ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି, ତ୍ୱରାନ୍ୱିତ ହେବ ନିଯୁକ୍ତି ପ୍ରକ୍ରିୟା

ଭୁବନେଶ୍ୱର,୨୨।୭: ଓଡ଼ିଶାରେ ଖଣିଜ ସମ୍ପଦର ବିକାଶ ଓ ରାଜ୍ୟର ଅର୍ଥନୀତିକୁ ମଜବୁତ କରିବା ଲାଗି ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଉଛନ୍ତି। ରାଜ୍ୟ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଘୋଷଣା କରିଛନ୍ତି ଯେ, ଖୁବଶୀଘ୍ର ରାଜ୍ୟରେ ଆଉ ୨୨ଟି ଖଣି ନିଲାମ କରାଯିବ। ଏହି ନିଲାମ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ଏହା ରାଜ୍ୟର ରାଜସ୍ୱ ବୃଦ୍ଧି ସହିତ ନିଯୁକ୍ତି ସୁଯୋଗ ସୃଷ୍ଟିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇବ ବୋଲି ମନ୍ତ୍ରୀ କହିଛନ୍ତି।

ମନ୍ତ୍ରୀ ଜେନା କହିଛନ୍ତି, “ଗତ ଏକ ବର୍ଷ ମଧ୍ୟରେ ଆମେ ୮ଟି ଖଣିର ସଫଳ ଅକ୍ସନ କରି ସାରିଛୁ। ପୂର୍ବତନ ସରକାର ଦୀର୍ଘ ଦିନ ଧରି ଖଣି ଅକ୍ସନ କରୁନଥିଲେ, ଯାହା ରାଜ୍ୟର ଅର୍ଥନୈତିକ ବିକାଶକୁ ବାଧାପ୍ରାପ୍ତ କରିଥିଲା। ଆମେ ଏହି ଦିଗରେ ଦ୍ରୁତ ପଦକ୍ଷେପ ନେଉଛୁ।”

ଏହି ଖଣି ନିଲାମ ଦ୍ୱାରା ରାଜ୍ୟରେ ଶିଳ୍ପ ସ୍ଥାପନ ତ୍ୱରାନ୍ୱିତ ହେବ ଏବଂ ବଡ଼ ପରିମାଣରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, “ଖଣି ନିଲାମ ମାଧ୍ୟମରେ ରାଜ୍ୟର ରାଜସ୍ୱ ବୃଦ୍ଧି ପାଇବ, ଯାହା ବିକାଶମୂଳକ କାର୍ଯ୍ୟ ପାଇଁ ବ୍ୟବହୃତ ହେବ। ଏହା ସହିତ ଶିଳ୍ପ ଆସିଲେ ସ୍ଥାନୀୟ ଯୁବକ-ଯୁବତୀଙ୍କ ପାଇଁ ନିଯୁକ୍ତି ପ୍ରକ୍ରିୟା ମଧ୍ୟ ତ୍ୱରାନ୍ୱିତ ହେବ।”

ଓଡ଼ିଶାର ଖଣିଜ ସମ୍ପଦ ଦେଶରେ ଅନ୍ୟତମ ସମୃଦ୍ଧ ଭାବେ ପରିଚିତ। ଏହି ୨୨ଟି ଖଣି ନିଲାମ ହେବା ଦ୍ୱାରା ରାଜ୍ୟରେ ଖଣିଜ ଉତ୍ପାଦନ ବୃଦ୍ଧି ପାଇବ ଏବଂ ଅର୍ଥନୈତିକ ଗତିଶୀଳତା ଆସିବ। ତେବେ, ଏହି ନିଲାମ ପ୍ରକ୍ରିୟା ସ୍ୱଚ୍ଛ ଏବଂ ନିୟମାନୁସାରେ ହେବ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି: ଆସନ୍ତାବର୍ଷକୁ ଆଉ ଭୁଲ୍‌ ହେବନି କହିଲେ SCERT ନିର୍ଦ୍ଦେଶିକା

ଭୁବନେଶ୍ୱର,୧୮ା୬: ପାଠ୍ୟ ପୁସ୍ତକ ତ୍ରୁଟିକୁ ନେଇ SCERT ନିର୍ଦ୍ଦେଶିକା କହିଛନ୍ତି ଏଥର ଭୁଲ୍‌ ହୋଇଯାଇଛି। ଆସନ୍ତା ବର୍ଷକୁ ଭୁଲ ହେବନି ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନିର୍ଦ୍ଦେଶିକା। ଡିଇଓମାନଙ୍କୁ…

ଶସ୍ତା ହେବ କି ପେଟ୍ରୋଲ? ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ପରେ ଭାରତ ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଚୁକ୍ତି ହେବା ପରଠାରୁ ହିଁ ଅଶୋଧିତ ତୈଳ (କ୍ରୁଡ ଅଏଲ) ମୂଲ୍ୟରେ କ୍ରମାଗତ ହ୍ରାସ ଘଟୁଛି, କିନ୍ତୁ ଏହା ପରେ…

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଲେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କେଉଁଠି କ’ଣ ରହିଛି କାର୍ଯ୍ୟସୂଚୀ…

ଭୁବନେଶ୍ୱର,୧୮ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅପରାହ୍ନରେ ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବେ। କାଲି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ…

ମହିଳାଙ୍କୁ ବଳାତ୍କାର ଅଭିଯୋଗ ପଡ଼ିଲା ମହଙ୍ଗା, ବଦଳିଲେ ଆଇଆଇସି

ନୟାଗଡ଼,୧୮ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ଏସ୍‌ଡିପିଓ ମଦନ ମୋହନ ପ୍ରଧାନ ମହିଳାଙ୍କୁ ଫେବର ମାଗି ନିଲମ୍ବିତ ହୋଇଥିବା ବେଳେ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର…

ରାତି ପାହିଥିଲେ ହୋଇଥାନ୍ତା ଭଉଣୀଙ୍କ ବାହାଘର, ନଦୀରେ ଭାସିଗଲେ ଭାଇ

ଚାନ୍ଦବାଲି,୧୮ା୬(ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବାଲିଆପାଳ ନଦୀରେ ଗୁରୁବାର ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ ଅଘଟଣ ଘଟିଛି। ନଦୀରେ ବାଲିଆପାଳ ପଟୁ…

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଟ୍ରାକ୍ଟରମାଲିକଙ୍କୁ ଧମକ ଦେଇ ନେଇଥିଲେ ଏତିକି ଟଙ୍କା ଲାଞ୍ଚ

ଡେଲାଙ୍ଗ,୧୮ା୬: ପୁରୀ ଜିଲା ଡେଲାଙ୍ଗ ରେଞ୍ଜ ଅନ୍ତର୍ଗତ ଆଙ୍କୁଇର ଫରେଷ୍ଟର ରାକେଶ କୁମାର ପଣ୍ଡାଙ୍କୁ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ସେ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ…

ଚାକିରିରୁ ବିଦା ହେଲେ ମଞ୍ଚେଶ୍ୱର ଥାନା ASI

ଭୁବନେଶ୍ୱର,୧୮ା୬: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଏଏସ୍‌ଆଇ ରାଜେଶ କୁଲ୍ଲୁ ଚାକିରିରୁ ବହିଷ୍କୃତ ହୋଇଛନ୍ତି। କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ଏପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri