କଳାବଜାର ବିରୋଧରେ ୨୨ ସ୍କ୍ବାଡ୍‌

ଭୁବନେଶ୍ୱର,୨୦।୪(ବ୍ୟୁରୋ): ସାରା ଦେଶରେ ଏବେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଭୟଙ୍କର ରୂପ ନେଇଛି। ଏପରି ଘଡିସନ୍ଧି ମୁହୂର୍ତ୍ତରେ କୋଭିଡ୍‌ ଔଷଧ ଓ ଚିକିତ୍ସା ଉପକରଣର ବେଆଇନ୍‌ ଗଚ୍ଛିତ ସହ କଳାବଜାର ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ରାଜ୍ୟ ପୋଲିସ। ସୋମବାର ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ କ୍ରାଇମ୍‌ବ୍ରାଞ୍ଚର ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏଡିଜି) ଯଶୋବନ୍ତ ଜେଠୱାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଏସ୍‌ଟିଏଫ୍‌ ଡିଆଇଜି ଜୟନାରାୟଣ ପଙ୍କଜଙ୍କ ସମେତ ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର୍‌, ଏସ୍‌ଟିଏଫ୍‌ ଓ କ୍ରାଇମ୍‌ବ୍ରାଞ୍ଚର ଅଧିକାରୀ ଏବଂ ଡ୍ରଗ୍ସ ଇନ୍ସପେକ୍ଟରଙ୍କ ସହ କୋଭିଡ୍‌ ସାମଗ୍ରୀ କଳାବଜାର ସଂକ୍ରାନ୍ତରେ ଜେଠ୍‌ୱା ଆଲୋଚନା କରିଥିଲେ। ସଂକ୍ରମଣ ବୃଦ୍ଧି ପାଉଥିବାରୁ ବ୍ୟବସାୟୀମାନେ କଳାବଜାର କରିବା ଆଶଙ୍କା ରହିଛି। ଏପରି ବେଆଇନ କାର୍ଯ୍ୟରେ ଲିପ୍ତ ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏଡିଜି ଜେଠୱା ଚେତାବନୀ ଦେଇଛନ୍ତି। ଏଥିସହ କଳାବଜାର ରୋକିବାକୁ ଡ୍ରଗ୍ସ ଇନ୍ସପେକ୍ଟର, କ୍ରାଇମବ୍ରାଞ୍ଚ ଓ ସ୍ଥାନୀୟ ପୋଲିସକୁ ନେଇ ୨୨ଟି ସ୍ପେଶାଲ ଫ୍ଲାଇଙ୍ଗ୍‌ ସ୍କ୍ବାଡ୍‌ ଗଠନ କରାଯାଇଛି। କଟକ ଓ ଭୁବନେଶ୍ୱରରେ ୭ଟି ସ୍କ୍ବାଡ୍‌ ଓ ରାଜ୍ୟର ବିଭିନ୍ନ ସ୍ଥାନରେ ୧୫ଟି ସ୍କ୍ବାଡ୍‌ କାର୍ଯ୍ୟ କରିବ
କଳାବଜାର ବିରୋଧରେ…
ବୋଲି ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ କୋଭିଡ୍‌ ଔଷଧ ଓ ଇଞ୍ଜେକ୍ସନ ପ୍ରସ୍ତୁତକାରୀ କମ୍ପାନୀଠାରୁ ଆରମ୍ଭ କରି ଷ୍ଟକିଷ୍ଟ, ସପ୍ଲାୟର୍‌, ବିକ୍ରେତାଙ୍କ ସମସ୍ତ ତଥ୍ୟ ଯାଞ୍ଚ ଚାଲିଛି। ସେମାନଙ୍କ କାର୍ଯ୍ୟକଳାପ ସଂକ୍ରାନ୍ତରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଗୋଇନ୍ଦା ସୂଚନାକୁ ଅଧିକ କ୍ରିୟାଶୀଳ କରାଯାଇଛି। କୌଣସି ସ୍ଥାନରେ କଳାବଜାର ହେଉଥିବା ଖବର ମିଳିଲେ ତତ୍‌କ୍ଷଣାତ ଚଢ଼ାଉ କରାଯିବ। ଏ ସମ୍ପର୍କିତ କୌଣସି ଖବର ନଜରକୁ ଆସିଲେ ଜନସାଧାରଣ ପୋଲିସକୁ ତୁରନ୍ତ ଖବର ଦେବାକୁ କ୍ରାଇମବ୍ରାଞ୍ଚ ଏଡିଜି ଜେଠଓ୍ବା ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri