ହିଜାବ ନ ପିନ୍ଧିବାରୁ ଜୀବନ ଗଲା

ଇରାନ,୧୮।୯: ଏଠାର ପୋଲିସ ହିଜାବ ଆଇନରେ ଜଣେ ୨୨ ବର୍ଷୀୟା ମହିଳାଙ୍କୁ ଗିରଫ କରିବା ପରେ ସେ କୋମାକୁ ଚାଲିଯାଇଥିଲେ। ଶୁକ୍ରବାର ତାଙ୍କର ମୃତ୍ୟୁ ଘଟିବା ପରେ ତେହରାନ୍‌ରେ ଉତ୍ତେଜନା ଦେଖାଦେଇଛି। ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ପାଇଁ ଯେଉଁମାନେ ଦାୟୀ ସେମାନଙ୍କୁ କଠୋର ଦଣ୍ଡ ଦେବା ଲାଗି ତାଙ୍କ ପରିବାର ଏବଂ ସାମାଜିକ କର୍ମୀମାନେ ଦାବି କରିଛନ୍ତି। ଇରାନୀୟ ଆଇନରେ ମହିଳାମାନେ ସର୍ବସାଧାରଣ ସ୍ଥାନରେ ହିଜାବ ପିନ୍ଧିବା ବାଧ୍ୟତାମୂଳକ। ଉକ୍ତ ଆଇନକୁ କାର୍ଯ୍ୟକାରୀ କରୁଥିବା ପୋଲିସ ମଙ୍ଗଳବାର ତେହରାନରେ ମାହସା ଅମିନି (୨୨) ନାମ୍ନୀ ମହିଳାଙ୍କୁ ଗିରଫ କରିଥିଲା। ଗିରଫ ପରେ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ଇରାନ ସରକାରୀ ଟେଲିଭିଜନ ପକ୍ଷରୁ ଖବର ପ୍ରକାଶ ପାଇଛି। ଅନ୍ୟପକ୍ଷରେ ନୈତିକ ପୋଲିସ୍‌ର ମାଡ଼ରେ ମହିଳାଙ୍କ ମୃତ୍ୟୁ ଘଟିଥିବା ତାଙ୍କ ପରିବାର ଅଭିଯୋଗ କରିଛି। ମହିଳାଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଥିବା ତଭସିର ଚ୍ୟାନେଲ ପକ୍ଷରୁ କୁହାଯାଇଛି। ହାଜତରେ ତାଙ୍କୁ ନିର୍ଯାତନା ଦିଆଯାଇଥିବାରୁ ଏହାର ଆପରାଧିକ ତଦନ୍ତ ଆମ୍‌ନେଷ୍ଟି ଇଣ୍ଟନ୍ୟାଶନାଲ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାନାମାରେ ଶକ୍ତିଶାଳୀ ଭୂକମ୍ପ, ଭାଙ୍ଗିଲା ୯୦୦ରୁ ଅଧିକ ଘର

ପାନାମା ସିଟି,୧୩।୧୦: ଶୁକ୍ରବାର ପାନାମାର ଦକ୍ଷିଣ ଉପକୂଳ ନିକଟରେ ଦୁଇଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହେବା ପରେ, ସୋମବାର ୬ ତୀବ୍ରତା ବିଶିଷ୍ଟ ଆଉ ଏକ ଭୂକମ୍ପ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

୨୫୨ ଟଙ୍କା ମହଙ୍ଗା ହେଲା LPG ଗ୍ୟାସ, ଜାଣନ୍ତୁ କେତେ ରହିଛି ଦାମ୍

ଢାକା,୧୨।୧୦: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଏବେ ଘରୋଇ LPG ଗ୍ୟାସ୍‌ର ଦାମ୍‌କୁ ନେଇ ଉପଭୋକ୍ତା ଚିନ୍ତାରେ ରହିଛନ୍ତି । ଗ୍ୟାସ୍‌ର ଯୋଗାଣ ହ୍ରାସ ପାଇଥିବାରୁ ବଜାରରେ…

ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା ଷଡ଼ଯନ୍ତ୍ର ପଣ୍ଡ; ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି ପୋଲିସ

ୱାର୍ସା,୧୨।୧୦: ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ସମ୍ଭାବ୍ୟ ବିପଦ…

ମାନବ ଜାତିକୁ ଶେଷ କରିଦେଇପାରେ ଏଆଇ, ପରମାଣୁ ଯୁଦ୍ଧ

ଲଣ୍ଡନ, ୧୨ା୧୦: ଆଗାମୀ ୨୧୦୦ ମସିହା ସୁଦ୍ଧା ପୃଥିବୀରୁ ମାନବ ସଭ୍ୟତା ବିଲୁପ୍ତ ହୋଇଯିବାର ଆଶଙ୍କା ପ୍ରକାଶ ପାଇଛି। ବିଶ୍ୱପ୍ରସିଦ୍ଧ ଚିକିତ୍ସା ବିଜ୍ଞାନ ପତ୍ରିକା ‘ଦି ଲାନ୍‌ସେଟ’…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?