Posted inଜାତୀୟ

୨୨ ବର୍ଷୀୟ ଯୁବକଙ୍କ ମୃତ୍ୟୁ, ପରିବାରକୁ ୬୫ ବର୍ଷୀୟ ବୃଦ୍ଧଙ୍କ ମୃତଦେହ ଦେଲା ଡାକ୍ତରଖାନା

ଭୋପାଳ, ୧୧।୮: ମଧ୍ୟପ୍ରଦେଶର ରେୱାରେ ସ୍ବାସ୍ଥ୍ୟ ବିଭାଗର ଏକ ବଡ଼ ଅବହେଳା ଦେଖିବାକୁ ମିଳିଛି। ଏଠାରେ ଥିବା ଏକ ଡାକ୍ତରଖାନାରେ ଜଣେ ୨୨ ବର୍ଷ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଥିଲା, କିନ୍ତୁ ୬୨ ବର୍ଷ ବୃଦ୍ଧ ବ୍ୟକ୍ତିଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର କରାଯାଇଥିଲା। ଅବହେଳାର ଏହି ବଡ ଘଟଣା ପ୍ରକାଶ ପାଇବା ମାତ୍ରେ ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସେଥିରେ ସମ୍ପୃକ୍ତ ଡାକ୍ତରଙ୍କୁ ନିଲମ୍ବିତ କରାଯାଇଛି। ଏହି ଚରମ ଅବହେଳା ହେତୁ ମୃତକଙ୍କ ପରିବାର ଡାକ୍ତରଖାନା ବାହାରେ ଉତ୍ତେଜନା ସୃଷ୍ଟି କରି ମୃତଦେହ ନେବାକୁ ମନା କରିଦେଇଥିଲେ। ପରିବାର ସଦସ୍ୟ ଏହାକୁ ବିରୋଧ କରିଥିଲେ ଯେ ସେମାନଙ୍କୁ ଅନ୍ୟର ମୃତଦେହ ହସ୍ତାନ୍ତର କରାଯାଇଛି। ମୃତ ଯୁବକଙ୍କ ପିତା ରାମବିଳାସ କୁଶୱାହା କହିଛନ୍ତି ଯେ, ତାଙ୍କ ପୁଅଙ୍କ ଶବଦାହ କରାଯାଇଛି ବୋଲି ଜିଲା ମୁଖ୍ୟ ଚିକିତ୍ସା ଓ ସ୍ବାସ୍ଥ୍ୟ ଅଧିକାରୀ (ସିଏମଏଚଓ) ସୂଚନା ଦେଇଛନ୍ତି। ଏହି ଅବହେଳା ପ୍ରକାଶ ପାଇବା ପରେ ଡାକ୍ତରଖାନାର ଡାକ୍ତରଙ୍କୁ ନିଲମ୍ବିତ କରାଯାଇଛି।

ଶରୀରରେ ଯନ୍ତ୍ରଣା ହେବାରୁ ୨୨ ବର୍ଷୀୟ ଯୁବକଙ୍କୁ ଅଗଷ୍ଟ ୩ରେ ସଞ୍ଜୟ ଗାନ୍ଧୀ ଡାକ୍ତରଖାନାର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଯନ୍ତ୍ରଣା ହେବା ପରେ ତାଙ୍କୁ ପ୍ରଥମେ ମୌଗଞ୍ଜରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ପରେ ଡାକ୍ତରମାନେ ଯୁବକଙ୍କୁ କୋଭିଡ କେନ୍ଦ୍ରକୁ ପଠାଇଥିେଲେ। ମୃତ ଯୁବକଙ୍କ ପିତା କହିଛନ୍ତି ଯେ, ତାଙ୍କ ପୁଅ ଯେବେଠାରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଡାକ୍ତରମାନେ ତାଙ୍କ ବିଷୟରେ କୌଣସି ସୂଚନା ଦେଇ ନ ଥିଲେ। ୩-୪ ଦିନ ପରେ ପରିବାର ଲୋକେ ପୁଅ ବିଷୟରେ ଜାଣିବା ପାଇଁ ଚାହିଁଲେ ସେବେ ଡାକ୍ତର ତାଙ୍କର ମୃତ୍ୟୁ ହୋଇଥିବା କହିଥିଲେ। ହସ୍ପିଟାଲକୁ ଆସି ମୃତଦେହ ଚିହ୍ନି ନେବାକୁ କହିଥିଲେ। ମୃତ ପୁଅର ଟ୍ୟାଗ୍‌ ଲାଗିଥିବା ବ୍ୟାଗ୍‌ ଖୋଲିବାରୁ ଜଣେ ବୃଦ୍ଧଙ୍କ ମୃତଦେହ ଦେଖିବାକୁ ମିଳିଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri