ଭୁଶୁଡ଼ୁଛି ଲାଲଗଡ଼, ଆତ୍ମସମର୍ପଣ କଲେ ୨୨ ମାଓବାଦୀ

ମାଲକାନଗିରି,୨୩/୧୨(ଦୁଯ୍ୟୋଧନ ପାତ୍ର): ହିଂସା ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହେଲେ ମାଓବାଦୀ । ମାଲକାନଗିରିରେ ଆତ୍ମସମର୍ପଣ କଲେ ୨୨ ଜଣ ମାଓବାଦୀ । ପୋଲିସ ମହାନିର୍ଦ୍ଦେଶକଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ତେବେ ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ନାଁରେ ୨ କୋଟିର ପୁରସ୍କାର ରହିଥିଲା ।

ପୋଲିସ ଡିଜି ୱାଇ ବି ଖୁରାନିଆଙ୍କ ସମ୍ମୁଖରେ ଏହି ମାଓବାଦୀ ମାନେ ଆତ୍ମସମର୍ପଣ କରିଛନ୍ତି । ଏହି ସମୟରେ ପୋଲିସ ଡିଜି, ଡ଼ିଆଇଜି କନୱର ଵିଶାଲ ସିଂ, ମାଲକାନଗିରି ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ, ମାଲକାନଗିରି ଏସପି ବିନୋଦ ପାଟିଲ ଏଚ ଓ ଅନ୍ୟ ପୋଲିସ ଅଧିକାରୀ ଉପସ୍ଥିତ ଏକ ସାମ୍ବାଦିକ ସମ୍ମିଳନୀରେ ଉପସ୍ଥିତ ରହିଥିଲେ ।

ଆତ୍ମ ସମର୍ପଣ କରିଥିବା କ୍ୟାଡ଼ରମାନେ ମୋଟ ୯ଟି ଅସ୍ତ୍ର ଏବଂ ବିଭିନ୍ନ ରକମର ୧୫୦ଟି ଜୀବନ୍ତ ଗୁଳି, ୯ଟି ମଗାଜିନ, ୨୦କେଜି ବିସ୍ଫୋରକ, ୧୩ଟି ଉନ୍ନତ ବିସ୍ଫୋରକ, ଜିଲେଟିନ ଷ୍ଟିକ, କୋଡେକ୍ସ ତାର ଏବଂ ମାଓବାଦୀ ପତ୍ରିକା ଏବଂ ଅନ୍ୟାନ୍ୟ ସାମଗ୍ରୀ ମଧ୍ୟ ସମର୍ପଣ କରିଛନ୍ତି ।