କାର ଭିତରୁ ୨୨ ଲକ୍ଷ ଟଙ୍କା ଜବତ: ଅଭିଯୁକ୍ତ ଫେରାର

ଖୋର୍ଦ୍ଧା ଅଫିସ,୨୨।୧୧: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଶିଆଳିଆ ରାସ୍ତାରୁ ପୋଲିସ ଜଣେ ବ୍ରାଉନସୁଗାର ବେପାରୀଙ୍କ କାରରୁ ନଗଦ ୨୨ଲକ୍ଷ ଟଙ୍କା ଜବତ କରିଛି। ଜବତ କାର( ନଂ ଓଡି୦୨ସିବି-୪୨୪୨)ର ମୂଲ୍ୟ ପ୍ରାୟ ୧୮ଲକ୍ଷ ଟଙ୍କା ହେବ। ତେବେ ପୋଲିସକୁ ଚକମା ଦେଖାଇ ବ୍ରାଉନସୁଗାର ବେପାରୀ ଗାଡ଼ିଛାଡି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତିି।
ମଙ୍ଗଳବାର ଆଦର୍ଶ ଥାନା ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଅତିରିକ୍ତ ଏସ୍‌ପି(ଏଏସ୍‌ପି) ସୁରେନ୍ଦ୍ର ନାଥ ମୁର୍ମୁ ଏହି ସୂଚନା ଦେଇଛନ୍ତି। ଏହି ସମୟରେ ସଦର ଏସ୍‌ଡିପିଓ ଦିଲ୍ଲୀପ ଦାସ, ଥାନାଧିକାରୀ ତାରିକ ଅହମଦ୍‌ ପ୍ରମୁଖ ଉପସ୍ଥିତ ଥିଲେ। ଏଏସ୍‌ପି ମୁର୍ମୁ ସୂଚନା ମୁତାବକ ଗତ ଅକ୍ଟୋବର ୨୧ ତାରିଖରେ ଖୋର୍ଦ୍ଧା ଆଦର୍ଶ ପୋଲିସ କେଶ ନଂ ୫୨୧/୨୨ ରେ ବ୍ରାଉନସୁଗାର କାରବାର ସମ୍ପୃକ୍ତି ନେଇ ସାମନ୍ତରାପୁର ଅଞ୍ଚଳର କାନି ବେହେରା, ସ୍ବର୍ଣ୍ଣଲତା ବେହେରା, ଦମୟନ୍ତି ବେହେରା, କୁଳମଣି ବେହେରା ପ୍ରମୁଖଙ୍କୁ ଗିରଫ କରିଥିଲା। କାନି ବେହେରାଙ୍କ ପୁଅ ଶରତ ଓରଫ ବାୟା ଫେରାର ହୋଇଯାଇଥିଲେ। ସୋବାର ଅପରାହ୍ନରେ ଶରତ ବ୍ରାଉନସୁଗାର ଧରି ଏକ କାରରେ ଭୁବନେଶ୍ବର ଯାଉଥିବା ଖବରପାଇ ପୋଲିସ ରାଜପଥର ବିଭିନ୍ନ ଛକରେ ଜଗିଥିଲା। ତେବେ ପୋଲିସ ଆଖିରେ ଧୂଳି ଦେଇ ଶରତ କାରକୁ ଶିଆଳିଆ ରାସ୍ତାରେ ଛାଡି ଚମ୍ପଟ ମାରିଥିଲେ। ପୋଲିସ କାର ଯାଞ୍ଚ ବେଳେ ଉପରୋକ୍ତ ସାମଗ୍ରୀ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri