୨୨ ଲକ୍ଷ ଚାଷୀ ଲାଭ ପାଇବେ: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ରେ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାକୁ ଆର୍ଥତ୍କ ବର୍ଷ ୨୦୨୫-୨୬ ପର୍ଯ୍ୟନ୍ତ ଜାରି ରଖିବା ନିଷ୍ପତ୍ତିକୁ ଅନୁମୋଦନ ଦେବା ଦ୍ୱାରା ଓଡ଼ିଶା ସମେତ ଦେଶର ୨୨ ଲକ୍ଷ ଚାଷୀ ଲାଭ ପାଇବେ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରି କହିଛନ୍ତି। ଚାଷୀଙ୍କ କଲ୍ୟାଣ ଦୃଷ୍ଟିରେ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାକୁ ଆର୍ଥତ୍କ ବର୍ଷ ୨୦୨୧-୨୨ରୁ ୨୦୨୫-୨୬ ପର୍ଯ୍ୟନ୍ତ ଜାରି ରଖିବା ପାଇଁ ନିଷ୍ପତ୍ତି ନେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଐତିହାସିକ ନିଷ୍ପତ୍ତି ଦ୍ୱାରା ଦେଶର ୨.୫ ଲକ୍ଷ ଅନୁସୂଚିତ ଜାତି ଏବଂ ୨ ଲକ୍ଷ ଅନୁସୂଚିତ ଜନଜାତି ବର୍ଗର ଚାଷୀଙ୍କ ସମେତ ୨୨ ଲକ୍ଷ ଚାଷୀ ଲାଭ ପାଇବେ। ସେହିପରି ଦେଶରେ ସେମିକଣ୍ଡକ୍ଟର୍ସ ଏବଂ ଡିସ୍‌ପ୍ଲେ ମ୍ୟାନୁଫ୍ୟାକ୍ଚରିଂର ଏକ ଇକୋସିଷ୍ଟମ ତିଆରି କରିବା ପାଇଁ ଏକ ମହତ୍ତ୍ୱକାଂକ୍ଷୀ ଯୋଜନାକୁ ମଞ୍ଜୁର ଦେଇଛନ୍ତି। ଏହି ଯୋଜନା ଅନ୍ତର୍ଗତ ଆଗାମୀ ୬ ବର୍ଷ ମଧ୍ୟରେ ୭୬ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ କରାଯିବା ଯୋଜନା କରାଯାଇଛି। ଭାରତକୁ ଏକ ବିଶ୍ୱସ୍ତରୀୟ ଇଲେକ୍ଟ୍ରୋନିକ ହବ୍‌ ଭାବେ ବିକଶିତ କରିବା, ମେକ୍‌ ଇନ୍‌ ଇଣ୍ଡିଆକୁ ଗତି ଦେବା, ସେମିକଣ୍ଡକ୍ଟର ଚିପ୍ସର ଡିଜାଇନ, ଫେବ୍ରିକେଶନ, ପ୍ୟାକେଜିଂ ଏବଂ ଚେଷ୍ଟିଂ କ୍ଷେତ୍ରରେ ରୋଜଗାର ଓ ସ୍ବରୋଜଗାରର ସୁଯୋଗ ତିଆରି କରିବା ଦିଗରେ ଏହା ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ। ଏହାବ୍ୟତୀତ ରୂପେ ଡେବିଟ୍‌ କାର୍ଡ ତଥା କମ୍‌ ମୂଲ୍ୟର ଭିମ୍‌ ୟୁପିଆଇ ଟ୍ରାଞ୍ଜାକ୍ସନକୁ ପ୍ରୋତ୍ସାହନ ଦେବା ପାଇଁ ୧୩୦୦ କୋଟିର ସହାୟତା ରାଶିକୁ କ୍ୟାବିନେଟ୍‌ ମଞ୍ଜୁର ଦେଇଛି। ଏହି ନିଷ୍ପତ୍ତି ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ଅଧିକ ବଢ଼ାଇବାରେ ସହାୟକ ହେବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri