୨୨ ଲକ୍ଷ ଚାଷୀ ଲାଭ ପାଇବେ: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ରେ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାକୁ ଆର୍ଥତ୍କ ବର୍ଷ ୨୦୨୫-୨୬ ପର୍ଯ୍ୟନ୍ତ ଜାରି ରଖିବା ନିଷ୍ପତ୍ତିକୁ ଅନୁମୋଦନ ଦେବା ଦ୍ୱାରା ଓଡ଼ିଶା ସମେତ ଦେଶର ୨୨ ଲକ୍ଷ ଚାଷୀ ଲାଭ ପାଇବେ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରି କହିଛନ୍ତି। ଚାଷୀଙ୍କ କଲ୍ୟାଣ ଦୃଷ୍ଟିରେ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାକୁ ଆର୍ଥତ୍କ ବର୍ଷ ୨୦୨୧-୨୨ରୁ ୨୦୨୫-୨୬ ପର୍ଯ୍ୟନ୍ତ ଜାରି ରଖିବା ପାଇଁ ନିଷ୍ପତ୍ତି ନେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଐତିହାସିକ ନିଷ୍ପତ୍ତି ଦ୍ୱାରା ଦେଶର ୨.୫ ଲକ୍ଷ ଅନୁସୂଚିତ ଜାତି ଏବଂ ୨ ଲକ୍ଷ ଅନୁସୂଚିତ ଜନଜାତି ବର୍ଗର ଚାଷୀଙ୍କ ସମେତ ୨୨ ଲକ୍ଷ ଚାଷୀ ଲାଭ ପାଇବେ। ସେହିପରି ଦେଶରେ ସେମିକଣ୍ଡକ୍ଟର୍ସ ଏବଂ ଡିସ୍‌ପ୍ଲେ ମ୍ୟାନୁଫ୍ୟାକ୍ଚରିଂର ଏକ ଇକୋସିଷ୍ଟମ ତିଆରି କରିବା ପାଇଁ ଏକ ମହତ୍ତ୍ୱକାଂକ୍ଷୀ ଯୋଜନାକୁ ମଞ୍ଜୁର ଦେଇଛନ୍ତି। ଏହି ଯୋଜନା ଅନ୍ତର୍ଗତ ଆଗାମୀ ୬ ବର୍ଷ ମଧ୍ୟରେ ୭୬ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ କରାଯିବା ଯୋଜନା କରାଯାଇଛି। ଭାରତକୁ ଏକ ବିଶ୍ୱସ୍ତରୀୟ ଇଲେକ୍ଟ୍ରୋନିକ ହବ୍‌ ଭାବେ ବିକଶିତ କରିବା, ମେକ୍‌ ଇନ୍‌ ଇଣ୍ଡିଆକୁ ଗତି ଦେବା, ସେମିକଣ୍ଡକ୍ଟର ଚିପ୍ସର ଡିଜାଇନ, ଫେବ୍ରିକେଶନ, ପ୍ୟାକେଜିଂ ଏବଂ ଚେଷ୍ଟିଂ କ୍ଷେତ୍ରରେ ରୋଜଗାର ଓ ସ୍ବରୋଜଗାରର ସୁଯୋଗ ତିଆରି କରିବା ଦିଗରେ ଏହା ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ। ଏହାବ୍ୟତୀତ ରୂପେ ଡେବିଟ୍‌ କାର୍ଡ ତଥା କମ୍‌ ମୂଲ୍ୟର ଭିମ୍‌ ୟୁପିଆଇ ଟ୍ରାଞ୍ଜାକ୍ସନକୁ ପ୍ରୋତ୍ସାହନ ଦେବା ପାଇଁ ୧୩୦୦ କୋଟିର ସହାୟତା ରାଶିକୁ କ୍ୟାବିନେଟ୍‌ ମଞ୍ଜୁର ଦେଇଛି। ଏହି ନିଷ୍ପତ୍ତି ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ଅଧିକ ବଢ଼ାଇବାରେ ସହାୟକ ହେବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri