ଓଡ଼ିଶା ଜିଏସ୍‌ଟି ସଂଗ୍ରହ ୨୨% କମିଛି

ନୂଆଦିଲ୍ଲୀ : ଚଳିତ ବର୍ଷ ମାର୍ଚ୍ଚରୁ ଜୁଲାଇ ସମୟ ମଧ୍ୟରେ ଓଡ଼ିଶାରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ ୨୨.୬% କମିଛି। ଏହି ଅବଧିରେ ଏଠାରେ ୨୯୬୬ କୋଟି ଟଙ୍କା ଜିଏସ୍‌ଟି ଆଦାୟ ହୋଇଛି। ଦେଶର ବଡ ରାଜ୍ୟଗୁଡିକରେ ଜିଏସ୍‌ଟି ସଂଗ୍ରହ ପ୍ରାୟ ୨୦% ଉର୍ଦ୍ଧ୍ୱ କମିଥିବା ଲୋକସଭାରେ ସରକାର ଦେଇଥିବା ଡାଟାରୁ ସାମ୍ନାକୁ ଆସିଛି। ତାମିଲନାଡୁ,ଗୁଜରାଟ ଏବଂ ମହାରାଷ୍ଟ୍ର ଭଳି ଶିଳ୍ପ ଉନ୍ନତ ରାଜ୍ୟଗୁଡିକ ତୁଳନାରେ ଓଡ଼ିଶା, ବିହାର, ମଧ୍ୟପ୍ରଦେଶ, ଆସାମ ଭଳି ରାଜ୍ୟରେ ଜିଏସ୍‌ଟି ସଂଗ୍ରହ ଉପରେ ବେଶି ପ୍ରଭାବ ପଡିନାହିଁ। ତାମିଲନାଡୁରେ ଜିଏସ୍‌ଟି ଆଦାୟ ୩୪% କମିଥିବା ବେଳେ ଗୁଜରାଟରେ ୩୦% ଏବଂ ମହାରାଷ୍ଟ୍ରରେ ୨୮.୫% ଖସିଛି। କେବଳ ଛତିଶଗଡରେ ଜିଏସ୍‌ଟି ହ୍ରାସ ୧୭% ରହିଛି। ଅରୁଣାଚଳ ପ୍ରଦେଶ, ଲାକ୍ଷାଦୀପ, ଆଣ୍ଡାମାନ ନିକୋବର ଏବଂ ସିକିମରେ ଗତ ବର୍ଷ ଏହି ସମୟ ତୁଳନାରେ ଚଳିତ ବର୍ଷ ଟିକସ ସଂଗ୍ରହ ଅପେକ୍ଷାକୃତ ଉନ୍ନତ ରହିଛି। ଚଳିତ ଆର୍ଥତ୍କ ବର୍ଷ ଏପ୍ରିଲ-ଅଗଷ୍ଟ ସମୟ ଅବଧିରେ ଦେଶ ମଧ୍ୟରେ ନେଟ୍‌ ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୩୧.୧% କମିଛି। ସେହିଭଳି ପରୋକ୍ଷ ଟିକସ ସଂଗ୍ରହ ୧୧.୨% ହ୍ରାସ ହୋଇଛି। ଉତ୍ତରାଖଣ୍ଡରେ ଜିଏସ୍‌ଟି ସଂଗ୍ରହ ସବୁଠାରୁ ବେଶି ପ୍ରଭାବିତ ହୋଇଛି। ଏଠାରେ ଆଦାୟ -୪୨.୨% ରହିଛି। ସେହିଭଳି ଗୋଆରେ ୪୦% ପରୋକ୍ଷ ଟିକସ କମିଛି। ମୋଟ ୩୬ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ମଧ୍ୟରୁ ୩୪ଟି ରାଜସ୍ବ କ୍ଷତି ସହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷ ପରେ ବୁଧ-ମଙ୍ଗଳ ଗଠନ କରିବେ ଦଶାଙ୍କ ଯୋଗ: ମେଷ-କନ୍ୟା ସମେତ ଏହି ୫ ରାଶିଙ୍କ ସହ ଘଟିବ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୪ ଅଗଷ୍ଟ ୨୦୨୬ ଦିନ ଦ୍ୱିପ୍ରହର ୧୨ଟା ୩୭ ମିନିଟରେ ବୁଧ ଓ ମଙ୍ଗଳ ଗ୍ରହ ବର୍ଷ ପରେ ଦଶାଙ୍କ ଯୋଗ ଗଠନ…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri