Posted inଜାତୀୟ

ବନ୍ଧୁକ ଛାଡ଼ିଲେ ୨୨ ମାଓବାଦୀ

ସୁକମା,୧୮।୪: ଦିନକୁ ଦିନ ଭୁଷୁଡୁଛି ମାଓବାଦୀଙ୍କ ଗଡ଼। ବନ୍ଧୁକ ଛାଡି ମୁଖ୍ୟସ୍ରୋତରେ ସାମିଲ ହେଉଛନ୍ତି ମାଓବାଦୀ। ଶୁକ୍ରବାର ଛତିଶଗଡ଼ ସୁକୁମା ପୋଲିସ ନିକଟରେ ୨୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ୧୨ ହାର୍ଡକୋର୍‌ ମାଓବାଦୀ ରହିଥିବା ସୂଚନା ମିଳିଛି। ସେମାନଙ୍କ ନାଁରେ ସାଢ଼େ ୪୦ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରହିଥିଲା। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୯ଜଣ ମହିଳା ରହିଛନ୍ତି। ଆଦିବାସୀଙ୍କ ଉପରେ ଅତ୍ୟାଚାରକୁ ବିରୋଧ କରି ଆତ୍ମସମର୍ପଣ କରିଥିବା ସେମାନେ କହିଛନ୍ତି। ଏପରି କି ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ନୂଆପଡ଼ା ଡିଭିଜନର ଏସିଏମ୍‌ ଏବଂ ପିଏଲଜିଏ ପ୍ଲାଟୁନ-୧ର ମାଓବାଦୀ ଦମ୍ପତି ରହିଛନ୍ତି ।

୨୦୨୬ ମାର୍ଚ୍ଚ ମାସ ସୁଦ୍ଧା ଦେଶକୁ ମାଓବାଦୀ ମୁକ୍ତ କରିବାକୁ ଲକ୍ଷ୍ୟ ରଖିଛନ୍ତି କେନ୍ଦ୍ର ସରକାର। ଏହି ଦିଗରେ ଯବାନଙ୍କ ପକ୍ଷରୁ ଅପରେଶନ ଚାଲିଥିବା ବେଳେ ୧୫ ମାସରେ ୩୩୪ ମାଓବାଦୀଙ୍କ ଜୀବନ ଗଲାଣି । ମାଓବାଦୀଙ୍କୁ ମୁଖ୍ୟ ସ୍ରୋତକୁ ଫେରାଇ ଆଣିବାକୁ ସରକାରଙ୍କ ଆତ୍ମସମର୍ପଣ ନୀତି ମଧ୍ୟ ରହିଛି । ତେଣୁ ହିଂସା ଛାଡି ମାଓବାଦୀମାନେ ଆତ୍ମସମର୍ପଣ କରୁଥିବା ଦେଖିବାକୁ ମିଳିଛି। ଏହାପର୍ବରୁ ମଧ୍ୟ ୬୦ରୁ ଅଧିକ ମାଓବାଦୀ ଆତ୍ମସମର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ…

ଯୁଦ୍ଧ ଭିତରେ ପାକିସ୍ତାନକୁ ଲାଗିଲା ଶକ୍ତ ଝଟକା!

ଇସଲାମାବାଦ,୨୯।୩: ପାକିସ୍ତାନ ସରକାର କ୍ରମାଗତ ପଞ୍ଚମ ଥର ପାଇଁ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ଗତ ୨୮ ଦିନ ମଧ୍ୟରେ ଘଟିଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri