ରାଷ୍ଟ୍ରପତିଙ୍କ ସୁରକ୍ଷାରେ ମୁତୟନ ହେବେ ୨୨ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୨୫।୧୧(ତ୍ରିନାଥ ମହାନ୍ତି): ଆସନ୍ତା ୨୭ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ଗସ୍ତରେ ଆସିବେ। ଏଥିପାଇଁ ପୋଲିସ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଗସ୍ତ ସମୟରେ ଯେପରି କିଛି ତ୍ରୁଟି ନ ରହେ, ସେଥିଲାଗି ପୋଲିସ ବିଭିନ୍ନ ବିଭାଗ ସହ ଆଲୋଚନା କରିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସୋମବାର ପୋଲିସ ଏବଂ ଅନ୍ୟାନ୍ୟ ବିଭାଗ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ରାଷ୍ଟ୍ରପତି ୨୭ ତାରିଖ ଅପରାହ୍ନ ୨ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ବାର କାର୍ଯ୍ୟକ୍ରମ ରହିଛି। ସେ ଉକ୍ତଦିନ ରାଜଭବନରେ ରାତ୍ରି ଯାପନ କରିବେ। ୨୮ ତାରିଖରେ ବିଧାନସଭା କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନବନ୍ଦର ପରିସରରେ ସିଆଇଏସ୍‌ଏଫ୍‌ କର୍ମଚାରୀଙ୍କଠୁ ଆରମ୍ଭ କରି ବିଧାନସଭା ବାହାରେ ପୋଲିସ କର୍ମଚାରୀଙ୍କ ମିଳିତ ସମନ୍ବୟରେ ସୁରକ୍ଷା ବ୍ୟବସ୍ଥା କରାଯିବ। ବିମାନବନ୍ଦରଠାରୁ ରାଜଭବନ ଓ ସେଠାରୁ ବିଧାନସଭା ପର୍ଯନ୍ତ ରାସ୍ତାର ଉଭୟ ପାର୍ଶ୍ୱରେ ବ୍ୟାରିକେଡ୍‌ କରାଯିବ। ତେଣୁ ମିଳିତ ସମନ୍ବୟରେ ରାଷ୍ଟ୍ରପତିଙ୍କ ଗସ୍ତକୁ ସୁରୁଖୁରୁରେ କରିବା ପାଇଁ ବିମାନବନ୍ଦର କର୍ତ୍ତୃପକ୍ଷ, ସିଆଇଏସ୍‌ଏଫ୍‌, ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ବ୍ୟୁରୋ, ଓଡ଼ିଶା ପୋଲିସ, ଅଗ୍ନିଶମ ବିଭାଗ, ଖୋର୍ଦ୍ଧା ଜିଲା ପ୍ରଶାସନ, ବିଦ୍ୟୁତ୍‌, ପିଡବ୍ଲ୍ୟୁଡି ଓ ଟ୍ରାଫିକ ବିଭାଗ, କ୍ୟାଟରିଂ ସଂସ୍ଥାର କର୍ମଚାରୀମାନେ ବୈଠକରେ ଉପସ୍ଥିତ ଥିଲେ। ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ, ଟ୍ରାଫିକ ଡିସିପି, ହେଡ୍‌କ୍ବାର୍ଟର ଡିସିପିଙ୍କ ସହ ସିଆଇଏସ୍‌ଏଫ୍‌ ଡିଆଇଜି ପ୍ରମୁଖ ବୈଠକରେ ଉପସ୍ଥିତ ରହି ଆଲୋଚନା କରିଥିଲେ। ରାଷ୍ଟ୍ରପତିଙ୍କ ସୁରକ୍ଷାରେ ୨୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯିବ। ସେହିପରି ବ୍ଲ୍ୟୁ-ବୁକ୍‌ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଡିସିପି ଜଗମୋହନ ମୀନା କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri