Posted inଖେଳ

୨୨ ବର୍ଷୀୟ ଜଶସ୍ବୀ ଜୟସ୍ବାଲ କଲେ ‘ବିରାଟ’ ରେକର୍ଡ, ହେଲେ କୋହଲିଙ୍କ ସମକକ୍ଷ

ରାଞ୍ଚି,୨୬।୨: ଇଂଲଣ୍ଡ ବିପକ୍ଷ ରାଞ୍ଚି ଟେଷ୍ଟ ମ୍ୟାଚର ଦ୍ୱିତୀୟ ଇନିଂସରେ ଜଶସ୍ବୀ ଜୟସ୍ବାଲ ୪୪ ବଲରେ ୩୭ ରନ ଖେଳିଥିଲେ। ଏହି ଇନିଂସ ସହ ସେ ସ୍ବତନ୍ତ୍ର ତାଲିକାରେ ସ୍ଥାନ ପାଇଛନ୍ତି। ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ସର୍ବାଧିକ ରନ ସଂଗ୍ରହ କରିଥିବା ଭାରତୀୟ ବ୍ୟାଟ୍ସମ୍ୟାନ ତାଲିକାରେ ବିରାଟ କୋହଲିଙ୍କ ସହ ଜସଶ୍ୱୀ ଜୟସ୍ବାଲ ମିଳିତ ନମ୍ବର-୧ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ଏହି ସିରିଜରେ ସେ ୬୫୫ ରନ ସଂଗ୍ରହ କରିଛନ୍ତି। ବିରାଟ କୋହଲି ୨୦୧୬ରେ ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ ଟେଷ୍ଟ ସିରିଜରେ ୬୫୫ ରନ ସ୍କୋର କରିଥିଲେ।
ଏହିପରି ଜଶସ୍ବୀଙ୍କୁ ବିରାଟ କୋହଲିଙ୍କୁ ଧର୍ମଶାଳା ଟେଷ୍ଟରେ ପଛରେ ପକାଇବାର ସୁଯୋଗ ମିଳିବ। ସେ ମାତ୍ର ୧ ରନ ସ୍କୋର କରିବା ପରେ ବିରାଟ କୋହଲିଙ୍କୁ ଛପପଛରେ ପକାଇବେ। ଜଶସ୍ବୀଙ୍କ ପାଇଁ ଏହି ସିରିଜ ବହୁତ ଭଲ ଚାଲିଛି। ଏପର୍ଯ୍ୟନ୍ତ ଜଶସ୍ବୀ ଏହି ସିରିଜରେ ୨ଟି ଶତକ ହାସଲ କରିଛନ୍ତି। ଏହା ବ୍ୟତୀତ ସେ ଦୁଇଥର ଅର୍ଦ୍ଧଶତକ ମାର୍କ ଅତିକ୍ରମ କରିଛନ୍ତି। ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ସର୍ବାଧିକ ରନ ସଂଗ୍ରହ କରିଥିବା ଭାରତୀୟ ବ୍ୟାଟ୍ସମ୍ୟାନ ତାଲିକାରେ ଜଶସ୍ବୀ ଏବଂ ବିରାଟ କୋହଲି ଶୀର୍ଷରେ ଅଛନ୍ତି। ଉଭୟଙ୍କ ନାମରେ ୬୫୫ ରନ ଅଛି।
ଏହା ପରେ ରାହୁଲ ଦ୍ରାବିଡ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ୨୦୦୨ରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ରାହୁଲ ଦ୍ରାବିଡ ୬୦୨ ରନ ସ୍କୋର କରିଥିଲେ। ବିରାଟ କୋହଲି ପୁଣି ତିନି ନମ୍ବରରେ ଅଛନ୍ତି। ଏହି ବ୍ୟାଟ୍ସମ୍ୟାନ ୨୦୧୮ରେ ୫୯୩ ରନ ସ୍କୋର କରିଥିଲେ। ତେବେ ବିଜୟ ମଞ୍ଜରେକର ପଞ୍ଚମ ସ୍ଥାନରେ ଅଛନ୍ତି। ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ବିଜୟ ମଞ୍ଜରେକର ୫୮୬ ରନ ସଂଗ୍ରହ କରିଥିଲେ। ୧୯୬୧ରେ ସେ ଏହି ସଫଳତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?