ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା ଦେବା ସହ ତାଙ୍କ ସହ ଉଚିତ ବ୍ୟବହାର କରିବାକୁ ଦାବି କରି ସେମାନେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ପୁଣିଥରେ ଚିଠି ଲେଖିଛନ୍ତି ।

ଏହି ୨୨ ଜଣ କ୍ୟାପଟେନଙ୍କ ମଧ୍ୟରେ ଭାରତର ୩ ଜଣ ପୂର୍ବତନ କ୍ରିକେଟ୍ ଅଧିନାୟକ ରହିଛନ୍ତି । ସେମାନେ ହେଲେ ୧୯୮୩ ବିଶ୍ୱକପ୍ ବିଜେତା ଅଧିନାୟକ କପିଲ ଦେବ, ଭାରତର ପୂର୍ବତନ ଓପନର ସୁନୀଲ ଗାଭାସ୍କର ଏବଂ ଦିଲୀପ ଭେଙ୍ଗସରକର।

ଏହି କ୍ୟାପଟେନମାନେ ଫେବୃଆରୀରେ ମଧ୍ୟ ଇମ୍ରାନ ଖାନଙ୍କ ମାମଲାରେ ଚିନ୍ତା ପ୍ରକାଶ କରି ପାକିସ୍ତାନ ସରକାରଙ୍କୁ ଚିଠି ଲେଖିଥିଲେ। ଏବେ ପୁଣିଥରେ ସେମାନେ ଚିଠି ଲେଖିଛନ୍ତି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପୂର୍ଣ୍ଣ ଭାବେ ପାଳନ କରାଯାଉନଥିବା ନେଇ ଅଭିଯୋଗ ମଧ୍ୟରେ ଏହି ଚିଠି ସାମ୍ନାକୁ ଆସିଛି । ଚିଠିରେ ପୂର୍ବତନ ଅଧିନାୟକମାନେ ଇମ୍ରାନ ଖାନଙ୍କ ମାମଲାରେ ତିନୋଟି ପ୍ରମୁଖ ଦାବି ରଖିଛନ୍ତି।

ପ୍ରଥମ: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଗଠିତ ମେଡିକାଲ ବୋର୍ଡକୁ ଇମ୍ରାନ ଖାନଙ୍କ ସ୍ୱାସ୍ଥ୍ୟର ସମ୍ପୂର୍ଣ୍ଣ ଓ ସ୍ୱାଧୀନ ମୂଲ୍ୟାଙ୍କନ କରିବାକୁ ଅନୁମତି ଦିଆଯାଉ । ଏଥିରେ ଇମ୍ରାନଙ୍କ ନିଜ ଡାକ୍ତରମାନଙ୍କୁ ମଧ୍ୟ ସାମିଲ କରାଯାଉ । ବିଶେଷକରି ତାଙ୍କ ଡାହାଣ ଆଖିର ଦୃଷ୍ଟି ସମସ୍ୟାର ଯାଞ୍ଚ କରାଯାଉ।

ଦ୍ୱିତୀୟ: କୋର୍ଟଙ୍କ ଦ୍ୱାରା ଅନୁମୋଦିତ ସାପ୍ତାହିକ ପାରିବାରିକ ସାକ୍ଷାତକୁ କୌଣସି ବାଧା କିମ୍ବା ପ୍ରଶାସନିକ ବିଳମ୍ବ ବିନା ଅନୁମତି ଦିଆଯାଉ।

ତୃତୀୟ: ମେଡିକାଲ ବୋର୍ଡର ଯାଞ୍ଚ ପରେ ଯେଉଁ ଚିକିତ୍ସାର ସୁପାରିସ କରାଯିବ, ତାହା ବିନା ବିଳମ୍ବରେ ଇମ୍ରାନ ଖାନଙ୍କୁ ଯୋଗାଇ ଦିଆଯାଉ।

ଚିଠିରେ ଅଧିନାୟକ କ୍ରିକେଟରମାନେ କହିଛନ୍ତି ଯେ ସୁପ୍ରିମକୋର୍ଟ ଇମ୍ରାନ ଖାନଙ୍କୁ ଚିକିତ୍ସା ଯାଞ୍ଚ ପାଇଁ ହସ୍ପିଟାଲ ପଠାଇବାକୁ ନିର୍ଦ୍ଦେଶ ଦେଇଥିଲେ । ତେବେ ତାଙ୍କୁ କେବଳ କିଛି ସମୟ ପାଇଁ ହସ୍ପିଟାଲରେ ରଖାଯାଇ ପୁଣି ଜେଲକୁ ପଠାଇ ଦିଆଯାଇଥିବା ନେଇ ସେମାନେ ଚିନ୍ତା ପ୍ରକାଶ କରିଛନ୍ତି।

ଇମ୍ରାନ ଖାନଙ୍କ ସ୍ୱାସ୍ଥ୍ୟ ଠିକ୍ ନଥିବା ଏବଂ ତାଙ୍କ ଡାହାଣ ଆଖିରେ ସମସ୍ୟା ଥିବା ରିପୋର୍ଟକୁ ନେଇ ମଧ୍ୟ କ୍ୟାପଟେନମାନେ ଚିନ୍ତା ବ୍ୟକ୍ତ କରିଛନ୍ତି । କୋର୍ଟଙ୍କ ନିର୍ଦ୍ଦେଶକୁ ପୂର୍ଣ୍ଣ ଭାବେ ପାଳନ କରାଯିବା ସହ ଇମ୍ରାନଙ୍କୁ ଆବଶ୍ୟକ ଚିକିତ୍ସା ତୁରନ୍ତ ଯୋଗାଇବାକୁ ସେମାନେ ଦାବି କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri