ନୂଆବର୍ଷ ପାଳନ ସମୟରେ ଗୁଳିକାଣ୍ଡ ୨୨ ଆହତ

ଇସଲାମାବାଦ,୧ ।୧: ଶନିବାର ଯେତେବେଳେ ସାରା ବିଶ୍ୱ ନୂଆବର୍ଷ ପାଳନ କରିବାରେ ବ୍ୟସ୍ତ ଥାଆନ୍ତି ଠିକ୍ ସେତିକି ବେଳେ ପାକିସ୍ତାନରେ ନୂଆବର୍ଷକୁ ବନ୍ଧୁକ ଗୁଳିରେ ସ୍ୱାଗତ କରାଯାଇଥିଲା । କରାଚି ସମେତ ଦେଶର କିଛି ବଡ ବଡ ସହରରେ ନୂଆବର୍ଷରେ ଗୁଳିକାଣ୍ଡ ଭଳି ଘଟଣା ସାମ୍ନାକୁ ଆସିଛି । ଏହି ଘଟଣାରେ ୨୨ ଜଣ ଆହତ ହୋଇଥିବା ସୂଚନା ମିଳିଛି । ପାକସ୍ତାନ ମିଡିଆର ସୂଚନା ଅନୁଯାୟୀ, ଏହି ଘଟଣାରେ ମହିଳା ଓ ଶିଶୁମାନେ ବି ଆହତ ହୋଇଛନ୍ତି । ଏପଟେ କୋରଂଗିରେ ଗୁଳିକାଣ୍ଡ ଘଟଣାରେ ଏବେ ପର୍ଯ୍ୟନ୍ତ ୧୩ ଜଣ ଗିରଫ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩ ଜଣଙ୍କ ଉପରେ ହତ୍ୟା ଅଭିଯୋଗ ହୋଇଛି ।
ଅନ୍ୟପଟେ ଖେବର ପଖତୁନୱାର ଲକ୍କି ମରୱତ ଜିଲାରେ ଶାହବାଜ ଖେଳ ଅଞ୍ଚଳରେ ଜଣେ ବନ୍ଧୁକଧାରୀ ପୋଲିସ ଷ୍ଟେଶନ ଉପରେ ଆକ୍ରମଣ କରିବାରୁ ଜଣେ କନଷ୍ଟେବଳଙ୍କ ମୃତ୍ୟୁ ହୋଇଛି । ଏହାର ଜବାବରେ ଜଣେ ଆତଙ୍କବାଦୀ ବି ନିହତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri