ସ୍କୁଲରେ ୨୨ ଛାତ୍ରୀଙ୍କୁ ଯୌନ ନିର୍ଯାତନା: ଡିଜିଟାଲ ପ୍ରମାଣ ପରେ ପ୍ରିନ୍ସପାଲଙ୍କ ସମେତ ୩ ଗିରଫ

ଇଟାନଗର,୧ା୧୧: ଅରୁଣାଚଳ ପ୍ରଦେଶର ପୂର୍ବ ସିଆଙ୍ଗର ଏକ ଇଂରାଜୀ ମାଧ୍ୟମ ସ୍କୁଲରେ ୨୨ ଜଣ ଛାତ୍ରୀଙ୍କ ସହ ଯୌନ ନିର୍ଯାତନା ହୋଇଥିବାର ଏକ ମାମଲା ସାମ୍ନାକୁ ଆସିଛି। ସ୍କୁଲ ପ୍ରିନ୍ସପାଲ, ଓ୍ବାଡେନଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯାଇଛି ଏବଂ ସ୍କୁଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ପୂର୍ବ ସିଆଙ୍ଗର ସାଙ୍ଗୋ ଇଂରାଜୀ ମାଧ୍ୟମ ସ୍କୁଲରେ ୨୨ ଜଣ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦିଆଯାଇଥିଲା। ଏହି ଘଟଣାର ତଦନ୍ତ ପାଇଁ ଏକ ସ୍ବତନ୍ତ୍ର ତଦନ୍ତ ଦଳ (SIT) ଗଠନ କରାଯାଇଛି।

SIT ସ୍କୁଲ ପରିସର ପରିଦର୍ଶନ କରି ସ୍କୁଲରୁ ଅନେକ ଡକ୍ୟୁମେଣ୍ଟ ଉଦ୍ଧାର କରିଛି। ଡିଜିଟାଲ ପ୍ରମାଣ ମଧ୍ୟ ସଂଗ୍ରହ କରାଯାଇଛି, ଯାହାକୁ ପରୀକ୍ଷା ପାଇଁ ଫୋରେନ୍‌ସିକ୍‌ ଦଳକୁ ପଠାଯାଇଛି। ଏହି ମାମଲାରେ ପ୍ରଭାବିତ ଛାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ସୂଚନା ମିଳିଛି।

ଅକ୍ଟୋବର ୨୯ରେ ମେବୋ ଥାନାରେ ଜଣେ ଅଭିଭାବକ ଅଭିଯୋଗ ଦାଖଲ କରିଥିଲେ। ଅଭିଭାବକଙ୍କ ଅଭିଯୋଗ ପରେ ପୋଲିସ ମାମଲାର ତଦନ୍ତ ଆରମ୍ଭ କରି ଓ୍ବାର୍ଡେନ ହେନ ଜନସନଙ୍କୁ ଗିରଫ କରିଥିଲା। ଭାଇଫେଙ୍କୁ POCSO ଆଇନ ଅନୁଯାୟୀ ଗିରଫ କରାଯାଇଥିଲା। ତଦନ୍ତ ପରେ୍‌ ଅଧିକ ଅଭିଭାବକ ଆଗକୁ ଆସି ଅଭିଯୋଗ ଦାଖଲ କରିଥିଲେ।

ଅଭିଭାବକମାନେ କହିଛନ୍ତି ଯେ, ସ୍କୁଲର ପ୍ରିନ୍ସିପାଲ ହୋଇନୁ ଭାଇଫେ ଏବଂ ଆକାଉଣ୍ଟାଣ୍ଟ ନିଆଙ୍ଗଡୋଇଟିଂ ଭାଇଫେ ମାମଲାକୁ ଲୁଚାଇବା ଏବଂ ରିପୋର୍ଟ ଦାଖଲ କରିବାରେ ବିଫଳ ହେବାରେ ଭୂମିକା ଗ୍ରହଣ କରିଥିଲେ। ଅଭିଭାବକଙ୍କ ଅଭିଯୋଗ ପରେ, ଅକ୍ଟୋବର ୩୦ରେ ପ୍ରିନ୍ସିପାଲ ଏବଂ ଆକାଉଣ୍ଟାଣ୍ଟଙ୍କୁ ମଧ୍ୟ ଗିରଫ କରାଯାଇଛି। ସେମାନଙ୍କୁ POCSO ଆଇନ ଅନୁଯାୟୀ ମଧ୍ୟ ଗିରଫ କରାଯାଇଛି। ପୀଡ଼ିତାଙ୍କ ପାଇଁ ଏକ ସ୍ବତନ୍ତ୍ର ମେଡିକାଲ ବୋର୍ଡ ଗଠନ କରାଯାଇଛି। ଏପର୍ଯ୍ୟନ୍ତ ୨୨ ଜଣ ପ୍ରଭାବିତ ଛାତ୍ରଙ୍କ ଡାକ୍ତରୀ ପରୀକ୍ଷା କରାଯାଇଛି ଏବଂ ପୀଡ଼ିତଙ୍କ ସଂଖ୍ୟା ବୃଦ୍ଧି ପାଇବାର ଆଶା କରାଯାଉଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?