କ ପାଇଁ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଗତ କିଛିବର୍ଷ ମଧ୍ୟରେ ଓଡ଼ିଶା ପୁଞ୍ଜିନିବେଶ କ୍ଷେତ୍ରରେ ୧ ନମ୍ବର ରାଜ୍ୟ ଭାବେ ଉଭା ହୋଇଛି। ରାଜ୍ୟ ସରକାରଙ୍କ ଏଜେନ୍ସି ଇପିକଲ୍‌ ଦେଶର ୨୦ଟି ଉତ୍ତମ ପ୍ରଦର୍ଶନକାରୀ ରାଜ୍ୟ ଏଜେନ୍ସି ମଧ୍ୟରେ ସର୍ବୋତ୍କୃଷ୍ଟ ହୋଇପାରିଛି। ଏଥିସହିତ ଇଜ୍‌ ଅଫ୍‌ ଡୁଇଂ ବିଜ୍‌ନେସ ସଂସ୍କାର ଯୋଗୁ ରାଜ୍ୟରେ ବିଭିନ୍ନ ବିଭାଗ ବ୍ୟବସାୟ ଅଭିବୃଦ୍ଧିରେ ସହାୟକ ହୋଇପାରୁଛନ୍ତି। ଉକ୍ତ ପ୍ରକଳ୍ପଗୁଡିକ ରାଜ୍ୟରେ ନିଯୁକ୍ତି ପାଇଁ ପର୍ଯ୍ୟାପ୍ତ ସୁଯୋଗ ସୃଷ୍ଟି କରିବା ସହ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଆରମ୍ଭ ହୋଇଥିବା ପ୍ରକଳ୍ପଗୁଡିକ ଓଡ଼ିଶାର ଶିଳ୍ପାୟନକୁ ଆଗକୁ ନେବ ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦକ୍ଷ ନେତୃତ୍ୱ ଯୋଗୁ ଓଡ଼ିଶା ପୁଞ୍ଜିପତିମାନଙ୍କୁ ଆକୃଷ୍ଟ କରିବାରେ ସଫଳ ହୋଇପାରିଛି। ଏହି ଅବସରରେ ଏକ ଭିଡିଓ ବୃତ୍ତଚିତ୍ର ପ୍ରଦର୍ଶନ କରାଯାଇଥିଲା।
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ.ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଶିଳ୍ପ ସଚିବ ହେମନ୍ତ ଶର୍ମା ସ୍ବାଗତ ଭାଷଣ ଦେଇଥିବା ବେଳେ ଇଡ୍‌କୋ ସିଏମ୍‌ଡି ସଞ୍ଜୟ ସିଂ ଧନ୍ୟବାଦ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଏମ୍‌ଏସଏମ୍‌ଇ ସଚିବ ସତ୍ୟବ୍ରତ ସାହୁ, ଇପିକଲ ଏମ୍‌ଡି ନୀତିନ ଜଓ୍ବାଲେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri