୧୩,୩୧୧ କୋଟିରେ ୨୨ ଶିଳ୍ପ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୨୦ ଶିଳ୍ପଭିତ୍ତିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିବାବେଳେ ୨ଟି ପ୍ରକଳ୍ପକୁ ଶୁଭାରମ୍ଭ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ମେଟାଲ, ଡାଉନ୍‌ଷ୍ଟ୍ରିମ, ପର୍ଯ୍ୟଟନ, ବୟନ ଶିଳ୍ପ, ସିମେଣ୍ଟ, ପ୍ଲାଷ୍ଟିକ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଆଦି ଅନ୍ତର୍ଭୁକ୍ତ। ମେକ୍‌ ଇନ୍‌ ଓଡ଼ିଶାର କାର୍ଯ୍ୟକ୍ରମରେ ପ୍ରସ୍ତାବିତ ଏହି ୨୨ ପ୍ରକଳ୍ପରେ ୧୩,୩୧୧.୫୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବା ସହ ୧୦, ୬୭୭ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମାନୁଫାକ୍ଚରିଂ ପୁଞ୍ଜିନିବେଶ କ୍ଷେତ୍ରରେ ଓଡ଼ିଶା ଭାରତୀୟ ମାନୁଫାକ୍ଚରିଂ ହବ୍‌ରେ ନିଜର ସ୍ଥିତି ଦୃଢ଼ କରିପାରିଛି। ରାଜ୍ୟ ସରକାରଙ୍କ ନିରନ୍ତର ଉଦ୍ୟମ ଏବଂ ଏକ ଶାନ୍ତିପୂର୍ଣ୍ଣ ସାମାଜିକ ବାତାବରଣ ଯୋଗୁ ରାଜ୍ୟରେ ପୁଞ୍ଜିନିବେଶ କ୍ଷେତ୍ରରେ ଦ୍ରୁତ ଅଗ୍ରଗତି ହୋଇପାରିଛି। ୫-ଟି ଏବଂ ମୋ ସରକାର ଅଭିନବ ପ୍ରୟାସ ଯୋଗୁ ରାଜ୍ୟରେ ପୁଞ୍ଜିନିବେଶ ଏବଂ ବ୍ୟବସାୟ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଲ୍ୟାଣ୍ଡ ବ୍ୟାଙ୍କ ସୂଚନା ବ୍ୟବସ୍ଥା ‘ଗୋ ପ୍ଲସ୍‌’ ମୋବାଇଲ ଆପ୍‌ର ଶୁଭାରମ୍ଭ କରିଛନ୍ତି। ଏହା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀଙ୍କ ପାଇଁ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଗତ କିଛିବର୍ଷ ମଧ୍ୟରେ ଓଡ଼ିଶା ପୁଞ୍ଜିନିବେଶ କ୍ଷେତ୍ରରେ ୧ ନମ୍ବର ରାଜ୍ୟ ଭାବେ ଉଭା ହୋଇଛି। ରାଜ୍ୟ ସରକାରଙ୍କ ଏଜେନ୍ସି ଇପିକଲ୍‌ ଦେଶର ୨୦ଟି ଉତ୍ତମ ପ୍ରଦର୍ଶନକାରୀ ରାଜ୍ୟ ଏଜେନ୍ସି ମଧ୍ୟରେ ସର୍ବୋତ୍କୃଷ୍ଟ ହୋଇପାରିଛି। ଏଥିସହିତ ଇଜ୍‌ ଅଫ୍‌ ଡୁଇଂ ବିଜ୍‌ନେସ ସଂସ୍କାର ଯୋଗୁ ରାଜ୍ୟରେ ବିଭିନ୍ନ ବିଭାଗ ବ୍ୟବସାୟ ଅଭିବୃଦ୍ଧିରେ ସହାୟକ ହୋଇପାରୁଛନ୍ତି। ଉକ୍ତ ପ୍ରକଳ୍ପଗୁଡିକ ରାଜ୍ୟରେ ନିଯୁକ୍ତି ପାଇଁ ପର୍ଯ୍ୟାପ୍ତ ସୁଯୋଗ ସୃଷ୍ଟି କରିବା ସହ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଆରମ୍ଭ ହୋଇଥିବା ପ୍ରକଳ୍ପଗୁଡିକ ଓଡ଼ିଶାର ଶିଳ୍ପାୟନକୁ ଆଗକୁ ନେବ ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦକ୍ଷ ନେତୃତ୍ୱ ଯୋଗୁ ଓଡ଼ିଶା ପୁଞ୍ଜିପତିମାନଙ୍କୁ ଆକୃଷ୍ଟ କରିବାରେ ସଫଳ ହୋଇପାରିଛି। ଏହି ଅବସରରେ ଏକ ଭିଡିଓ ବୃତ୍ତଚିତ୍ର ପ୍ରଦର୍ଶନ କରାଯାଇଥିଲା।
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ.ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଶିଳ୍ପ ସଚିବ ହେମନ୍ତ ଶର୍ମା ସ୍ବାଗତ ଭାଷଣ ଦେଇଥିବା ବେଳେ ଇଡ୍‌କୋ ସିଏମ୍‌ଡି ସଞ୍ଜୟ ସିଂ ଧନ୍ୟବାଦ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଏମ୍‌ଏସଏମ୍‌ଇ ସଚିବ ସତ୍ୟବ୍ରତ ସାହୁ, ଇପିକଲ ଏମ୍‌ଡି ନୀତିନ ଜଓ୍ବାଲେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri