Posted inଜାତୀୟ

ବନ୍ଧୁକ ଛାଡ଼ିଲେ ୨୨ ମାଓବାଦୀ

ସୁକମା,୧୮।୪: ଦିନକୁ ଦିନ ଭୁଷୁଡୁଛି ମାଓବାଦୀଙ୍କ ଗଡ଼। ବନ୍ଧୁକ ଛାଡି ମୁଖ୍ୟସ୍ରୋତରେ ସାମିଲ ହେଉଛନ୍ତି ମାଓବାଦୀ। ଶୁକ୍ରବାର ଛତିଶଗଡ଼ ସୁକୁମା ପୋଲିସ ନିକଟରେ ୨୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ୧୨ ହାର୍ଡକୋର୍‌ ମାଓବାଦୀ ରହିଥିବା ସୂଚନା ମିଳିଛି। ସେମାନଙ୍କ ନାଁରେ ସାଢ଼େ ୪୦ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରହିଥିଲା। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୯ଜଣ ମହିଳା ରହିଛନ୍ତି। ଆଦିବାସୀଙ୍କ ଉପରେ ଅତ୍ୟାଚାରକୁ ବିରୋଧ କରି ଆତ୍ମସମର୍ପଣ କରିଥିବା ସେମାନେ କହିଛନ୍ତି। ଏପରି କି ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ନୂଆପଡ଼ା ଡିଭିଜନର ଏସିଏମ୍‌ ଏବଂ ପିଏଲଜିଏ ପ୍ଲାଟୁନ-୧ର ମାଓବାଦୀ ଦମ୍ପତି ରହିଛନ୍ତି ।

୨୦୨୬ ମାର୍ଚ୍ଚ ମାସ ସୁଦ୍ଧା ଦେଶକୁ ମାଓବାଦୀ ମୁକ୍ତ କରିବାକୁ ଲକ୍ଷ୍ୟ ରଖିଛନ୍ତି କେନ୍ଦ୍ର ସରକାର। ଏହି ଦିଗରେ ଯବାନଙ୍କ ପକ୍ଷରୁ ଅପରେଶନ ଚାଲିଥିବା ବେଳେ ୧୫ ମାସରେ ୩୩୪ ମାଓବାଦୀଙ୍କ ଜୀବନ ଗଲାଣି । ମାଓବାଦୀଙ୍କୁ ମୁଖ୍ୟ ସ୍ରୋତକୁ ଫେରାଇ ଆଣିବାକୁ ସରକାରଙ୍କ ଆତ୍ମସମର୍ପଣ ନୀତି ମଧ୍ୟ ରହିଛି । ତେଣୁ ହିଂସା ଛାଡି ମାଓବାଦୀମାନେ ଆତ୍ମସମର୍ପଣ କରୁଥିବା ଦେଖିବାକୁ ମିଳିଛି। ଏହାପର୍ବରୁ ମଧ୍ୟ ୬୦ରୁ ଅଧିକ ମାଓବାଦୀ ଆତ୍ମସମର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri